ବଦଳିବ ଲିଙ୍ଗରାଜ ମନ୍ଦିରର ରୂପରେଖ, ଖର୍ଚ୍ଚ ହେବ ୪୫୦ କୋଟି ଟଙ୍କା

ଭୁବନେଶ୍ୱର,୨୫ା୬(ବନ୍ଦନା ସେଠୀ): ନୂଆରୂପ ପାଇବ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର। ବଦଳିବ ଏକାମ୍ରକ୍ଷେତ୍ରର ରୂପରେଖ। ଏଥିପାଇଁ ଖର୍ଚ୍ଚ ହେବ ୪୫୦ କୋଟି ଟଙ୍କା। ଲିଙ୍ଗରାଜ ମନ୍ଦିର ସାମ୍ନାରେ ଉଦ୍ୟାନ ନିର୍ମାଣ ସହିତ ଏହାର ସୌନ୍ଦର୍ଯ୍ୟକରଣ ତଥା ମନ୍ଦିର ଚାରି ପାଖରେ ପରିକ୍ରମା ପଥ ନିର୍ମାଣ ଲାଗି ପରିକଳ୍ପନା କରାଯାଇ ଏହି ଯୋଜନା ପ୍ରସ୍ତୁତ କରାଯାଇଛି। ଆଉ ଏହି ପ୍ରକଳ୍ପକୁ ଆରମ୍ଭ କରିବାକୁ ଯାଇ ଏକାମ୍ର ପ୍ରକଳ୍ପର ଭୂମିପୂଜନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ୩ ଦିନ ଧରି କରାଯିବ। ସୋମବାର ସନ୍ଧ୍ୟା ୭ରୁ ଆରମ୍ଭ ହେବ ଯଜ୍ଞ। ୨୬, ୨୭ ଓ ୨୮ ତାରିଖ ତିନି ଦିନ ଧରି ହୋମଯଜ୍ଞ, ବେଦପାଠ, ମନ୍ତ୍ରଧ୍ବନୀ ଓ ସଙ୍କୀର୍ତ୍ତନରେ ଆଧ୍ୟାତ୍ମିକ ପରିବେଶରେ ପ୍ରକମ୍ପିତ ହେବ ଏକାମ୍ରକ୍ଷେତ୍ର। ୨୮ଟି କଳସରେ ପାଣି ଅଣାଯାଇ ପ୍ରଥମ ଦିନରେ ଯଜ୍ଞ ଆରମ୍ଭ ହେବ। ପଦ୍ମପାଖୁଡ଼ା ପଥରରେ ଶିଳାନ୍ୟାସ କରାଯିବ। ହୋମଯଜ୍ଞ, ବେଦପାଠ, ମନ୍ତ୍ରଧ୍ବନୀ ଓ ସଙ୍କୀର୍ତ୍ତନରେ ଏକାମ୍ରକ୍ଷେତ୍ରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହେବ। ଜୁନ୍‌ ୨୮ରେ ପୂର୍ଣ୍ଣାହୁତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏହି ଭବ୍ୟ ସମାରୋହରେ ପୁରୀର ଗଜପତି ମହାରାଜ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଲିଙ୍ଗରାଜ ମାର୍କେଟ କମ୍ପ୍ଲେକ୍ସରେ ପ୍ରଦର୍ଶନୀ ଲାଗିବା ସହ ପ୍ରୋଜେକସନ ମ୍ୟାପିଂ କରାଯିବ। ଭଜନ ସମାରୋହରେ ନାମୀଦାମୀ କଳାକାର ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ପ୍ରକଳ୍ପ ଜରିଆରେ ଲିଙ୍ଗରାଜ ଏଣ୍ଟ୍ରି ପ୍ଲାଜା, ଭଜନ ମଣ୍ଡପ, ହେରିଟେଜ ପାର୍କ, କେଦାର ଗେରୀ ପ୍ଲାଜା, ବିନ୍ଦୁ ସାଗର କଡ଼ରେ ପଦଚାରୀଙ୍କ ପାଇଁ ରାସ୍ତା କାମ, ପୁଷ୍ପରିଣୀଗୁଡ଼ିକର ନବୀକରଣ, କେଦାର ଗେରୀ ଓ ମୁକ୍ତେଶ୍ବର ମନ୍ଦିର ପରିସରର ବିକାଶ, ଇ-ଅଟୋ ସର୍ଭିସ ଓ ଟ୍ରାଫିକ ମ୍ୟାନେଜମେଣ୍ଟ କାମ କରାଯିବ।

ସେହିପରି ଯାତାୟାତର ସୁବିଧା ପାଇଁ ତାଳେଶ୍ୱର ଛକରୁ ବଢେଇବାଙ୍କ ଛକ ପର୍ଯ୍ୟନ୍ତ ରାସ୍ତା, ୪ଟିସ୍ଥାନରେ ପାର୍କିଂ ବ୍ୟବସ୍ଥା, ଶ୍ରୀ ଲିଙ୍ଗରାଜ ମନ୍ଦିର ସାମନାରେ ଉଦ୍ୟାନ ନିର୍ମାଣ ସହିତ ଏହାର ସୌନ୍ଦର୍ଯ୍ୟକରଣ ତଥା ମନ୍ଦିର ଚାରି ପାଖରେ ପରିକ୍ରମା ପଥ ନିର୍ମାଣ ଲାଗି ପରିକଳ୍ପନା କରାଯାଇ ଯୋଜନା ପ୍ରସ୍ତୁତ କରାଯାଇଛି। ଶ୍ରୀ ଲିଙ୍ଗରାଜ ଐତିହ୍ୟ ପ୍ରକଳ୍ପ ଅଧୀନରେ ଭକ୍ତମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ, ସେଥିପାଇଁ ବ୍ୟବସ୍ଥା କରାଯିବ। ଏକାମ୍ର ପ୍ରକଳ୍ପ ୨୦୧୯ରେ ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିଲା। ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟରେ ଏକାମ୍ର କ୍ଷେତ୍ରର ସ୍ଥାପତ୍ୟ ଓ ପ୍ରତ୍ନତାତ୍ତ୍ୱିକ ଐତିହ୍ୟର ବିକାଶ କରାଯିବ। ଟ୍ରାଫିକ ଚଳାଚଳ ପାଇଁ ୧୨ରୁ ୧୮ମିଟର ପ୍ରଶସ୍ତ ରାସ୍ତା କରାଯିବ। ପ୍ରଥମ ପର୍ଯ୍ୟାୟ ପାଇଁ ୨୮୦ କୋଟି ଟଙ୍କା ଖର୍ଚ୍ଚ ହେବ। ୮୦ ଏକର ରାସ୍ତାରେ ଏହି ପ୍ରକଳ୍ପ ହେବାକୁ ଥିବା ବେଳେ ଏଥିପାଇଁ ୧୦୧ ଜଣଙ୍କ ଠାରୁ ୧୧୪ଟି ପ୍ଲଟ୍‌ କିଣାଯାଇଛି। ସେମାନଙ୍କୁ ଶିଳାନ୍ୟାସ ଦିନ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିବେ। ଏହି ପ୍ରକଳ୍ପ ଓଡ଼ିଶା ସେତୁ ନିର୍ମାଣ ନିଗମ ଦ୍ୱାରା ଏହି ଐତିହ୍ୟ ପ୍ରକଳ୍ପ କରାଯିବାକୁ ରାଜ୍ୟ କ୍ୟାବିନେଟ୍‌ ପୂର୍ବରୁ ଅନୁମୋଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri