୪୬ ଚୋରା ଗାଡ଼ି ଜବତ: ୫ ଗିରଫ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜଧାନୀରେ ସକ୍ରିୟ ଥିବା ଦୁଇଟି ଗାଡ଼ି ଚୋରି ଗ୍ୟାଙ୍ଗ୍‌ ଧରିଛି କମିଶନରେଟ ପୋଲିସ। ନୟାପଲ୍ଲୀ ଥାନା ପୋଲିସ ଦୁଇ ପୃଥକ ମାମଲାରେ ୪୬ ବାଇକ୍‌ ଜବତ କରିବା ସହ ସମ୍ପୃକ୍ତ ଥିବା ଦୁଇ ଗ୍ୟାଙ୍ଗ୍‌ର ୫ ଜଣଙ୍କୁ ଗିରଫ କରିଛି। ଏଥିସହ ର଼୍ୟାକେଟରେ ସମ୍ପୃକ୍ତ ଅନ୍ୟମାନଙ୍କୁ ଗିରଫ ପାଇଁ ଉଦ୍ୟମ ଚଳାଇଛି। ପ୍ରଥମ ମାମଲା ନଂ.୩୮୧/୨୦ରେ ଗ୍ୟାଙ୍ଗ ମୁଖ୍ୟଙ୍କ ସମେତ ୩ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ନୟାଗଡ଼ ଜିଲା ଗୋଡ଼ିପଡ଼ାର ସୋନୁ ପ୍ରଧାନ(୨୯), ଜଙ୍କିଆ ମଳିପଡାର ଟିପା ଓରଫ ଚିତ୍ତରଞ୍ଜନ ପରିଡା(୨୬) ଓ ଦେବ କାଲାସ(୨୮)। ଗ୍ୟାଙ୍ଗ୍‌ ମୁଖ୍ୟ ନୟାଗଡ଼ର ସୋନୁ ଭୁବନେଶ୍ୱର ସାଲିଆ ସାହିରେ ରହୁଥିଲେ। ତାଙ୍କ ନିକଟରୁ ୪୧ ବାଇକ ଜବତ କରାଯାଇଛି। ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେମାନଙ୍କୁ ରିମାଣ୍ଡରେ ଅଣାଯାଇ ଅଧିକ ଖୋଳତାଡ଼ କରାଯିବ ବୋଲି ଥାନା ଅଧିକାରୀ ଶରତ କୁମାର ସାହୁ ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁଯାୟୀ, କଟକର ନିଆଳି ଅଞ୍ଚଳରେ ରହୁଥିବା ଯାଜପୁରର ସୌମ୍ୟରଞ୍ଜନ ରଣା ବାଇକରେ ଭୁବନେଶ୍ୱର ନୟାପଲ୍ଲୀ ଆସୁଥିଲେ। ଷ୍ଟିଓ୍ବାର୍ଟ ସ୍କୁଲ୍‌ ନିକଟରେ ସ୍ବାସ୍ଥ୍ୟଜନିତ କାରଣରୁ ସେ ତଳେ ପଡିଯିବା ସହ ଅଚେତ ହୋଇଯାଇଥିଲେ। ଚେତା ଫେରିବାବେଳକୁ ତାଙ୍କ ବାଇକ ଓ ମୋବାଇଲ୍‌ ଫୋନ୍‌ ଚୋରି ହୋଇଥିବା ଜାଣିବା ପରେ ନୟାପଲ୍ଲୀ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନିକଟରେ ଲାଗିଥିବା ସିସି ଟିଭି ଫୁଟେଜ୍‌ ଯାଞ୍ଚ କରିବା ସହ ବିଭିନ୍ନ ସ୍ଥାନରେ ଚଢାଉ ଆରମ୍ଭ କରିଥିଲା। ତଦନ୍ତବେଳେ ଗ୍ୟାଙ୍ଗ୍‌ ଓ ସୋନୁଙ୍କ ସମ୍ପର୍କରେ ସୂଚନା ପାଇବା ପରେ ସାଲିଆସାହିସ୍ଥିତ ଘରୁ ତାଙ୍କୁ ଉଠାଇ ଆଣି ପଚରାଉଚରା କରିଥିଲା। ସୋନୁ ନୟାପଲ୍ଲୀ, ଚନ୍ଦ୍ରଶେଖରପୁର, ଶହୀଦ ନଗର ଅଞ୍ଚଳରୁ ଗାଡ଼ି ଚୋରି କରି ଜଙ୍କିଆ ଅଞ୍ଚଳର ଟିପା ଓ ଦେବଙ୍କୁ ଦେଉଥିଲା। ସେମାନେ ଚୋରାଗାଡ଼ିକୁ ମୁଖ୍ୟତଃ ଜଙ୍କିଆର ଖଣି ଅଞ୍ଚଳରେ କମ୍‌ ଦାମ୍‌ରେ ବିକ୍ରି କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?