ମିଶନ ଶକ୍ତିକୁ ୪୫୩.୫ କୋଟି

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟ ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ତଦନୁଯାୟୀ ରାଜ୍ୟର ୩୩୮ ବ୍ଲକସ୍ତରୀୟ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏ ୧୬୯ କୋଟି ଟଙ୍କା ପ୍ରଦାନ କରାଯିବ। ସମାନଙ୍କୁ ବ୍ୟବସାୟରେ ସହାୟତା ପାଇଁ ୮୪.୫୦ କୋଟି ଟଙ୍କାର ଆବର୍ତ୍ତନ ପାଣ୍ଠି (ରିଲଭିଂ ଫଣ୍ଡ) ଏବଂ ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକର ଋଣ ଉପରେ ସୁଧ ଫେରସ୍ତ ପାଇଁ ୨୦୦ କୋଟି ଟଙ୍କା ପ୍ରଦାନ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ୭୦ ଲକ୍ଷ ମା’ମାନଙ୍କ ଏକ ବିରାଟ ଅନୁଷ୍ଠାନ ହେଉଛି ମିଶନ ଶକ୍ତି। ଏହା ଓଡ଼ିଶାର ବିକାଶ ବାହିନୀ। ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କ ପାଇଁ ଯେଉଁ ମିଶନ ଶକ୍ତି ଭବନ ଗଠନ ହେବ, ସେଥିରେ ମା’ମାନେ ତାଲିମ ପାଇବେ, ଉତ୍ପାଦିତ ଦ୍ରବ୍ୟ ପାଇଁ ବିକ୍ରୟ କେନ୍ଦ୍ର ଖୋଲିପାରିବେ। କୋରାପୁଟର ବୋରିଗୁମ୍ମାଠାରୁ ଆରମ୍ଭ କରି କଟକର ନିଆଳି ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବ୍ଲକସ୍ତରୀୟ ମହାସଂଘର ମା’ମାନଙ୍କ କାମ ଦେଖି ଯେ କେହି ଗର୍ବ ଅନୁଭବ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଶ୍ବାସ ହେଉଛି ଯେ, ଦିନେ ଆପଣମାନଙ୍କ ଭିତରୁ ବଡ଼ ବଡ଼ ଉଦ୍ୟୋଗୀ ବାହାରିବେ ବୋଲି ବିଭିନ୍ନ ମିଶନ ଶକ୍ତି ମହାସଂଘ କର୍ମକର୍ତ୍ତା ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି। ମିଶନ ଶକ୍ତିଗୁଡ଼ିକୁ ରାଜ୍ୟ ସରକାର ବିନା ସୁଧରେ ଋଣ ଦେଉଛନ୍ତି। ଗତ ବର୍ଷ ସୁଧ ରିହାତି ଭାବରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କା ଦେଇଥିବା ବେଳେ ଏବର୍ଷ ଏହାକୁ ୨୦୦ କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଭିଡିଓ କନଫରେନ୍ସରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁ ମିଶନ ଶକ୍ତିର ମହିଳାମାନଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଏବଂ ମିଶନ ଶକ୍ତିର ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର ପ୍ରମୁଖ ସେମାନଙ୍କର ମତାମତ ରଖିିଥିଲେ। ଏହି ଅବସରରେ ବ୍ରହ୍ମପୁର, ଢେଙ୍କାନାଳ ଓ ବାରିପଦାର ୩ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଆଚାର ବ୍ୟବସାୟ ପାଇଁ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ତରଫରୁ ଏକକାଳୀନ ୪୭ ଲକ୍ଷ ଟଙ୍କାର ଋଣ ଦିଆଯାଇଥିଲା। ସୂଚନାଯୋଗ୍ୟ ଯେ ସେମାନଙ୍କ ଦ୍ବାରା ଉତ୍ପାଦିତ ୧୨୦ ମେଟ୍ରିକ ଟନ୍‌ ଆଚାର ମିଶନ ଶକ୍ତି ଦ୍ବାରା ପରିଚାଳିତ ରାଜ୍ୟର ୧୭୭ ଆହାର କେନ୍ଦ୍ରରେ ବ୍ୟବହାର ହେଉଛି।
ମିଶନ ଶକ୍ତି କମିଶନର ତଥା ସଚିବ ସୁଜାତା କାର୍ତ୍ତିକେୟନ ସ୍ବାଗତ ଭାଷଣରେ କହିଲେ ଯେ ଗୋଟିଏ ଯୋଜନାକୁ ଏକ ସ୍ବତନ୍ତ୍ର ବିଭାଗ ଭାବରେ କାର୍ଯ୍ୟକାରୀ କରିବାରେ ଓଡ଼ିଶା ହେଉଛି ଦେଶରେ ଏକମାତ୍ର ରାଜ୍ୟ। ଏଥିରୁ ମହିଳାମାନଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ କେତେ ଗୁରୁତ୍ତ୍ୱ ଦେଉଛନ୍ତି, ତାହା ଅନୁମେୟ। ୨୦୨୧-୨୨ ବର୍ଷ ପାଇଁ ମିଶନ ଶକ୍ତିର ମା’ମାନଙ୍କ ପାଇଁ ୬୦୦୦ କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri