ପୋଡ଼ିଗଲା ୪୭୦ କୁଇଣ୍ଟାଲ ଧାନ

ସମ୍ବଲପୁର,୧୧ା୧୨(ବ୍ୟୁରୋ): ସମ୍ବଲପୁର ଜିଲାରେ ରବିବାର ୨ଟି ସ୍ଥାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଯୁଯୁମୁରା ବ୍ଲକ କୟାକୁଦ ପଞ୍ଚାୟତ ଅନ୍ଧାରୀ ଗ୍ରାମରେ ବିଲରେ ଧାନ ଅମଳ ସମୟରେ ଟ୍ରେସର ମେଶିନରେ କୌଣସି କାରଣରୁ ଅଗ୍ନିକାଣ୍ଡ ହୋଇଥିଲା । ଫଳରେ ମେଶିନ ସହ ଟ୍ରାକ୍ଟର ପୋଡି ନଷ୍ଟ ହୋଇଯାଇଛି । ୪ ଜଣ ଚାଷୀଙ୍କ ଅମଳ ଧାନ ପୋଡି ପାଉଁଶ ହୋଇଯାଇଛି । କ୍ଷତିଗ୍ରସ୍ତ ଚାଷୀମାନେ ହେଲେ ପବିତ୍ର ସାହୁ, ଲକ୍ଷ୍ମଣ ବେହେରା, ସୁରୁ ସିଂ ସୋହେଳା, ଚିିତ୍ତରଞ୍ଜନ ସୋହେଲା ା ଏମାନଙ୍କର ମୋଟ ୪୭୦ କୁଇଣ୍ଟାଲ ଧାନ ପୋଡିଯାଇଛି । ଖବରପାଇ ଯୁଯୁମୁରା ଅଗ୍ନିଶମ ବାହିନୀ ପହଞ୍ଚି ନିଅଁାକୁ ଆୟତ୍ତ କରିଥିଲେ । ଶଟ ସର୍କିଟ କିମ୍ବା ମେଶିନ ଗରମ ହୋଇ ନିଆଁ ଲାଗି ଯାଇଥିବା ସନ୍ଦେହ କରାଯାଉଛି । କୟାକୁଦ ସରପଞ୍ଚ ଜେମାମଣି ପ୍ରଧାନ ପହଞ୍ଚି ଚାଷୀମାନଙ୍କ ସହ ଆଲୋଚନା କରିଛନ୍ତି । ସମସ୍ତ ସରକାରୀ ସୁବିଧା ଓ କ୍ଷତପୂରଣ ଚାଷୀଙ୍କୁ ଯୋଗାଇ ଦିଆଯାଉ ବୋଲି ସେ ଦାବି କରିଛନ୍ତି । ସେହିପରି କଂଗ୍ରେସ ନେତା ଆସଫ ଅଲ୍ଲୀ ଖାନ ମଧ୍ୟ କ୍ଷତିଗ୍ରସ୍ତ ଚାଷୀମାନଙ୍କ ସହ ଆଲୋଚନା କରି ସରକାରୀ ସୁବିଧା ଯୋଗାଇ ଦେବାକୁ ସ୍ଥାନୀୟ ତହସିଲଦାରଙ୍କୁ ଅନୁରୋଧ କରିଛନ୍ତି । ଏହାଛଡା ଟାଉନ ଥାନା ମୁଦିପଡା ଛକରେ ଥିବା ଏକ ମେଡିସିନ ଦୋକାନରେ ଅଗ୍ନିକାଣ୍ଡ ଘଟି କ୍ଷୟକ୍ଷତି ଘଟିଛି । ଶଟ ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅଗ୍ନିଶମ ବିଭାଗ ସନ୍ଦେହ କରୁଛି । କେତେ ପରିମାଣର କ୍ଷୟକ୍ଷତି ହୋଇଛି ତାହା ଜଣାପଡି ନାହିଁ । ହେଲେ ଦୋକନରେ ଥିବା ସମସ୍ତ ମେଡିସିନ, ଆଲମୀଲା, ଟେବୁଲ ଆଦି ପୋଡିଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri