୪୫ରୁ ୫୫ କି.ମି. ବେଗରେ ବହିବ ପବନ, କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯ା୩ (ଅନିଲଦାସ):ଝାଡ଼ଖଣ୍ଡ, ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳ ଦେଇ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ଘଡ଼ଘଡ଼ିି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ମଙ୍ଗଳବାର ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ନୟାଗଡ, ମୟୂରଭଞ୍ଜ, କେନ୍ଦୁଝର ଏବଂ ଯାଜପୁର ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କଟକ, ଗଞ୍ଜାମ, ନୟାଗଡ, କନ୍ଧମାଳ, ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ଝଡ଼ପବନ ସହ ୭ରୁ ୧୧ ସେଣ୍ଟିିମିଟର ବର୍ଷା ହେବା ଆକଳନ କରିଛନ୍ତି। ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି. ରହିବ ବୋଲି ଅନୁମାନ କରାଯାଇଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଗଜପତି, ସୁନ୍ଦରଗଡ଼, ଦେବଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ଏଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri