୪୫ଜଣଙ୍କୁ ମିଳିବ ମହିଳା ପ୍ରତିଭା ସମ୍ମାନ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଜନ କଲ୍ୟାଣ ସେବା ଟ୍ରଷ୍ଟ ତରଫରୁ ଆସନ୍ତା ୨୭ତାରିଖ ମହିଳା ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଏକ ହୋଟେଲ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅନୁଷ୍ଠାନର ପ୍ରତିଷ୍ଠାତା ମୁକୁନ୍ଦ ଦାଶ ସଭାପତିତ୍ୱ କରିଥିଲେ।

ବୈଠକରେ ଦାଶ ସୂଚନା ଦେଇ କହିଥିଲେ, ରାଜ୍ୟର ବିଭିନ୍ନ ଜିଲାରେ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ମହିଳିମାନଙ୍କୁ ଉତ୍ସାହିତ କରିବା ପାଇଁ ମହିଳା ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଉକ୍ତ କାର୍ଯ୍ୟକ୍ରମରେ ୪୫ଜଣ ମହିଳାଙ୍କୁ ମାନପତ୍ର ଓ ଉପଢୌକନ ଦେଇ ମହିଳା ପ୍ରତିଭା ସମ୍ମାନରେ ସମ୍ବର୍ଦ୍ଧିତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ବୈଠକ ରେ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଡଃ ଅଜିତ କୁମାର ନାଥ କାର୍ଯ୍ୟକ୍ରମ ଉପରେ ନିଜର ମତ ରଖିଥିଲେ । ଅନୁଷ୍ଠାନର ସମ୍ପାଦକ ମନୀଷ ଶର୍ମା ବାହାର ଜିଲାରୁ ଆସିଥିବା ପ୍ରତିଭା ମାନଙ୍କୁ ସମ୍ମାନ ଓ ବ୍ୟବହାର ଦେବା ସହ ସମସ୍ତଙ୍କ ପାଇଁ ସୁବ୍ୟବସ୍ଥା କରାଯିବ ବୋଲି ମତବ୍ୟକ୍ତ କରିଥିଲେ।

କାର୍ଯ୍ୟକ୍ରମ ଆସନ୍ତା ୨୭ତାରିଖ ରେନବୋ ପବ୍ଲିକ ସ୍କୁଲଠାରେ ଅନୁଷ୍ଠିତ ହେବ ବୋଲି ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ଶିବାନନ୍ଦ ମଟାରୀ ସୂଚନା ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ଆଜୀବନ ସଦସ୍ୟା, ସଦସ୍ୟ ଉପସ୍ଥିତ ଥିବାବେଳେ ଅନୁ ଭୋଇ, ରାଜକୁମାର ବନଛୋର୍‌, ସନ୍ତୋଷିନି ସାହୁ ,ସାରଥୀ ମେହେର, ଅନିମା ଚକ୍ରବର୍ତ୍ତୀ, ବୃନ୍ଦାବନ ବେହେରା, ଚନ୍ଦ୍ରକାନ୍ତ ସାହୁ, ଯୋଗେନ୍ଦ୍ର ସାହୁ, ଦିନେଶ ସରାଫ, ମାନସ ରଞ୍ଜନ ସାହୁ, ଦୟାନିଧି ପ୍ରଧାନ, ନିହାର ରଞ୍ଜନ ପ୍ରଧାନ, ପାୟଲ ପାତ୍ର , ସ୍ବରୂପା ଭୋଇ ପ୍ରମୁଖ ଉପସ୍ଥିତ ଥିଲେ। ସେମାନଙ୍କୁ ବିଭିନ୍ନ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ଡ଼ା ଅଜିତ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ…

ରନ୍ଧନ ଗ୍ୟାସ ସଂକଟ: ଆହାର କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ ମିଳୁ ଅତିରିକ୍ତ ଖାଦ୍ୟ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ରନ୍ଧନ ଗ୍ୟାସ ସଂକଟ ଦେଖାଦେଇଛି। ଏହା ସାଧାରଣ ଜୀବନ ଜୀବିକାକୁ ମଧ୍ୟ ପ୍ରଭାବିତ କରିଛି। ଏଥିରୁ ସ୍କୁଲ, କଲେଜ ଛାତ୍ରୀଛାତ୍ର…

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ…

୪ କୋଠରିରେ ବସୁଛନ୍ତି ୯ ଶ୍ରେଣୀର ପିଲା

ନୂଆପଡ଼ା,୧୭ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଠିକପାଲି ପଞ୍ଚାୟତ ଶୁକ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୧୯୫୮ମସିହାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri