ରାଜ୍ୟରେ ଗଠିତ ହେଲା ୪୬ ସିଭିଲ ଜଜ୍‌ କୋର୍ଟ

ଭୁବନେଶ୍ୱର,୨୫ା୪: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟଗୁଡ଼ିକ ବାଲେଶ୍ୱର ଜିଲାର ବାଲିଆପାଳ, ସିମୁଳିଆ, ସୋର, ବାହାନଗା ଓ ଜଳେଶ୍ୱର, ସମ୍ବଲପୁର ଜିଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା, ପୁରୀ ଜିଲାର ସତ୍ୟବାଦୀ, କେନ୍ଦୁଝର ଜିଲାର ସାହାରପଡ଼ା ଓ ହରିଚନ୍ଦନପୁର, ମୟୂରଭଞ୍ଜ ଜିଲାର ବହଳଦା, ରାରୁଆଁ, ବିଶୋଇ ଓ ବାରିପଦା, ଜଗତସିଂହପୁର ଜିଲାର ବାଲିକୁଦା ଓ ନୂଆଗାଁ, ସୁନ୍ଦରଗଡ଼ ଜିଲାର ବାଲିଶଙ୍କରା, ଲେଫ୍ରିପଡ଼ା, ବରଗାଁ ଓ କୁଆଁରମୁଣ୍ଡା, କଟକ ଜିଲାର ବାରଙ୍ଗ ଓ କଣ୍ଟାପଡ଼ା, ସୋନପୁର ଜିଲାର ଉଲୁଣ୍ଡା, ବରଗଡ଼ ଜିଲାର ଭଟଲି, ଝାରସୁଗୁଡ଼ା ଜିଲାର କୋଲାବିରା, ଖୋର୍ଦ୍ଧା ଜିଲାର ବାଣପୁର, କୋରାପୁଟ ଜିଲାର ପଟାଙ୍ଗୀ, ଯାଜପୁର ଜିଲାର ରସୁଲପୁର, କୋରେଇ ଓ ଧର୍ମଶାଳା, କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ, କନ୍ଧମାଳ ଜିଲାର ଟିକାବାଲି, କେ ନୂଆଗାଁ ଓ ଖଜୁରିଆପଡ଼ା, ଭଦ୍ରକ ଜିଲାର ତିହିଡ଼ି, ମାଲକାନଗିରି ଜିଲାର ଖଇରପୁଟ, ଢେଙ୍କାନାଳ, ବଲାଙ୍ଗୀର ଜିଲାର ପାଟଣାଗଡ଼ ଏବଂ ଗଞ୍ଜାମ ଜିଲାର କୁକୁଡ଼ାଖଣ୍ଡି, ଧରାକୋଟ ଓ ଗଞ୍ଜାମ ।

ଓଡ଼ିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟଗୁଡ଼ିକ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ତିନୋଟି କୋର୍ଟ ଗଠନ ହେବା ପରେ ଏହି ସବୁ ରାଜସ୍ବ ତହସିଲ ଉପରେ କ୍ଷେତ୍ରାଧିକାର (Jurisdiction) ଥିବା ଅନ୍ୟ ସମସ୍ତ ଜୁନିୟର ଡିଭିଜନ ସିଭିଲ ଜଜ୍‌ କୋର୍ଟଗୁଡିକର ଅଧିକାର ସମାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri