୪୬ ବର୍ଷ ଅପେକ୍ଷାର ଅନ୍ତ ଆଜି

ପୁରୀ,୧୪ା୭(ଅଜିତ୍‌ କୁମାର ମହାନ୍ତି)ଦୀର୍ଘ ୪୬ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ରବିବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବ। ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ ସହ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେସ୍‌(ଏସ୍‌ଓପି) ଜାରି କରାଯାଇଛି। ଫଳରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନିଶ୍ଚିତ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଏସ୍‌ଓପି ପ୍ରଦାନ କରାଯାଇଛି। ଏହାପରେ ରତ୍ନଭଣ୍ଡାର ଖୋଲାଯିବା ନେଇ ପ୍ରସ୍ତୁତି ଶେଷ ହୋଇଛି। ରବିବାର ଅପରାହ୍ନ ୧ଟାରୁ ୧ଟା ୩୦ ମିନିଟ୍‌ ମଧ୍ୟରେ ରତ୍ନଭଣ୍ଡାର ଖୋଲାଯିବାକୁ ସ୍ଥିର ହୋଇଛି ବୋଲି ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି। ଉଲ୍ଲେଖଥାଉ କି ଶେଷଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାର ଖୋଲାଯିବା ସହ ଏହାର ଅଡିଟ କରାଯାଇ ଇନ୍‌ଭେଣ୍ଟୋରି ପ୍ରସ୍ତୁତ କରାଯାଇଥିଲା।

ସମ୍ପ୍ରତି ରତ୍ନଭଣ୍ଡାର ଖୋଲିବା ନେଇ ଶନିବାର ରାଜ୍ୟ ସରକାର ଏସ୍‌ଓପି ପ୍ରଦାନ କରିବା ପରେ ଶ୍ରୀମନ୍ଦିର ପ୍ରଶାସନ ଏବଂ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ସେହିପରି ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଏବଂ ରତ୍ନଭଣ୍ଡାର ତଦାରଖ କମିଟିର ବୈଠକ ଅନୁଷ୍ଠିତ ହୋଇଛି। ପ୍ରଥମ ପର୍ଯ୍ୟାୟରେ ରତ୍ନଭଣ୍ଡାର ଖୋଲାଯିବ, ତା’ ପରେ ମରାମତି ଏବଂ ଗଣତି ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ମିଳିଛି। ସେହିଭଳି କେଉଁମାନେ ରତ୍ନଭଣ୍ଡାର ଭିତରକୁ ଯିବେ ସେ ନେଇ ମଧ୍ୟ ଏସ୍‌ଓପି ପ୍ରସ୍ତୁତ ହୋଇଛି। ଶନିବାର ରାତିରେ ପୁରୀ ନୀଳାଦ୍ରି ଭକ୍ତନିବାସରେ ଏ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ରଥ ସୂଚନା ଦେଇ କହିଛନ୍ତି, ରତ୍ନଭଣ୍ଡାର ଖୋଲିବା କ୍ଷେତ୍ରରେ ମହାପ୍ରଭୁ ଏବଂ ଓଡ଼ିଶାବାସୀଙ୍କ ଆଶୀର୍ବାଦ କାମନା କରୁଛି। ରତ୍ନଭଣ୍ଡାର ଖୋଲାଯିବା ପୂର୍ବରୁ ମହାପ୍ରଭୁ ଶ୍ରୀଜଗନ୍ନାଥ, ମା’ ବିମଳା, ପ୍ରଭୁ ଲୋକନାଥ ଆଦି ଦେବଦେବୀଙ୍କ ନିକଟରେ ପୂଜାର୍ଚ୍ଚନା କରାଯିବା ସହ ଶରଣାପନ୍ନ ହୋଇ ଆଶୀର୍ବାଦ ନିଆଯିବ। ଜୁଲାଇ ୧୪ ତାରିଖ ରବିବାର ଅପରାହ୍ନ ୧ଟାରୁ ୧ଟା ୩୦ ମିନିଟ୍‌ ମଧ୍ୟରେ ଶୁଭ ମୁହୂର୍ତ୍ତ ଦେଖି ରତ୍ନଭଣ୍ଡାର ଖୋଲାଯିବ। ରତ୍ନଭଣ୍ଡାର ମଧ୍ୟକୁ କେଉଁମାନେ ଯିବେ, ସେ ନେଇ ଏସ୍‌ଓପି ପ୍ରସ୍ତୁତ ହୋଇଛି। ଏସ୍‌ଓପି ଅନୁଯାୟୀ, ରତ୍ନଭଣ୍ଡାର ତଦାରଖ କମିଟିର ୨ଜଣ ସଦସ୍ୟ, ପୁରୀ ଜିଲାପାଳ ଏବଂ ତାଲାଭଙ୍ଗା ଟିମ୍‌ ଯିବେ। ସେହିପରି ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ)ର ଟିମ୍‌, ରତ୍ନଭଣ୍ଡାର ମେକାପ, ତଡ଼ାଉକରଣ ସାମିଲ ହେବେ। ସେମାନଙ୍କ ସାଥିରେ ଅଭିଜ୍ଞ ସାପଧରାଳି, ଓଡ୍ରାଫ ଟିମ୍‌, ମେଡିକାଲ ଟିମ୍‌ ଶ୍ରୀମନ୍ଦିର କାର୍ଯ୍ୟାଳୟଠାରେ ଉପସ୍ଥିତ ରହିବେ। ଆବଶ୍ୟକ ପଡ଼ିଲେ ରତ୍ନଭଣ୍ଡାର ଭିତରକୁ ଯିବେ। ସମସ୍ତେ ଶୁଦ୍ଧପୂତ ଭାବେ ସମର୍ପଣ ଭାବନା ନେଇ ରତ୍ନଭଣ୍ଡାର ଭିତରକୁ ଯିବେ। ରତ୍ନଅଳଙ୍କାର ସ୍ଥାନାନ୍ତର କରାଯାଇ ରଖାଯିବା ନିମନ୍ତେ ଶ୍ରୀମନ୍ଦିର ଭିତରେ ଚାଙ୍ଗଡ଼ା ଘର ପାଖରେ ଷ୍ଟ୍ରଙ୍ଗରୁମ୍‌ କରାଯାଇଛି। ଅଳଙ୍କାରର ସଂଖ୍ୟା, ମାନ, ଓଜନ ସ୍ଥିର କରାଯିବ। ଅଳଙ୍କାରଗୁଡ଼ିକର ଡିଜିଟାଲ ଫଟୋଗ୍ରାଫି କରାଯିବ। ଏଥିସହ ସମସ୍ତ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ। ରବିବାର ପୂର୍ବାହ୍ନରେ ଏକ ବୈଠକ ବସିବ। କେଉଁମାନେ ରତ୍ନଭଣ୍ଡାରକୁ ଯିବେ ସେ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯିବ ବୋଲି ରଥ କହିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି, ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ରତ୍ନଭଣ୍ଡାର ସମ୍ପର୍କିତ ଏସ୍‌ଓପି ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି। ଏନେଇ ବୈଠକ ସରିଛି। କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ରଥ, ମୁଖ୍ୟ ଶାସନ ସଚିବ, ଗଜପତି ମହାରାଜାଙ୍କ ସହ ଆଲୋଚନା କରାଯାଇ ସମସ୍ତଙ୍କ ପରାମର୍ଶ କ୍ରମେ ଏବଂ ରାଜ୍ୟ ସରକାରଙ୍କ ମାର୍ଗଦଶିକା ଅନୁଯାୟୀ ପଦକ୍ଷେପ ନିଆଯିବ। ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀଲୋକନାଥଙ୍କ ଶରଣାପନ୍ନ ହେବୁ। ଶ୍ରୀଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ଆସିବ। ମା’ ବିମଳାଙ୍କ ନିକଟରେ ଗୁଆଟେକା ହେବ। ଆଡ଼ପ ମଣ୍ଡପରେ ଶ୍ରୀବିଗ୍ରହଙ୍କ ଶରଣାପନ୍ନ ହେବୁ। ଏ କ୍ଷେତ୍ରରେ ସମସ୍ତଙ୍କ ସହଯୋଗ କାମନା କରାଯାଉଛି ବୋଲି ପାଢ଼ୀ କହିଛନ୍ତି। ବୈଠକ ପରେ ଅଧ୍ୟକ୍ଷ ଜଷ୍ଟିସ୍‌ ରଥ, ଜିଲାପାଳ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଏସ୍‌ପି ପ୍ରମୁଖ ଶ୍ରୀମନ୍ଦିର ଯାଇ ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା, ଅଳଙ୍କାର ରହିବାକୁ ଥିବା ଷ୍ଟ୍ରଙ୍ଗ ରୁମ୍‌ ସହ ବିଭିନ୍ନ ଦିଗ ଉପରେ ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri