ବଦଳିବ ଲିଙ୍ଗରାଜ ମନ୍ଦିରର ରୂପରେଖ, ଖର୍ଚ୍ଚ ହେବ ୪୫୦ କୋଟି ଟଙ୍କା

ଭୁବନେଶ୍ୱର,୨୫ା୬(ବନ୍ଦନା ସେଠୀ): ନୂଆରୂପ ପାଇବ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର। ବଦଳିବ ଏକାମ୍ରକ୍ଷେତ୍ରର ରୂପରେଖ। ଏଥିପାଇଁ ଖର୍ଚ୍ଚ ହେବ ୪୫୦ କୋଟି ଟଙ୍କା। ଲିଙ୍ଗରାଜ ମନ୍ଦିର ସାମ୍ନାରେ ଉଦ୍ୟାନ ନିର୍ମାଣ ସହିତ ଏହାର ସୌନ୍ଦର୍ଯ୍ୟକରଣ ତଥା ମନ୍ଦିର ଚାରି ପାଖରେ ପରିକ୍ରମା ପଥ ନିର୍ମାଣ ଲାଗି ପରିକଳ୍ପନା କରାଯାଇ ଏହି ଯୋଜନା ପ୍ରସ୍ତୁତ କରାଯାଇଛି। ଆଉ ଏହି ପ୍ରକଳ୍ପକୁ ଆରମ୍ଭ କରିବାକୁ ଯାଇ ଏକାମ୍ର ପ୍ରକଳ୍ପର ଭୂମିପୂଜନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ୩ ଦିନ ଧରି କରାଯିବ। ସୋମବାର ସନ୍ଧ୍ୟା ୭ରୁ ଆରମ୍ଭ ହେବ ଯଜ୍ଞ। ୨୬, ୨୭ ଓ ୨୮ ତାରିଖ ତିନି ଦିନ ଧରି ହୋମଯଜ୍ଞ, ବେଦପାଠ, ମନ୍ତ୍ରଧ୍ବନୀ ଓ ସଙ୍କୀର୍ତ୍ତନରେ ଆଧ୍ୟାତ୍ମିକ ପରିବେଶରେ ପ୍ରକମ୍ପିତ ହେବ ଏକାମ୍ରକ୍ଷେତ୍ର। ୨୮ଟି କଳସରେ ପାଣି ଅଣାଯାଇ ପ୍ରଥମ ଦିନରେ ଯଜ୍ଞ ଆରମ୍ଭ ହେବ। ପଦ୍ମପାଖୁଡ଼ା ପଥରରେ ଶିଳାନ୍ୟାସ କରାଯିବ। ହୋମଯଜ୍ଞ, ବେଦପାଠ, ମନ୍ତ୍ରଧ୍ବନୀ ଓ ସଙ୍କୀର୍ତ୍ତନରେ ଏକାମ୍ରକ୍ଷେତ୍ରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହେବ। ଜୁନ୍‌ ୨୮ରେ ପୂର୍ଣ୍ଣାହୁତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏହି ଭବ୍ୟ ସମାରୋହରେ ପୁରୀର ଗଜପତି ମହାରାଜ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଲିଙ୍ଗରାଜ ମାର୍କେଟ କମ୍ପ୍ଲେକ୍ସରେ ପ୍ରଦର୍ଶନୀ ଲାଗିବା ସହ ପ୍ରୋଜେକସନ ମ୍ୟାପିଂ କରାଯିବ। ଭଜନ ସମାରୋହରେ ନାମୀଦାମୀ କଳାକାର ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ପ୍ରକଳ୍ପ ଜରିଆରେ ଲିଙ୍ଗରାଜ ଏଣ୍ଟ୍ରି ପ୍ଲାଜା, ଭଜନ ମଣ୍ଡପ, ହେରିଟେଜ ପାର୍କ, କେଦାର ଗେରୀ ପ୍ଲାଜା, ବିନ୍ଦୁ ସାଗର କଡ଼ରେ ପଦଚାରୀଙ୍କ ପାଇଁ ରାସ୍ତା କାମ, ପୁଷ୍ପରିଣୀଗୁଡ଼ିକର ନବୀକରଣ, କେଦାର ଗେରୀ ଓ ମୁକ୍ତେଶ୍ବର ମନ୍ଦିର ପରିସରର ବିକାଶ, ଇ-ଅଟୋ ସର୍ଭିସ ଓ ଟ୍ରାଫିକ ମ୍ୟାନେଜମେଣ୍ଟ କାମ କରାଯିବ।

ସେହିପରି ଯାତାୟାତର ସୁବିଧା ପାଇଁ ତାଳେଶ୍ୱର ଛକରୁ ବଢେଇବାଙ୍କ ଛକ ପର୍ଯ୍ୟନ୍ତ ରାସ୍ତା, ୪ଟିସ୍ଥାନରେ ପାର୍କିଂ ବ୍ୟବସ୍ଥା, ଶ୍ରୀ ଲିଙ୍ଗରାଜ ମନ୍ଦିର ସାମନାରେ ଉଦ୍ୟାନ ନିର୍ମାଣ ସହିତ ଏହାର ସୌନ୍ଦର୍ଯ୍ୟକରଣ ତଥା ମନ୍ଦିର ଚାରି ପାଖରେ ପରିକ୍ରମା ପଥ ନିର୍ମାଣ ଲାଗି ପରିକଳ୍ପନା କରାଯାଇ ଯୋଜନା ପ୍ରସ୍ତୁତ କରାଯାଇଛି। ଶ୍ରୀ ଲିଙ୍ଗରାଜ ଐତିହ୍ୟ ପ୍ରକଳ୍ପ ଅଧୀନରେ ଭକ୍ତମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ, ସେଥିପାଇଁ ବ୍ୟବସ୍ଥା କରାଯିବ। ଏକାମ୍ର ପ୍ରକଳ୍ପ ୨୦୧୯ରେ ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିଲା। ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟରେ ଏକାମ୍ର କ୍ଷେତ୍ରର ସ୍ଥାପତ୍ୟ ଓ ପ୍ରତ୍ନତାତ୍ତ୍ୱିକ ଐତିହ୍ୟର ବିକାଶ କରାଯିବ। ଟ୍ରାଫିକ ଚଳାଚଳ ପାଇଁ ୧୨ରୁ ୧୮ମିଟର ପ୍ରଶସ୍ତ ରାସ୍ତା କରାଯିବ। ପ୍ରଥମ ପର୍ଯ୍ୟାୟ ପାଇଁ ୨୮୦ କୋଟି ଟଙ୍କା ଖର୍ଚ୍ଚ ହେବ। ୮୦ ଏକର ରାସ୍ତାରେ ଏହି ପ୍ରକଳ୍ପ ହେବାକୁ ଥିବା ବେଳେ ଏଥିପାଇଁ ୧୦୧ ଜଣଙ୍କ ଠାରୁ ୧୧୪ଟି ପ୍ଲଟ୍‌ କିଣାଯାଇଛି। ସେମାନଙ୍କୁ ଶିଳାନ୍ୟାସ ଦିନ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିବେ। ଏହି ପ୍ରକଳ୍ପ ଓଡ଼ିଶା ସେତୁ ନିର୍ମାଣ ନିଗମ ଦ୍ୱାରା ଏହି ଐତିହ୍ୟ ପ୍ରକଳ୍ପ କରାଯିବାକୁ ରାଜ୍ୟ କ୍ୟାବିନେଟ୍‌ ପୂର୍ବରୁ ଅନୁମୋଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri