ଭାରତରେ ୪୭ପ୍ରତିଶତ ଲୋକଙ୍କର ଅଛି ଚାକିରି ହରାଇବାର ଭୟ

ନୂଆଦିଲ୍ଲୀ,୮।୭: ଭାରତରେ ପ୍ରାୟ ୪୭ ପ୍ରତିଶତ ଲୋକ ଚାକିରିକୁ ନେଇ ଅସୁରକ୍ଷିତ ମନେ କରନ୍ତି। ୧୦ ଜଣ କର୍ମଚାରୀଙ୍କ ମଧ୍ୟରୁ ୫ଜଣଙ୍କ ମଧ୍ୟରେ ଚାକିରି ହରାଇବାର ଭୟ ରହିଥାଏ। ଏଡିପି ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ଦ୍ୱାରା କରାଯାଇଥିବା ଏକ ସର୍ଭେର ଏହା ଜଣାପଡିଛି। ୧୭ଟି ଦେଶରେ କରାଯାଇଥିବା ଏକ ସର୍ଭେରେ ଏହି ସୂଚନା ପ୍ରକାଶ ପାଇଛି। ଅନ୍ୟ ଦେଶର ୧୦ଜଣ କର୍ମଚାରୀଙ୍କ ମଧ୍ୟରୁ ଚାରିଜଣ ଏହାକୁ ନେଇ ଚିନ୍ତିତ ଥିବାବେଳେ ଆମ ଦେଶରେ ଏହି ସଂଖ୍ୟା ପାଞ୍ଚ ରହିଛି। ଦେଶରେ ଯୁବକମାନେ ଚାକିରିକୁ ନେଇ ସବୁଠାରୁ ଅଧିକ ଅସୁରକ୍ଷିତ ମନେ କରନ୍ତି।

୩୨ହଜାର ଲୋକଙ୍କ ନେଇ କରାଯାଇଥିବା ସର୍ଭେ ଅନୁଯାୟୀ ପ୍ରାୟ ୫୦ ପ୍ରତିଶତ (୧୮-୨୪ ବର୍ଷ) କର୍ମଚାରୀ ନିଜ ଚାକିରିକୁ ନେଇ ଅସୁରକ୍ଷିତ ମନେ କରନ୍ତି। ଯେଉଁମାନେ ୫୫ ବର୍ଷ ବୟସ ସେମାନଙ୍କ ମଧ୍ୟରୁ ୨୪ ପ୍ରତିଶତ ବିଶ୍ୱାସ କରନ୍ତି ଯେ, ସେମାନଙ୍କର ଚାକିରିର କୌଣସି ଗ୍ୟାରେଣ୍ଟି ନାହିଁ।

ସେହିପରି ପାଞ୍ଚଜଣ କର୍ମଚାରୀଙ୍କ ମଧ୍ୟରୁ ଜଣେ (୧୮-୨୪ ବର୍ଷ) ବର୍ଷକ ମଧ୍ୟରେ ନିଜ କମ୍ପାନୀ ପରିବର୍ତ୍ତନ କରିବାକୁ ଚିନ୍ତା କରିଥା’ନ୍ତି। ସେଥିମଧ୍ୟରୁ ଏକ ଚତୁର୍ଥାଂଶ ନିଜର ବ୍ୟବସାୟ ଆରମ୍ଭ କରିବାକୁ ଚିନ୍ତା କରନ୍ତି। ୧୭ପ୍ରତିଶତ ୫୫ ବର୍ଷରୁ ଅଧିକ ବୟସର ଲୋକ ଶୀଘ୍ର ଅବସର ନେବାକୁ ଚାହାଁନ୍ତି ବୋଲି ସର୍ଭେରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?