ପେଶାଓ୍ବରର ଆତ୍ମଘାତୀ ବିସ୍ଫୋରଣରେ ୪୬ମୃତ, ୧୫୦ରୁ ଊର୍ଦ୍ଧ୍ୱ ଆହତ

ଇସ୍‌ଲାମାବାଦ୍‌,୩୦।୧: ପାକିସ୍ତାନର ପେଶାୱାରରେ ଥିବା ପୋଲିସ ଲାଇନ୍‌ ମସ୍‌ଜିଦରେ ସୋମବାର ହୋଇଥିବା ବିସ୍ଫୋରଣରେ ଅତିକମ୍‌ରେ ୪୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଅନେକ ଲୋକଙ୍କ ଅବସ୍ଥା ଗୁରୁତର ରହିଛି ବୋଲି କୁହାଯାଉଛି। ତେବେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ସୂଚନାଯୋଗ୍ୟ, ପାକିସ୍ତାନର ଉତ୍ତର-ପଶ୍ଚିମ ସହର ପେଶାୱାରର ଏକ ମସ୍‌ଜିଦ ଭିତରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ ଏତେ ଜୋରରେ ହୋଇଥିଲା ଯେ, ମସ୍‌ଜିଦର ଏକ ଅଂଶ ସମ୍ପୂର୍ଣ୍ଣ ଭୁଶୁଡି ପଡ଼ିଛି। ଏହି ସମୟରେ ଲୋକମାନେ ଭୟଭୀତ ହୋଇପଡ଼ି ଏପଟ ସେପଟ ଦୌଡ଼ିବାକୁ ଲାଗିଥିଲେ। ଦଳାଚକାଟାରେ ଅତିକମ୍‌ରେ ୪୬ଜଣଙ୍କର ମୃତ୍ୟୁ ଘଟିଛି ବୋଲି ଜଣେ ସରକାରୀ ଅଧିକାରୀ ସୂଚନା ଦେଇଛନ୍ତି। ବିସ୍ଫୋରଣ ପରେ ପୋଲିସ, ସେନା ଏବଂ ବୋମା ନିଷ୍କ୍ରିୟକାରୀ ସ୍କ୍ବାଡ କର୍ମଚାରୀମାନେ ମସ୍‌ଜିଦରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆହତମାନଙ୍କୁ ପେଶାଓ୍ବରର ରିଡିଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ହସ୍ପିଟାଲରେ ପହଞ୍ଚି ଆହତ ଓ ମୃତକଙ୍କ ପରିବାରଙ୍କୁ ଭେଟିଛନ୍ତି। ସେହିପରି ଦେଶର ରାଷ୍ଟ୍ରପତି ଡା. ଆରିଫ ଅଲଓ୍ବି ଏହି ଘଟଣାକୁ ନିନ୍ଦା କରିବା ସହ ଆହତଙ୍କୁ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଅନ୍ୟପଟେ ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ, ତେହେରିକ-ଏ-ତାଲିବାନ ପାକିସ୍ତାନ ଯଥା ଟିଟିପି ଏହି ଆତ୍ମଘାତୀ ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri