ରାଜ୍ୟରେ ୪୭ ଜଣ ଛୁଆ ପଜିଟିଭ୍‌

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଶନିବାର ୩୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୪ହଜାର ୬୩୪ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୬ ଆକ୍ରାନ୍ତ ଥିବା ବେଳେ ଅନୁଗୋଳର ୁ୧, ବାଲେଶ୍ୱରରୁ ୧୩, ବରଗଡ଼ରୁ ୩, ଭଦ୍ରକରୁ ୮, ବଲାଙ୍ଗୀରରୁ ୪ , କଟକରୁ ୧୫,ବୌଦ୍ଧରୁ ୧, ଦେବଗଡ଼ରୁ ୧, ଗଜପତିରୁ ୭, ଗଞ୍ଜାମରୁ ୧, ଜଗତ୍‌ସିଂହପୁରରୁ ୮, ଯାଜପୁରରୁ ୧୧, ଆକ୍ରାନ୍ତ ଅଛନ୍ତି। ସେହିପରି କେନ୍ଦ୍ରାପଡ଼ାରୁ ୧୩, କେନ୍ଦୁଝରରୁ ୧, କୋରାପୁଟରୁ ୨, ମୟୂରଭଞ୍ଜରୁ ୧୧, ନୟାଗଡ଼ରୁ ୩, ପୁରୀରୁ ୯, ରାୟଗଡ଼ା ୫, ସମ୍ବଲପୁରରୁ ୪, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୪୬ ଅଛନ୍ତି।