Odisha Elections 2024

୪୭ ଗ୍ରାମ ବ୍ରାଉନସୁଗାର ଜବତ, ଦୁଇ ଗିରଫ

ବ୍ରହ୍ମପୁର,୧୮।୯ : ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ବିଜିପୁର ସନ୍ତୋଷି ମା ମନ୍ଦିର ନିକଟରୁ ଅବକାରୀ ଗୋଇନ୍ଦା ଟିମ ବ୍ରାଉନନ୍‌ସୁଗାର ଜବତ କରିଛି। ଏକ ଅଟୋରେ ଦୁଇଜଣ ଲୋକ ବସିଥିବା ବେଳେ ତାଙ୍କୁ  ଜେରା କରାଯାଇଥିଲା।  ସେମାନଙ୍କ ନିକଟରୁ ୪୭ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି।
ଅଭିଯୁକ୍ତମାନେ ହେଲେ ଟାଉନ ଥାନା ଅନ୍ତର୍ଗତ ବିଜିପୁରର କୈଳାଶ ଚନ୍ଦ୍ର ବେହେରା(୪୫) ଓ ଗୋପାଳପୁର ଥାନା ଅନ୍ତର୍ଗତ ଭାବିନାରାୟଣପୁରର ଜିତେନ୍ଦ୍ର କୁମାର ସାହୁ (୪୮)। ସେମାନଙ୍କୁ ମାମଲା ନମ୍ବର ୪୫୬/୨୩-୨୪ରେ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ବିଜିପୁର ବନ୍ଧ ନିକଟରେ ବ୍ରାଉନ ସୁଗାର କାରବାର ହେଉଥିବା ଖବର ପାଇ ଅବକାରୀ ଗୋଇନ୍ଦା ବିଭାଗ ସୋମବାର ଭୋରରୁ ସେଠାରେ ଚଢ଼ାଉ କରିଥିଲା। ସେଠାରେ ଏକ ଅଟୋ ନମ୍ବର (ଓ ୦୭ସି- ୩୨୪୧) ଭିତରେ ଦୁଇଜଣ ଲୋକ ସନ୍ଧେହଜନକ ଅବସ୍ଥାରେ ବସିଥିବା ଦେଖିବାକୁ ପାଇଥିଲେ। ସେମାନଙ୍କଠାରୁ  ୪୭ଗ୍ରାମ ବ୍ରାଉନସୁଗାର ଏବଂ  ବ୍ରାଉନସୁଗାର ବିକ୍ରି ଟଙ୍କା  ୨୪୦୦ ଜବତ କରିଥିଲେ। ଅଭିଯୁକ୍ତଙ୍କୁ ଜେରା ବେଳେ ସେମାନେ ଉକ୍ତ ବ୍ରାଉନସୁଗାର ଖୋର୍ଦ୍ଧାରୁ ଆଣିଥିବା ସ୍ବୀକାର କରିଥିଲେ। ଗିରଫ ଅଭିଯୁକ୍ତ ଦ୍ୱୟ ପେଷାଦାର ବ୍ରାଉନସୁଗାର ମାଫିଆ ବୋଲି ଅବକାରୀ ଟିମ ପକ୍ଷରୁ ସୂଚନା ମିଳିଛି। କୈଳାଶ ଏହି କାରବାରର ମାଷ୍ଟେରମାଇଣ୍ଡ ବୋଲି ଅବକାରୀ ଟିମ୍‌ କହିଛି। ଜବତ ବ୍ରାଉନସୁଗାର ଓ ଅଟୋର ମୂଲ୍ୟ ୬ଲକ୍ଷ ୪୪ ହଜାର ଟଙ୍କା ହେବ ବୋଲି କୁହାଯାଇଛି।
ସୂଚନା ଥାଉ କି, ପୂର୍ବରୁ ଅବକାରୀ ଭ୍ରାମ୍ୟମାଣ ସଂସ୍ଥା ଓ ସଦର ଥାନା ପକ୍ଷରୁ ପୃଥକ ଭାବେ  ୪  ସ୍ଥାନରେ ଚଢ଼ାଉ କରି ୧୦୭ ଗ୍ରାମ ବ୍ରାଉନସୁଗାର ଜବତ କରିଥିଲା। ଆଜିର ଏହି ଚଢ଼ାଉରେ ଅବକାରୀ ଗୁଇନ୍ଦା ଇନ୍ସପେକ୍ଟର ଗୀତାଞ୍ଜଳି ସାହୁ ଓ ତାଙ୍କ ଟିମ ସାମିଲ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri