ରାଜ୍ୟରେ ଗଠିତ ହେଲା ୪୬ ସିଭିଲ ଜଜ୍‌ କୋର୍ଟ

ଭୁବନେଶ୍ୱର,୨୫ା୪: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟଗୁଡ଼ିକ ବାଲେଶ୍ୱର ଜିଲାର ବାଲିଆପାଳ, ସିମୁଳିଆ, ସୋର, ବାହାନଗା ଓ ଜଳେଶ୍ୱର, ସମ୍ବଲପୁର ଜିଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା, ପୁରୀ ଜିଲାର ସତ୍ୟବାଦୀ, କେନ୍ଦୁଝର ଜିଲାର ସାହାରପଡ଼ା ଓ ହରିଚନ୍ଦନପୁର, ମୟୂରଭଞ୍ଜ ଜିଲାର ବହଳଦା, ରାରୁଆଁ, ବିଶୋଇ ଓ ବାରିପଦା, ଜଗତସିଂହପୁର ଜିଲାର ବାଲିକୁଦା ଓ ନୂଆଗାଁ, ସୁନ୍ଦରଗଡ଼ ଜିଲାର ବାଲିଶଙ୍କରା, ଲେଫ୍ରିପଡ଼ା, ବରଗାଁ ଓ କୁଆଁରମୁଣ୍ଡା, କଟକ ଜିଲାର ବାରଙ୍ଗ ଓ କଣ୍ଟାପଡ଼ା, ସୋନପୁର ଜିଲାର ଉଲୁଣ୍ଡା, ବରଗଡ଼ ଜିଲାର ଭଟଲି, ଝାରସୁଗୁଡ଼ା ଜିଲାର କୋଲାବିରା, ଖୋର୍ଦ୍ଧା ଜିଲାର ବାଣପୁର, କୋରାପୁଟ ଜିଲାର ପଟାଙ୍ଗୀ, ଯାଜପୁର ଜିଲାର ରସୁଲପୁର, କୋରେଇ ଓ ଧର୍ମଶାଳା, କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ, କନ୍ଧମାଳ ଜିଲାର ଟିକାବାଲି, କେ ନୂଆଗାଁ ଓ ଖଜୁରିଆପଡ଼ା, ଭଦ୍ରକ ଜିଲାର ତିହିଡ଼ି, ମାଲକାନଗିରି ଜିଲାର ଖଇରପୁଟ, ଢେଙ୍କାନାଳ, ବଲାଙ୍ଗୀର ଜିଲାର ପାଟଣାଗଡ଼ ଏବଂ ଗଞ୍ଜାମ ଜିଲାର କୁକୁଡ଼ାଖଣ୍ଡି, ଧରାକୋଟ ଓ ଗଞ୍ଜାମ ।

ଓଡ଼ିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟଗୁଡ଼ିକ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ତିନୋଟି କୋର୍ଟ ଗଠନ ହେବା ପରେ ଏହି ସବୁ ରାଜସ୍ବ ତହସିଲ ଉପରେ କ୍ଷେତ୍ରାଧିକାର (Jurisdiction) ଥିବା ଅନ୍ୟ ସମସ୍ତ ଜୁନିୟର ଡିଭିଜନ ସିଭିଲ ଜଜ୍‌ କୋର୍ଟଗୁଡିକର ଅଧିକାର ସମାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri