କଣ୍ଟେନରରୁ ୪୮ ଗୋରୁ ଉଦ୍ଧାର: ୨୮ ମୃତ,ଭୋ ଭୋ ହୋଇ କାନ୍ଦିଲେ ଆଇଆଇସି

ଚଣ୍ଡିଖୋଲ,୩।୯(ପ୍ରଦୀପ୍ତ କୁମାର ପୃଷ୍ଟି): ଗୋ ମାଫିଆମାନେ ଦିନକୁ ଦିନ ଜାତୀୟ ରାଜପଥରେ ଖୁଲମଖୁଲା ଗୋଚାଲାଣ କରୁଛନ୍ତି। ସୋମବାର ରାତିରେ ଗୋମାତାଙ୍କୁ ଅତି ଦୟନିୟ ଅବସ୍ଥାରେ ଏକ କଣ୍ଟେନରରେ ନିଆଯାଉଥିବାବେଳେ ବଡ଼ଚଣା ପୋଲିସ ଗାଡ଼ିକୁ ଜବତ କରିଛି। ସେଥିରେ ୭୬ ଗୋରୁ ଥିବାବେଳେ ୨୮ ଗାଈଙ୍କ ମୃତ୍ୟୁ ହୋଇଛି। ସୁସ୍ଥ ଥିବା ୪୮ ଗୋମାତାଙ୍କୁ ଉଦ୍ଧାର କରାଯାଇ ଚୌଦ୍ୱାର ଗୋଶାଳାକୁ ପଠାଯାଇଛି।
ପୋଲିସ ସୂଚନା ଅନୁଯାୟୀ, ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ନଳୀପୁରଠାରୁ (ୟୁପି୨୮ସିଟି୦୪୪୧) କଣ୍ଟେନରରେ କୋଲକାତାକୁ ଗୋଚାଲାଣ କରାଯାଉଥିଲା। ବଡ଼ଚଣା ଥାନା ଅଧିକାରୀ ମଧୁସ୍ମିତା ବେହେରା କୌଣସି ସୂତ୍ରରୁ ଖବର ପାଇ ଉକ୍ତ ଗାଡ଼ିର ପିଛା କରି ୫୩ନଂ. ଜାତୀୟ ରାଜପଥର ବଡ଼ଚଣା ଥାନା ଅନ୍ତର୍ଗତ କୁନ୍ଦଳ-ବେଣାପୁର ପୋଲ ନିକଟରେ ଗାଡ଼ିକୁ ଅଟକାଇଥିଲେ। ବେଆଇନ ଗୋଚାଲାଣ ହେଉଥିବା ଜାଣି ସେ ଗାଡ଼ିକୁ ଥାନାକୁ ଆଣିଥିଲେ। ଗୋମାତାଙ୍କୁ ଗାଡ଼ିରୁ ଉଦ୍ଧାର କରିବାବେଳେ ସେଥିରୁ ୨୮ ଗୋରୁ ଶ୍ୱାସ ରୁଦ୍ଧହୋଇ ମରିଯାଇଥବା ଦେଖିବାକୁ ମିଳିଥିଲା। ବଡ଼ଚଣା ପୋଲିସ ଓ ସ୍ଥାନୀୟ ଲୋକଙ୍କ ସାହାଯ୍ୟାରେ ମୃତ ଗୋମାତାଙ୍କୁ ଖଇରା ପଡ଼ିଆରେ ପୋତାଯାଇଥିଲା। ତେବେ ଏହି ସମୟରେ ଆଇଆଇସି ଭୋଭୋ କାନ୍ଦୁଥିବା ଦେଖିବାକୁ ମିଳିଥିଲା। ଥାନା ଅଧିକାରୀଙ୍କ ଏପରି କାର୍ଯ୍ୟକୁ ବୁଦ୍ଧିଜୀବୀ ପ୍ରଶଂସା କରିବା ସହ ଗୋ ଚାଲାଣକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାଟା ସେଣ୍ଟରକୁ ବିରୋଧ

ଦି ଗ୍ରେଟ୍‌ ରିପ୍ଲେସମେଣ୍ଟ’ ଧାରଣା ଦର୍ଶାଏ ଯେ ସ୍ଥାନୀୟ ଲୋକଙ୍କୁ ଉଦ୍ଦେଶ୍ୟମୂଳକ ଭାବରେ ପ୍ରବାସୀମାନଙ୍କ ଦ୍ୱାରା ହଟାଯାଉଛି। ଫ୍ରାନ୍ସର ଲେଖକ ରେନାଡ୍‌ କାମୁସ ଏହି ଶବ୍ଦ ପ୍ରଥମେ…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?