ରେଡ୍‌ ଜୋନରେ ଗଞ୍ଜାମର ୪୫୨ଗାଁ: ଡରାଉଛନ୍ତି ଏସବୁ ବ୍ଲକ

ଛତ୍ରପୁର,୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ଦୈନିକ ୨୦୦ ରୁ ୩୦୦ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ୩ ରୁ ୫ଜଣଙ୍କ ଦୈନିକ କରୋନାରେ ଜୀବନ ଯାଉଛି। ଆହୁରି ଜଣାଯାଇଛି ଯେ, ପଜିଟିଭଙ୍କ ସଂସ୍ପର୍ଶରେ ଆସି ଶତାଧିକ ସଂକ୍ରମିତ ହେଉଛନ୍ତି। ଜିଲାବାସୀ ଭୟଭୀତ ଅବସ୍ଥାରେ ରହିଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ କେତେକ ପଦକ୍ଷେପ ମଧ୍ୟ ନିଆଯାଉଛି।
ଅପରପକ୍ଷେ ବୁଧବାର ଗଞ୍ଜାମ ଡିଆର୍‌ଡିଏ ପକ୍ଷରୁ ଏକ ଗ୍ରାଫ ପ୍ରସ୍ତୁତ କରାଯାଇଛି। ସେଥିରେ କରୋନା ସଂକ୍ରମଣ ସମ୍ପର୍କରେ ତଥ୍ୟ ଦିଆଯାଇଛି। ଏଥିରୁ ଜଣାଯାଇଛି ଯେ, ଗଞ୍ଜାମ ଜିଲାର ୮୬ ପ୍ରତିଶତ ଗ୍ରାମାଞ୍ଚଳ ଗ୍ରୀନ୍‌ ଜୋନ୍‌ରେ ଏବଂ ୧୪ ପ୍ରତିଶତ ଗ୍ରାମାଞ୍ଚଳ ରେଡ୍‌ ଜୋନରେ ରହିଛି। ଜିଲାର ୩୧୫୭ଟି ଗାଁରେ ସର୍ଭେ କରାଯାଇଥିଲା। ସେଥିରୁ ୨୭୦୫ଟି ଗାଁ ଗ୍ରୀନ ଜୋନ୍‌ରେ ଥିବାବେଳେ ୪୫୨ଟି ଗାଁ ରେଡ୍‌ ଜୋନରେ ରହିଛି।
ଗ୍ରୀନ ଜୋନ୍‌ରେ କେହି କରୋନା ଆକ୍ଟିଭ ପଜିଟିଭ ନ ଥିବା ସୂଚନା ଦିଆଯାଇଛି। ଛତ୍ରପୁର, ହିଞ୍ଜିଳି, କବିସୂର୍ଯ୍ୟନଗର, ପୁରୁଷୋତ୍ତମପୁର, ଆସିକା, କୁକୁଡାଖଣ୍ଡି, ବେଲଗୁଣ୍ଠା ବୁଗୁଡ଼ା ପ୍ରମୁଖ ବ୍ଲକରେ ଅଧିକ କରୋନା ପଜିଟିଭ୍‌ ଆକ୍ଟିଭ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri