ଜଳିଗଲା ୨୩ ପରିବାରର ୪୭ ବଖରା

ପରଜଙ୍ଗ,୧୫ା୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପଥରଖମ୍ବ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨୩ ପରିବାରର ୪୭ ବଖରା ଘର ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ନିଆଁ ଲାଗିବା ପରେ ଏକ ଗ୍ୟାସ୍‌ ସିଲିଣ୍ଡର ଫାଟିଯିବାରୁ ନିଆଁ ତୀବ୍ରବେଗରେ ଚାରିଆଡ଼କୁ ବ୍ୟାପିଯାଇଥିଲା। ଫଳରେ କୌଣସି ସାମଗ୍ରୀ ଉଦ୍ଧାର କରିବାକୁ ସାହିବାସୀ ସୁଯୋଗ ପାଇ ନ ଥିଲେ। କିଛି ସମୟ ମଧ୍ୟରେ ସବୁ ଜଳିପୋଡ଼ି ପାଉଁଶ ହୋଇଯାଇଥିଲା।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ, ଦଳିତ ସାହିର ଶରତ ନାଏକଙ୍କ ଘରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ଏହାପରେ ହଠାତ୍‌ ଏକ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ହେବାରୁ ଲାଗି କି ଥିବା ଅନ୍ୟ ଘରକୁ ନିଆଁ ମାଡ଼ିଯାଇଥିଲା। ତେବେ ଅଗ୍ନିକାଣ୍ଡ ବିଷୟରେ ଜାଣି ସାହିବାସୀ ଜୀବନ ବିକଳରେ ବାହାରି ଆସିଥିଲେ। ହେଲେ ନିଆଁ ଆଁରେ ମୂଲ୍ୟବାନ ଆସବାବପତ୍ର, ଧାନ, ଚାଉଳ, କାଗଜପତ୍ର, ବାଇକ୍‌, ସୁନା ଅଳଙ୍କାର ସବୁକିଛି ନଷ୍ଟ ହୋଇଯାଇଛି। ଏଥିରେ ମକୁନ୍ଦ ନାଏକ, ହରି ନାଏକ, ଅଲେଖ ପଧାନ, ଦିଲେଶ୍ୱର ନାଏକ, କବି ନାଏକ, ମୁରାରୀ ନାଏକ, ଚିନ୍ତାମଣି ନାଏକ, ଛବି ନାଏକ, ସୁଶାନ୍ତ ନାଏକ, ଚତୁର୍ଭୁଜ ନାଏକ, ଖୁଲଣା ଦାସ, ପ୍ରାଣବନ୍ଧୁ ନାଏକ, ପବିତ୍ର ବେହେରା, ଗୋବିନ୍ଦ ନାଏକ, ପ୍ରବୀଣ ନାଏକ, ଜଗନ ନାଏକ, ତରୁଣୀ ନାଏକ, ବିନୋଦ ସାହୁ, ଟିପୁନ ସାହୁ, ନରେଶ ସାହୁ, ଲିଲି ସାହୁ, ଦମୟନ୍ତୀ ସାହୁ, କ୍ଷୀରୋଦ ସାହୁଙ୍କ ପରିବାର ପ୍ରଭାବିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?