ଆଇନ ମନ୍ତ୍ରୀଙ୍କୁ ୪୮ ହିନ୍ଦୀ,ସଂସ୍କୃତ ଶିକ୍ଷକ ସଂଘର ଫେରାଦ

ବରଗଡ଼, ୭।୯( ପ୍ରେମାନନ୍ଦ ଖମାରୀ):୪୮ ହିନ୍ଦୀ/ସଂସ୍କୃତ ଶିକ୍ଷକ ସଂଘର ଏକ ପ୍ରତିନିଧି ଦଳ ରାଜ୍ୟ ସରକାରଙ୍କ ଆଇନ ମନ୍ତ୍ରୀଙ୍କୁ ଫେରାଦ ହୋଇଛନ୍ତି। ସଂଘର ନେତା ଅକ୍ଷୟ କୁମାର ନାୟକଙ୍କ ନେତୃତ୍ୱରେ ବରଗଡ଼ ଜିଲାର ପ୍ରତିନିଧି ସୁଦାମା ବାରିକ, ରମେଶ ଚନ୍ଦ୍ର ପ୍ରଧାନ, ତପନ କୁମାର ନନ୍ଦ, ଯତୀନ୍ଦ୍ର ସାହୁ ପ୍ରମୁଖ ମନ୍ତ୍ରୀଙ୍କୁ ଓଡ଼ିଶା ବିଧାନସଭା ସ୍ଥିତ ତାଙ୍କ ପ୍ରକୋଷ୍ଠରେ ଭେଟି ରାଜ୍ୟରେ ନୂତନ ଅନୁଦାନପ୍ରାପ୍ତ ହାଇସ୍କୁଲରେ ଅପ୍ରଶିକ୍ଷିତ ହିନ୍ଦୀ/ସଂସ୍କୃତ ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କ ସମସ୍ୟା ଉପରେ ଅବଗତ କରାଇଥିଲେ। ଏ ନେଇ ସଂଘ ପକ୍ଷରୁ ମନ୍ତ୍ରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।
ପ୍ରକାଶଥାଉକି, ଶିକ୍ଷା ଆଇନ ୧୯୭୪ ଧାରା ୧୬(ଖ) ଅନୁସାରେ ହାଇସ୍କୁଲରେ କାର୍ଯ୍ୟରତ ଅପ୍ରଶିକ୍ଷିତ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ୪୮ବର୍ଷ ପ୍ରବେଶ ହେବା କ୍ଷଣି ଟ୍ରେଣ୍ଡ ଗ୍ରାଜୁଏଟ ସ୍କେଲ ହାରରେ ଦରମା ମିଳିବା କଥା। କିନ୍ତୁ ଉଚ୍ଚ ନ୍ୟାୟାଳୟ ଓ ସର୍ବୋଚ୍ଚ ନ୍ୟାୟାଳୟର ଆଦେଶନାମା ମିଳିଲା ପରେ ସରକାର ପାଖାପାଖି ୨୦୦ ହିନ୍ଦୀ/ସଂସ୍କୃତ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ତାଙ୍କର ହକ୍‌ ପ୍ରଦାନ କରିଥିଲେ। ବାକି ସମସ୍ତ ମାମଲାଗୁଡ଼ିକୁ ସରକାର ଖାରଜ କରି ଦେଇଥିଲେ। ପରବର୍ତ୍ତୀ ସମୟରେ ଏହି ମାମଲାକୁ ଉଚ୍ଚ ନ୍ୟାୟାଳୟର ସିଙ୍ଗଲ ବେଞ୍ଚରେ ଚ୍ୟାଲେଞ୍ଜ କରାଯାଇଥିଲା। ସିଙ୍ଗଲ ବେଞ୍ଚ ଓ ଡବଲ ବେଞ୍ଚରେ ସରକାର ହାରିଲା ପରେ ଶିକ୍ଷକମାନଙ୍କ ନ୍ୟାଯ୍ୟ ଅଧିକାର ସେମାନଙ୍କୁ ପ୍ରଦାନ କରିବା ପରିବର୍ତ୍ତେ ଏବେ ପୁଣି ସେହି ସମାନ ମାମଲାଟିକୁ ସରକାର ସର୍ବୋଚ୍ଚ ନ୍ୟାୟାଳୟରେ ଠିକ୍‌ ଭାବେ ଦାଏର ନ କରି (ଡିଫେକ୍ଟ ଲିଷ୍ଟରେ ପକାଇ) ଦିନ ପରେ ଦିନ ଗଡ଼ାଇ ଚାଲିଥିବା ଅଭିଯୋଗ ହୋଇଛି। ଏପଟେ ଶିକ୍ଷକମାନେ ବୟସର ଅପରାହ୍ନରେ ପଦାର୍ପଣ କରି ସେବା ନିବୃତ୍ତ ହେଉଛନ୍ତି ଓ ମୃତ୍ୟୁମୁଖରେ ପଡ଼ୁଛନ୍ତି ବୋଲି ସଂଘ ଅଭିଯୋଗ କରିଛି। ଫଳରେ ଏହାର ସମାଧାନ ପାଇଁ ସରକାର ବିହିତ ପଦକ୍ଷେପ ନେବାକୁ ମନ୍ତ୍ରୀଙ୍କୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri