Posted inଜାତୀୟ

ଗୁରୁଦିବସରେ ୪୭ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

ନୂଆଦିଲ୍ଲୀ,୫।୯: ବିଦ୍ୟାଳୟ ଶିକ୍ଷାକ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ୪୬ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଗୁରୁଦିବସ ଅବସରରେ ଜାତୀୟ ପୁରସ୍କାରରେ ସମ୍ମାନିତ କରିଛନ୍ତି। ପଞ୍ଜାବ, ମହାରାଷ୍ଟ୍ର, ରାଜସ୍ଥାନ, ହିମାଚଳ ପ୍ରଦେଶ, ତେଲେଙ୍ଗାନା ଉତ୍ତରାଖଣ୍ଡ, ମଧ୍ୟପ୍ରଦେଶ, ବିହାର, ସିକିମ୍‌, କର୍ନାଟକ, ହରିଆଣା, ଛତିଶଗଡ଼ ସମେତ ଅନ୍ୟାନ୍ୟ ରାଜ୍ୟର ଶିକ୍ଷକଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ପୁରସ୍କୃତ ଶିକ୍ଷକଙ୍କ ମଧ୍ୟରେ ଓଡ଼ିଶାର ଈଶ୍ୱର ଚନ୍ଦ୍ର ନାୟକ ମଧ୍ୟ ରହିଛନ୍ତିି। ସେ ନିମାପଡ଼ା ଅଞ୍ଚଳର ସଗଡ଼ା ପଞ୍ଚାୟତ ଅନ୍ତର୍ଗତ କାନପୁର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ବିଜ୍ଞାନ, ସାହିତ୍ୟ ଓ ସାମାଜିକ ବିଜ୍ଞାନରେ ମେଧା ବିକାଶ ଉପରେ ଗୁରୁତ୍ୱ ଦେଇଛନ୍ତି। ମାତୃଭାଷାରେ ଶିକ୍ଷାଦାନ ଦ୍ୱାରା ଏହା ଅଧିକ ପ୍ରଭାବୀ ହୋଇପାରିବ ବୋଲି ରାଷ୍ଟ୍ରପତି କହିଛନ୍ତି। ସେଥିପାଇଁ ଜାତୀୟ ଶିକ୍ଷାନୀତି ୨୦୨୦ରେ ସ୍କୁଲ ଶିକ୍ଷା ଏବଂ ଉଚ୍ଚଶିକ୍ଷାରେ ଭାରତୀୟ ଭାଷାର ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଛି। ପିଲାମାନଙ୍କଠାରେ ପ୍ରଶ୍ନ ପଚାରିବାର ଅଭ୍ୟାସ ବଢ଼ାଇବାକୁ ରାଷ୍ଟ୍ରପତି ଶିକ୍ଷକମାନଙ୍କୁ ଅନୁରୋଧ କରିଥିଲେ। ଅଧିକ ପ୍ରଶ୍ନ ପଚାରିବା ଓ ଉତ୍ତର ଦେବା ଦ୍ୱାରା ସେମାନଙ୍କ ସମସ୍ୟାର ସମାଧାନ ହେବା ସହ ଜ୍ଞାନ ବୃଦ୍ଧି ହୋଇପାରିବ ବୋଲି ସେ କହିଛନ୍ତି। ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ବିଜ୍ଞାନ ଭବନରେ ଆୟୋଜିତ ଏହି ଉତ୍ସବରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri