୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ ରାଜ୍ୟ ଭାବେ ଶିଶୁ ବାଟିକାରୁ ଆରମ୍ଭ କରି ସ୍ନାତକୋତ୍ତର ପର୍ଯ୍ୟନ୍ତ ‘କେଜିରୁ ପିଜି’ ଶିକ୍ଷାକୁ ସାର୍ୱଜନୀନ ନିଃଶୁଳ୍କ କରିଛି। ଏଥିସହ ଆସନ୍ତା ୩ ବର୍ଷ ମଧ୍ୟରେ ୪୫ ହଜାର ଶିକ୍ଷକ ପଦବୀ ପୂରଣ ନେଇ ସରକାର ପ୍ରତିଶ୍ରୁତିବଦ୍ଧ। ସୋସିଆଲ ମିଡିଆରେ ସମୟ ନଷ୍ଟ ନ କରି ଏକମନ-ଏକପ୍ରାଣ ହୋଇ ପାଠ ପଢ଼ିବାକୁ ପିଲାଙ୍କୁ ବୁଝେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
କଟକସ୍ଥିତ ସେକେଣ୍ଡାରି ବୋର୍ଡ ହାଇସ୍କୁଲଠାରେ ଶନିବାର ଆୟୋଜିତ ଗୁରୁ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମାଝୀ ଯୋଗଦେଇ ପିଲାମାନଙ୍କ ସହିତ ବାର୍ତ୍ତାଳାପ କରିବା ଅବସରରେ ଛାତ୍ରୀଛାତ୍ରମାନଙ୍କୁ ନିଜର କ୍ୟାରିୟର ଗଢିବା ଉପରେ ଫୋକସ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଛାତ୍ର ଭାବରେ ତୁମମାନଙ୍କ ପ୍ରଥମ ଦାୟିତ୍ୱ ଭଲ ପାଠପଢ଼ି ଦକ୍ଷତା ହାସଲ କରିବ ଓ ନିଜର ତଥା ଦେଶର ବିକାଶରେ ଯୋଗଦାନ ରଖିବ। କ୍ୟାରିୟର ଗଢ଼ିବାରେ ବାଧା ସୃଷ୍ଟି କରୁଥିବା ଆଶଙ୍କାରୁ ଦୂରେଇ ରହିବାକୁ ପିଲାମାନଙ୍କୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଶିକ୍ଷା କେବଳ ଜ୍ଞାନ ପ୍ରଦାନ ନୁହେଁ; ଶିକ୍ଷା ହେଉଛି ମଣିଷ ଗଢ଼ିବାର ଏକ ମହାନ ପ୍ରକ୍ରିୟା। ଆମର ଶିକ୍ଷକମାନେ ଏହି ଗୁରୁଦାୟିତ୍ୱ ତୁଲାଇ ଆସୁଛନ୍ତି। ଗୁରୁ ଓ ଶିଷ୍ୟ ମଧ୍ୟରେ ଥିବା ପବିତ୍ର ସମ୍ପର୍କର ମାହାତ୍ମ୍ୟ ପିଲାମାନଙ୍କୁ ବୁଝାଇବା ସହ ଭାରତର ପୂର୍ୱତନ ରାଷ୍ଟ୍ରପତି ଡ. ସର୍ୱପଲ୍ଲୀ ରାଧାକ୍ରିଷ୍ଣନଙ୍କ ପୁଣ୍ୟ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।
ଏହି ଅବସରରେ ଶିକ୍ଷାଦାନ ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଗଢ଼ିବାରେ ନିଷ୍ଠାପର ସେବା ପ୍ରଦାନ କରିଥିବା ଗୁରୁଗଣ ଅଶୋକ କୁମାର ଶତପଥୀ, କୁମୁଦିନୀ ଜୀ, ଶକୁନ୍ତଳା ମହାନ୍ତି, ଦୈତାରୀ ସାହୁ ଏବଂ ଜୟନ୍ତୀ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ୱର୍ଦ୍ଧିତ କରିଛନ୍ତି। ବିଧାୟକ ସାରଦା ପ୍ରସାଦ ପ୍ରଧାନ, ବିଧାୟକ ଇଂ. ପ୍ରକାଶ ଚନ୍ଦ୍ର ସେଠୀ, ବିଧାୟକ ସୌଭିକ ବିଶ୍ୱାଳ, ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ, କଟକ ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ, ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଶ୍ରୀକାନ୍ତ ତରାଇ, ସେକେଣ୍ଡାରି ବୋର୍ଡ ସ୍କୁଲ ପ୍ରଧାନଶିକ୍ଷକ ଅଶୋକ କୁମାର ଶତପଥୀ, ପୁରାତନ ଛାତ୍ର ସଂସଦ ସଭାପତି ନିଶିକାନ୍ତ ମିଶ୍ର, ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକ, ଛାତ୍ରୀଛାତ୍ର, ପୁରାତନ ଛାତ୍ରୀଛାତ୍ରମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri