ପଗଡ଼ି ଭିତରେ ନେଇ ଯାଉଥିଲେ ୪୭ ଲକ୍ଷ ମୂଲ୍ୟର ସୁନା

ନୂଆଦିଲ୍ଲୀ, ୫।୧୦: ଦିଲ୍ଲୀ ବିମାନ ବନ୍ଦରରେ ସୁନା ଚୋରା ଚାଲାଣ ଅଭିଯୋଗରେ କଷ୍ଟମ ବିଭାଗ ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣ ଦୁବାଇରୁ ଏବଂ ଜଣେ ତାଜିକସ୍ତାନରୁ ଆସିଛନ୍ତି। ସେମାନଙ୍କ ନିକଟରୁ ମୋଟ୍‌ ୪୭ ଲକ୍ଷ ଟଙ୍କାର ସୁନା ଜବତ କରାଯାଇଥିଲା। ଏହି ୩ ଜଣ ପୂର୍ବରୁ ମଧ୍ୟ ଭାରତକୁ ସୁନା ଚୋରାଚାଲାଣ କରି ସାରିଛନ୍ତି। ଗିରଫ ୩ଜଣଙ୍କ ମଧ୍ୟରୁ ଜଣେ ଯୁବକ ଶିଖ୍‌ ବେଶ ପରିଧାନ କରି ପଗଡ଼ି ଭିତରେ ସୁନା ଲୁଚାଇ ଆଣିଥିଲେ। କିନ୍ତୁ ତାଙ୍କ ଅଙ୍ଗଭଙ୍ଗୀ ସନ୍ଦେହଜନକ ହେବାରୁ କଷ୍ଟମ ବିଭାଗ ତାଙ୍କୁ ଅଟକାଇ ଚେକିଂ କରିଥିଲା। ପୂର୍ବରୁ ଏହି ଯୁବକଜଣଙ୍କ ମଧ୍ୟ ଭାରତକୁ ୬ ଲକ୍ଷ ଟଙ୍କାର ସୁନା ଚାଲାଣ କରିସାରିଥିବା ରାଜି ହୋଇଛନ୍ତି। କଷ୍ଟମ ବିଭାଗ ନଜରରୁ ବର୍ତ୍ତିବା ଲାଗି ସେ ଲମ୍ବା ଦାଢ଼ି ରଖି ଶିଖ୍‌ ବେଶ୍‌ ପରିଧାନ କରିଥିଲେ। ଫଳରେ ସହଜରେ କଷ୍ଟମ ଅଧିକାରୀଙ୍କ ଆଖିରେ ଧୂଳି ଦେଇ ଖସି ଯାଉଥିଲେ। କିନ୍ତୁ ଏଥର ତାଙ୍କ ଅଙ୍ଗଭଙ୍ଗୀ ସନ୍ଦେହଦୃଷ୍ଟିକୁ ଆସିଥିଲା। ସେହିଭଳି ଗିରଫ ମହିଳା ଜଣଙ୍କ ୧୩ ଲକ୍ଷ ଟଙ୍କାର ସୁନା ଆଣୁଥିଲେ। ଅନ୍ୟଜଣେ ଯୁବକ ମଧ୍ୟ ୧୬ ଲକ୍ଷ ଟଙ୍କାର ସୁନା ପକେଟ୍‌ରେ ଲୁଚାଇ ଆଣୁଥିବାବେଳେ ଧରାପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?