ଉପରମୁହାଁ ହେଉଛି କରୋନା,ଚିହ୍ନଟ ହେଲେ ୪୫ ପଜିଟିଭ୍‌

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ ଉପରମୁହାଁ ହେଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୩ଜଣ ସଂକ୍ରମିତ ରହିଛନ୍ତି। ସେଥିମଧ୍ୟରୁ ୨୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୯୯୫କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୋଳ ଜିଲାରୁ ଜଣେ, ବାଲେଶ୍ୱରରୁ ୩ଜଣ, କଟକରୁ ୧୨ଜଣ, ଢେଙ୍କାନାଳରୁ ୨ଜଣ, ଯାଜପୁରରୁ ୨ଜଣ, ଖୋର୍ଦ୍ଧାରୁ ୧୮ଜଣ, ମୟୁରଭଞ୍ଜରୁ ଜଣେ, ପୁରୀରୁ ଜଣେ, ସମ୍ବଲପୁରରୁ ଜଣେ ଏବଂ ଷ୍ଟେଟ ପୁଲ୍‌ରୁ ୪ଜଣ ରହିଛନ୍ତି ।