କେସିଙ୍ଗା ମହାବିଦ୍ୟାଳୟରେ ୪୫ତମ ପ୍ରତିଷ୍ଠା ଦିବସ ପାଳିତ, ଗୌରବମୟ ଇତିହାସକୁ…

କେସିଙ୍ଗା,୨୮।୮(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲାର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟରେ ୪୫ ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁଶାନ୍ତ କୁମାର ପାଢୀ ସଭାପତିତ୍ୱ କରିବା ସହିତ ନିଜସ୍ବ ଅଭିଭାଷଣରେ ମହାବିଦ୍ୟାଳୟର ଗୌରବମୟ ଇତିହାସ ଏବଂ ଶୈକ୍ଷିକ ଅଭିବୃଦ୍ଧି ସମ୍ପର୍କରେ ଆଲୋଚନା କରିଥିଲେ। ପ୍ରାଧ୍ୟାପକ ଅଶ୍ବିନୀ କୁମାର ପଟ୍ଟନାୟକ, ପ୍ରାଧ୍ୟାପକ ପର୍ଶୁରାମ ସାହୁ ଏବଂ ପ୍ରାଧ୍ୟାପକ ଲୋହିତ କୁମାର ଭୋଇ ନିଜସ୍ବ ଅଭିଭାଷଣରେ ମହାବିଦ୍ୟାଳୟର ବିଭିନ୍ନ ଦିଗରେ ପାଇଥିବା ସଫଳତା ସମ୍ପର୍କରେ ଆଲୋଚନା କରିବା ସହିତ ମହାବିଦ୍ୟାଳୟର ସାମ୍ପ୍ରତିକ ଅଭିବୃଦ୍ଧିକୁ ପ୍ରଶଂସା କରିଥିଲେ। ଇତ୍ୟାବସରରେ ମହାବିଦ୍ୟାଳୟର ଓଡିଆ ବିଭାଗର ଅଧ୍ୟାପକ ଡକ୍ଟର ରାକେଶ କୁମାର ବିଶିଙ୍କୁ ଡିଂ ଲିଟ ପାଇବା ଉପଲବ୍ଧି ନିମନ୍ତେ ସମ୍ବର୍ଦ୍ଧନା ଦିଆଯାଇଥିଲା । ଉକ୍ତ ଅବସରରେ ଅୟୋଜିତ ବିଭିନ୍ନ ପ୍ରତିଯୋଗୀତାରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ରମାନଙ୍କୁ ପୁରସ୍କୃତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

ଚାଷୀ ଆଣିଲେ ବଡ଼ ଅଭିଯୋଗ

ବଞ୍ଚୋ,୧୭ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର କ୍ଷୁଦ୍ରଜଳସେଚନ ଅଧୀନ ପାଇକଚାଟ୍ରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନେଇ ଗୁରୁତର ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ପାଣି ପଞ୍ଚାୟତ ଗଠନରେ ଅଣଚାଷୀମାନଙ୍କୁ…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri