ଆଜି ରାଜଧାନୀରୁ ୪୫୧ ପଜିଟିଭ୍‌ ଚିହ୍ନଟ, ବଢ଼ି ଚାଲିଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୪୫୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୧୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୫,୩୪୧ରେ ପହଞ୍ଚିଥିବା ବେଳେ ୩୨,୭୫୫ ଜଣ ସୁସ୍ଥ ହୋଇଛନ୍ତି। ୨୩୧୫ ଜଣ ଚିକିିତ୍ସିତ ହେଉଛନ୍ତି। ୨୫୦ ଜଣଙ୍କ ମୃତ୍ୟୁ ଘଟିଛି।