ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ କାର୍ଯ୍ୟକ୍ରମ ରାଜ୍ୟ ସରକାରଙ୍କ ତରଫରୁ ଆୟୋଜିତ ହୋଇଥିଲା। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ଜିଲା ସମାଜ ମଙ୍ଗଳ ଅଧିକାରୀ ବିଜୟଲକ୍ଷ୍ମୀ ବେହେରାଙ୍କ ସମେତ ସୁଭଦ୍ରା ହିତାଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ଗଞ୍ଜାମ ଜିଲାରେ ଆଜି ୫ମ କିସ୍ତିରେ ୯ ଲକ୍ଷ ୨୬ ହଜାର ୬୪୧ ଜଣ ହିତାଧିକାରୀଙ୍କ ବ୍ୟାଙ୍କଖାତାକୁ ପ୍ରାୟ ୪୬୩ କୋଟି ୩୨ ଲକ୍ଷ ଟଙ୍କା ସିଧାସଳଖ ହସ୍ତାନ୍ତର କରାଯାଇଛି। ରାଖି ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଭଉଣୀମାନେ ଛତ୍ରପୁର ବିଧାୟକ, ଜିଲାପାଳ ଓ ମୁଖ୍ୟ ଉନ୍ନୟନ ଅଧିକାରୀଙ୍କୁ ଫୁଲ ଓ ଚନ୍ଦନ ଦେଇ ରାଖି ବାନ୍ଧିଥିଲେ।

ଏହି ଅବସରରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଛତ୍ରପୁରର ବେବି ମହାରଣା ଓ ବୁଗୁଡ଼ାର କବିତା ମହାରଣାଙ୍କ ସହ ଆଲୋଚନା କରିଥିଲେ। ସୁଭଦ୍ରା ଯୋଜନାରୁ ସେମାନେ ପାଉଥିବା ସୁବିଧା, ଏହି ସହାୟତାର ପ୍ରଭାବ ଏବଂ ଏହା ମାଧ୍ୟମରେ ସେମାନଙ୍କ ଜୀବନରେ ଆସିଥିବା ପରିବର୍ତ୍ତନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଥିଲେ। ରାଖି ପୂର୍ଣ୍ଣିମାର ପବିତ୍ର ଅବସରରେ ଏହି ଅର୍ଥରାଶି ପାଇ ଜିଲାର ଲକ୍ଷାଧିକ ସୁଭଦ୍ରା ଭଉଣୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ସୁଭଦ୍ରା ଯୋଜନାର ପ୍ରଥମ ୪ଟି କିସ୍ତିରେ ଗଞ୍ଜାମ ଜିଲାରେ ପାଖାପାଖି ୧୦ ଲକ୍ଷ ମହିଳା ଏହି ଯୋଜନାର ଲାଭ ପାଇ ଆସୁଛନ୍ତି ବୋଲି ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri