ରେଡ୍‌ ଜୋନରେ ଗଞ୍ଜାମର ୪୫୨ଗାଁ: ଡରାଉଛନ୍ତି ଏସବୁ ବ୍ଲକ

ଛତ୍ରପୁର,୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ଦୈନିକ ୨୦୦ ରୁ ୩୦୦ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ୩ ରୁ ୫ଜଣଙ୍କ ଦୈନିକ କରୋନାରେ ଜୀବନ ଯାଉଛି। ଆହୁରି ଜଣାଯାଇଛି ଯେ, ପଜିଟିଭଙ୍କ ସଂସ୍ପର୍ଶରେ ଆସି ଶତାଧିକ ସଂକ୍ରମିତ ହେଉଛନ୍ତି। ଜିଲାବାସୀ ଭୟଭୀତ ଅବସ୍ଥାରେ ରହିଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ କେତେକ ପଦକ୍ଷେପ ମଧ୍ୟ ନିଆଯାଉଛି।
ଅପରପକ୍ଷେ ବୁଧବାର ଗଞ୍ଜାମ ଡିଆର୍‌ଡିଏ ପକ୍ଷରୁ ଏକ ଗ୍ରାଫ ପ୍ରସ୍ତୁତ କରାଯାଇଛି। ସେଥିରେ କରୋନା ସଂକ୍ରମଣ ସମ୍ପର୍କରେ ତଥ୍ୟ ଦିଆଯାଇଛି। ଏଥିରୁ ଜଣାଯାଇଛି ଯେ, ଗଞ୍ଜାମ ଜିଲାର ୮୬ ପ୍ରତିଶତ ଗ୍ରାମାଞ୍ଚଳ ଗ୍ରୀନ୍‌ ଜୋନ୍‌ରେ ଏବଂ ୧୪ ପ୍ରତିଶତ ଗ୍ରାମାଞ୍ଚଳ ରେଡ୍‌ ଜୋନରେ ରହିଛି। ଜିଲାର ୩୧୫୭ଟି ଗାଁରେ ସର୍ଭେ କରାଯାଇଥିଲା। ସେଥିରୁ ୨୭୦୫ଟି ଗାଁ ଗ୍ରୀନ ଜୋନ୍‌ରେ ଥିବାବେଳେ ୪୫୨ଟି ଗାଁ ରେଡ୍‌ ଜୋନରେ ରହିଛି।
ଗ୍ରୀନ ଜୋନ୍‌ରେ କେହି କରୋନା ଆକ୍ଟିଭ ପଜିଟିଭ ନ ଥିବା ସୂଚନା ଦିଆଯାଇଛି। ଛତ୍ରପୁର, ହିଞ୍ଜିଳି, କବିସୂର୍ଯ୍ୟନଗର, ପୁରୁଷୋତ୍ତମପୁର, ଆସିକା, କୁକୁଡାଖଣ୍ଡି, ବେଲଗୁଣ୍ଠା ବୁଗୁଡ଼ା ପ୍ରମୁଖ ବ୍ଲକରେ ଅଧିକ କରୋନା ପଜିଟିଭ୍‌ ଆକ୍ଟିଭ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତିକରଣକୁ ନେଇ ଉତ୍ତେଜନା: କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ମୋରଡ଼ା,୨୮ା୩(ସ୍ମାରକ ମାଜୀ): ରାସ୍ତା ପ୍ରଶସ୍ତିକରଣକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଗ୍ରାମରେ ଉତ୍ତେଜନା ଦେଖିବାକୁ ମିଳିଛି। ଏନେଇ ଗ୍ରାମବାସୀ  ନିର୍ମାଣ କାର୍ଯ୍ୟ...

ଟ୍ରକ୍‌ରେ ପିଟିହେଲା ହାଇଓ୍ବା, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଦ୍ରକ,୨୮ା୩(ସନାତନ ରାଉତ): ଭଦ୍ରକ ୧୬ନଂ ଜାତୀୟ ରାଜପଥର ଦମକଳ କେନ୍ଦ୍ର ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି।...

ଟିକେଟ୍‌ ମିଳିବା ପରେ ମହାପ୍ରଭୁଙ୍କ ଦର୍ଶନ କଲେ ବବି ଦାସ

ପୁରୀ,୨୮।୩: ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ବବିଙ୍କୁ...

‘ଆଉ ତତେ ଗ୍ରହଣ କରିବି ନାହିଁ’

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ କରି ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ...

ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା

ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍‌ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ...

ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଅଧୀନ ଥୁଆଙ୍ଗପଦର ଗ୍ରାମରେ ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ମଙ୍ଗଳବାର ସମ୍ପନ୍ନ ହୋଇଯାଇଛି। ପରମ୍ପରା...

କଳାହାଣ୍ଡିରେ ବିଜେଡି ଖେଳିଲା ମହିଳା କାର୍ଡ

ଭବାନୀପାଟଣା,୨୮।୩(ଉତ୍ତମ କୁମାର ଦାଶ): ଆଗାମୀ ସାଧାରଣ ନିର୍ବାଚନ ବିଧାନ ସଭା କ୍ଷେତ୍ର ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥିଙ୍କ ନାମ ଘୋଷଣା...

ଟିଟିଲାଗଡ଼: ବଢ଼ିଲା ସୁରେନ୍ଦ୍ରଙ୍କ ବିଜେଡିରେ ଯୋଗଦାନ ଚର୍ଚ୍ଚା

ସଇଁତଲା,୨୮ା୩(ରାଖାଲ ପ୍ରସାଦ ଶତପଥୀ): ନିର୍ବାଚନ ଯେତିକି ପାଖେଇ ଆସୁଛି, ଦଳଗୁଡ଼ିକ ଭିତରେ ଆଶାୟୀଙ୍କ ପ୍ରାର୍ଥୀ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଭାଜପା ଲୋକ ସଭା ସଦସ୍ୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri