ରାଜଧାନୀରେ ୪୬୦ ସ୍କୁଲ ବସ୍‌ରେ ଫିଟ୍‌ନେସ୍‌ ନାହିଁ

ଭୁବନେଶ୍ୱର,୨୦ା୩: ଭୁବନେଶ୍ବରରେ ୪ଶହ ୬୦ଟି ସ୍କୁଲ ବସ୍‌ରେ ଫିଟ୍‌ନେସ୍‌ ନାହିଁ। ବିନା ଫିଟନେସ୍‌ରେ ପିଲାଙ୍କୁ ନେବା ଆଣିବା କରୁଛି ସ୍କୁଲ ବସ୍‌। ଭୁବନେଶ୍ବରରେ ୧୪୮୪ ସ୍କୁଲ ବସ୍‌ ପଞ୍ଜୀକୃତ ହୋଇଥିବାବେଳେ ସେଥିରୁ ୪୬୦ର ଫିଟ୍‌ନେସ୍‌ ନାହିଁ। ବିଧାନସଭାରେ ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ଉତ୍ତର ରଖିଛନ୍ତି।

ଗୁରୁବାର ବିଧାନସଭା ଅଧିବେଶନ ଆରମ୍ଭ ହେବା ମାତ୍ରେ କଂଗ୍ରେସ ବିଧାୟକ ହୋ-ହଲ୍ଲା କରିଥିଲେ। ଫଳରେ ବାଚସ୍ପତି ଗୃହକୁ ମୁଲତବୀ ରଖିଥିଲେ। ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୋକ ପ୍ରସ୍ତାବ ଆଗତ କରିବା ପରେ, ଗୃହରେ ଏହାକୁ ସମର୍ଥନ ଜଣାଇଥିଲେ ବିରୋଧୀ । ତେବେ ଏହାପରେ କଂଗ୍ରେସ ବିଧାୟକ  ପ୍ରତିବାଦ କରିଥିଲେ।

ନାରୀ ସୁରକ୍ଷା ଦାବି କରି ବିଧାୟକମାନେ ହଟ୍ଟଗୋଳ କରିବା ସହ ପୋଡିୟମ ତଳେ ନାରାବାଜି କରିଥିଲେ । ବିଧାନସଭା ଭିତରେ ହୁଇସିଲ୍ ବଜେଇ ପ୍ରତିବାଦ କରିଥିଲେ କଂଗ୍ରେସ ବିଧାୟକ । ବାଚସ୍ପତି ବାରମ୍ବାର ହୁଇସିଲ୍ ବଜାଇବା ବନ୍ଦ କରିବାକୁ ମନା କରିଥିଲେ ବି, ବିଧାୟକମାନେ ହୁଇସିଲ୍ ବଜାଇବା ବନ୍ଦ କରି ନ ଥିଲେ । ଯାହାପରେ ବାଚସ୍ପତି ଗୃହକୁ ମଧ୍ୟାହ୍ନ ୧୨ ଟା ଯାଏ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆତଙ୍କ: ମୋଦିଙ୍କୁ ଆତଙ୍କବାଦୀଙ୍କ ଧମକ, ଭାରତ ପାଇଁ ଏହାର ଅର୍ଥ କ’ଣ?

ନୂଆଦିଲ୍ଲୀ,୨୨।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ମଙ୍ଗଳବାର ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ଅତିକମରେ ୨୬ ଜଣ ପର୍ଯ୍ୟଟକ ନିହତ ହୋଇଥିବା ବେଳେ ଅନେକେ ଆହତ ହୋଇଛନ୍ତି।...

ପହଲଗାମ ଛାତିଥରା ଆକ୍ରମଣ ପଛରେ ପାକିସ୍ତାନ ହାତ, ଖୋଜି ଖୋଜି ହିନ୍ଦୁଙ୍କୁ ଗୁଳି କଲେ ଆତଙ୍କବାଦୀ

ନୂଆଦିଲ୍ଲୀ, ୨୨।୪: ଭାରତ ଇତିହାସରେ ଏହି ତାରିଖ ସମୂହିକ ସ୍ମୃତିରେ ଚିରସ୍ଥାୟୀ ହୋଇ ରହିବ। ଯେଉଁଦିନ ଆତଙ୍କବାଦୀମାନେ ଭାରତର “ମିନି ସ୍ୱିଜରଲ୍ୟାଣ୍ଡ” କୁହାଯାଉଥିବା ପହଲଗାମର ଅପୂର୍ବ...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

ଖୋଜି ଖୋଜି ହିନ୍ଦୁଙ୍କୁ ହତ୍ୟା କଲେ ଆତଙ୍କବାଦୀ; ମୋଦି କହିଲେ-‘କାହାରିକୁ ଛଡ଼ାଯିବ ନାହିଁ’

ନୂଆଦିଲ୍ଲୀ, ୨୨।୪: ଏକ ଭୟଙ୍କର ଲକ୍ଷ୍ୟଭିତ୍ତିକ ଆତଙ୍କବାଦୀ ଘଟଣାରେ, ଇସଲାମିକ ଉଗ୍ରପନ୍ଥୀମାନେ ମଙ୍ଗଳବାର ଦକ୍ଷିଣ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଏକ ଦଳ ଉପରେ ଆକ୍ରମଣ କରିଥିଲେ,...

ପହଲଗାମ ଆତଙ୍କବାଦୀ ଆକ୍ରମଣ: ଅତିକମରେ ୨୪ ହିନ୍ଦୁ ପର୍ଯ୍ୟଟକ ମୃତ, ପୁଲିସ ସୂତ୍ରରୁ ମିଳିଲା ବଡ ସୂଚନା

ନୂଆଦିଲ୍ଲୀ, ୨୨।୪: ଏକ ବିନାଶକାରୀ ଆତଙ୍କବାଦୀ କାର୍ଯ୍ୟରେ, ପହଲଗାମ ନିକଟସ୍ଥ ବୈସାରଣ ମେଦୋରେ ବନ୍ଧୁକଧାରୀମାନେ ପର୍ଯ୍ୟଟକଙ୍କ ଏକ ଦଳ ଉପରେ ଗୁଳି ଚଳାଇବାରେ ଅତିକମରେ ୨୪...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri