ହଷ୍ଟେଲ ଖାଦ୍ୟଖାଇ ୪୭ ଛାତ୍ରୀଛାତ୍ର ଅସୁସ୍ଥ

ପାଟଣାଗଡ଼, ୨୧ା୮(ପ୍ରହଲ୍ଲାଦ ପାଢ଼ୀ): ବଲାଙ୍ଗୀର ଜିଲା ପାଟଣାଗଡ ସହର ଉପକଣ୍ଠ ରାମପାଲିଠାରେ ଥିବା ଅନ୍ବେଷା ହଷ୍ଟେଲର ୪୭ଜଣ ଛାତ୍ରୀଛାତ୍ର ସୋମବାର ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇ ପଡିଥିଲେ। ସେମାନଙ୍କୁ ପାଟଣାଗଡ ଉପଖଣ୍ଡସ୍ତରୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଜଣଙ୍କୁ ଛାଡିଦେଲେ ସୁସ୍ଥତା ଅନୁଭବ କରିବା ପରେ ଅନ୍ୟମାନଙ୍କୁ ହଷ୍ଟେଲକୁ ଛାଡି ଦିଆଯାଇଛି।

ରାଜ୍ୟ ସରକାରଙ୍କ ଅର୍ବାନଏଜୁକେସନ ପ୍ରୋଗ୍ରାମର ଅନ୍ବେଷା ଯୋଜନାରେ ପାଟଣାଗଡରେ ଗୋଟିଏ ଅନ୍ବେଷା ହଷ୍ଟେଲ ରହିଛି। ଏଠାରେ ଅନୁସୂଚିତ ଜାତି ଓ ଜନଜାତିର ୩୧୦ଜଣ ଛାତ୍ରୀଛାତ୍ର ରହୁଛନ୍ତି। ସେମାନେ ହଷ୍ଟେଲରେ ରହି ସରକାରଙ୍କ ସହାୟତାରେ ନିକଟରେ ଥିବା ଓମ ଇଣ୍ଟରନ୍ୟାଶନାଲ ଇଂଲିଶ ମିଡିୟମ ସ୍କୁଲରେ ଅଧ୍ୟୟନ କରନ୍ତି। ରବିବାର ହଷ୍ଟେଲରେ ପିଲାଙ୍କୁ ମାଂସ ତରକାରୀ, ପୁରୀ ଓ ଚଣା ତରକାରୀ ଦିଆଯାଇଥିଲା। ସୋମବାର ସକାଳେ ପିଲାମାନେ ଉପମା ଓ ଚଣା ଖାଇ ସ୍କୁଲ ଯାଇଥିଲେ। ସ୍କୁଲ ପହଞ୍ଚିବାର କିଛି ସମୟ ପରେ ଜଣକା ପରେ ଜଣେ ଏହିପରି ୪୭ଜଣ ଛାତ୍ରୀଛାତ୍ରୀ ହଠାତ୍‌ ଅସୁସ୍ଥ ହୋଇ ପଡିଥିଲେ। ସେମାନଙ୍କୁ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଖବର ପାଇ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚି ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ପରେ ଅନ୍ବେଷା ହଷ୍ଟେଲ ଯାଇ ଅତିରିକ୍ତ ସୁପରିଣ୍ଟେଣ୍ଡେଣ୍ଟ ସରିତା ମହାପାତ୍ରଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri