Posted inଜାତୀୟ

ବିଶ୍ୱର ୪୬% ଆଜ୍‌ମା ମୃତ୍ୟୁ ଭାରତରେ ଘଟୁଛି, ପ୍ରତିବର୍ଷ ୨ ଲକ୍ଷ ଲୋକ ହରାଉଛନ୍ତି ଜୀବନ

ନୂଆଦିଲ୍ଲୀ,୩ା୫: ଭାରତରେ ପ୍ରତିବର୍ଷ ହାରାହାରି ୨ ଲକ୍ଷ ଲୋକ ଆଜ୍‌ମା ଯୋଗୁ ମୃତ୍ୟୁ ମୁଖରେ ପଡ଼ୁଛନ୍ତି। ସମଗ୍ର ବିଶ୍ୱରେ ଆଜ୍‌ମାଜନିତ ମୃତ୍ୟୁର ଏହା ୪୬ ପ୍ରତିଶତ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଏହି ରୋଗକୁ ଯଦି ଆଗୁଆ ଚିହ୍ନଟ କରାଯାଇ ଉପଯୁକ୍ତ ଚିକିତ୍ସା କରାଯାଏ ତେବେ ଆଜ୍‌ମାରେ କେହି ମରିବେ ନାହିଁ। କାରଣ ଏବେ ଅଧିକ ପ୍ରଭାବୀ ଏବଂ ନିରାପଦ ଚିକିତ୍ସା ପଦ୍ଧତି ବାହାରିଲାଣି ବୋଲି ପୁଣେର ପୁଲ୍‌ମୋକେୟାର ରିସର୍ଚ୍ଚ ଆଣ୍ଡ ଏଜୁକେଶନ ଫାଉଣ୍ଡେଶନର ନିର୍ଦ୍ଦେଶକ ଡ. ସୁନ୍ଦିପ୍‌ ସାଲ୍‌ଭି କହିଛନ୍ତି।

ଆସନ୍ତା ୭ ତାରିଖ ବିଶ୍ୱ ଆଜ୍‌ମା ଦିବସ ପୂର୍ବରୁ ଏଭଳି ରିପୋର୍ଟ ପ୍ରକାଶ ପାଇଛି। ଗ୍ଲୋବାଲ ବର୍ଡନ ଅଫ୍‌ ଡିଜିଜ୍‌, ୨୦୨୧ ରିପୋର୍ଟ ଅନୁଯାୟୀ ବିଶ୍ୱର ମୋଟ ଆଜ୍‌ମାଜନିତ ମୃତ୍ୟୁର ୪୬ ପ୍ରତିଶତ ଭାରତରେ ଘଟୁଛି। ୨୦୧୯ ରିପୋର୍ଟରେ ଏହି ହାର ୪୩ ପ୍ରତିଶତ ରହିଥିଲା। ସଦ୍ୟ ରିପୋର୍ଟ ଅନୁଯାୟୀ ଭାରତର ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ଆଜ୍‌ମା ରୋଗୀ ଇନ୍‌ହେଲ୍‌ଡ କୋର୍ଟିକୋଷ୍ଟେରଏଡ୍‌ ବ୍ୟବହାର କରି ନ ଥାନ୍ତି ବୋଲି ଡ. ସାଲଭି କହିଛନ୍ତି। ଏହା ବଦଳରେ ସେମାନେ କେବଳ ବ୍ରୋଙ୍କୋଡିଲେଟର ଡ୍ରଗ୍‌ ନେଇଥାନ୍ତି, ଯାହା ଅଧିକ ଯନ୍ତ୍ରଣା ଦେବା ସହ ମୃତ୍ୟୁର କାରଣ ହୋଇଥାଏ।

ଆଜ୍‌ମା ଏକ ବଂଶଗତ ରୋଗ, ଯାହା ପରିବାରର ଅନ୍ୟ ସଦସ୍ୟଙ୍କଠାରୁ ଆସିଥାଏ। ତେବେ ବାୟୁ ପ୍ରଦୂଷଣ ଆଜ୍‌ମା ସଂକ୍ରମଣକୁ ବଢ଼ାଇଥାଏ। ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବା ଆଜ୍‌ମାର ସାଧାରଣ ଲକ୍ଷଣ। ଏଥିସହିତ କାଶ, ଛାତି ଯନ୍ତ୍ରଣା, ଛାତିରେ ଏକପ୍ରକାର ଶବ୍ଦ ହେବା ଆଦି ଅନ୍ୟ ଲକ୍ଷଣ ମଧ୍ୟ ଦେଖାଦେଇଥାଏ। ତେବେ ସ୍ପିରୋମେଟ୍ରି ଉପକରଣର ବ୍ୟବହାର ଅଭାବରୁ ଭାରତରେ ଆଜ୍‌ମାର ନିଦାନ ବହୁତ ଦୁର୍ବଳ। ଭାରତରେ ଅଧିକ ପିଲା ଆଜ୍‌ମାରେ ଆକ୍ରାନ୍ତ ହେଉଥିବା ଡ. ସାଲ୍‌ଭି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ…

ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….

ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri