୪୮ ଘଣ୍ଟାରେ ବାତ୍ୟା ଆଶଙ୍କା

ଭୁବନେଶ୍ୱର,୬ା୧୨(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅବପାତ(ଡିପ୍ରେସନ)ରେ ପରିଣତ ହେବ। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଏହାର ୨୪ ଘଣ୍ଟା ପରେ ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ବାତ୍ୟା ରୂପ ନେବ। ଆସନ୍ତା ୮ ତାରିଖ ରାତିରେ ବାତ୍ୟା ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ମଧ୍ୟ ଦେଇ ସ୍ଥଳଭାଗ ଅତିକ୍ରମ କରିବା ଆଶଙ୍କା ରହିଛି। କିନ୍ତୁ ଓଡ଼ିଶା ଉପରେ ବାତ୍ୟାର ସିଧା ପ୍ରଭାବ ପଡ଼ିବ ନାହିଁ। ତେବେ ୯ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, ନୟାଗଡ଼ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହାଛଡ଼ା ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର ଜିଲାରେ ମଧ୍ୟ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତା ଦିନକ ପରେ ବାତ୍ୟା ସମ୍ପର୍କରେ ଚିିତ୍ର ସମ୍ପୂର୍ଣ୍ଣ ସ୍ପଷ୍ଟ ହେବ। ଅନ୍ୟପକ୍ଷରେ ରାଜ୍ୟରେ ଶୀତ ସାମାନ୍ୟ ଅଧିକ ଅନୁଭୂତ ହୋଇଛି। ସୋମବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ର ୧୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବାବେଳେ ଫୁଲବାଣୀରେ ୧୨.୪, ସୁନ୍ଦରଗଡ଼ ୧୨.୮, ଝାରସୁଗୁଡ଼ା ୧୨.୬, କୋରାପୁଟ ୧୩ ଓ କେନ୍ଦୁଝରରେ ୧୩.୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?