୪୮ଘଣ୍ଟା ପରେ ଧରାପଡ଼ିଲେ ବ୍ୟାଙ୍କ ଲୁଟେରା

ସୁନ୍ଦରଗଡ଼,୩୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହର ନିକଟ କିରେଇସ୍ଥିତ ଉତ୍କଳ ଗ୍ରାମ୍ୟବ୍ୟାଙ୍କରୁ ଗତ ୨୭ ତାରିଖରେ ବନ୍ଧୁକ ଦେଖାଇ ୪ଜଣ ଡକାୟତ ଲକ୍ଷାଧିକ ଟଙ୍କା ଲୁଟି ନେବା ଘଟଣାରେ ସୁନ୍ଦରଗଡ଼ ପୋଲିସକୁ ମିଳିଛି ସଫଳତା। ବ୍ୟାଙ୍କରୁ ଟଙ୍କା ଲୁଟ୍‌ ହେବାର ୪୮ଘଣ୍ଟା ମଧ୍ୟରେ ବିହାର ଓ ଝାଡଖଣ୍ଡ ପୋଲିସ ସହାୟତାରେ ସୁନ୍ଦରଗଡ଼ ପୋଲିସ ୪ଜଣ ଆନ୍ତଃରାଜ୍ୟ ଡକାୟତଙ୍କୁ ଝାଡ଼ଖଣ୍ଡ ରାଜ୍ୟ ଖୁଣ୍ଟିଠାରୁ ଗିରଫ କରିଛି। ଶୁକ୍ରବାର ଜିଲା ପୋଲିସ ମୁଖ୍ୟାଳୟରେ ଖବରଦାତା ସମ୍ମିଳନୀରେ ସୁନ୍ଦରଗଡ଼ ଏସ୍‌ପି ସାଗରିକା ନାଥ ଏହି ସୂଚନା ଦେଇଛନ୍ତି।

ଗିରଫ ୪ ଡକାୟତ ବିହାର ରାଜ୍ୟର ବୋଲି ଏସ୍‌ପି ପ୍ରକାଶ କରିଛନ୍ତି। ଏହି ଲୁଟ୍‌ ଘଟଣାରେ ୪ଜଣଙ୍କ ବ୍ୟତୀତ ଅନ୍ୟମାନଙ୍କ ସମ୍ପୃକ୍ତି ଅଛି କି ନାହିଁ ସେ ନେଇ ଅଧିକ ତଦନ୍ତ ଜାରି ରହିଥିବାରୁ ପୋଲିସ ଗିରଫ ୪ଜଣଙ୍କ ନାମ ପ୍ରକାଶ କରିନାହିଁ। ପୋଲିସ ସେମାନଙ୍କ ନିକଟରୁ ୪ଟି ପିସ୍ତଲ, ନମ୍ବର ବିହୀନ ୨ଟି ବାଇକ୍‌, ନଗଦ ୩୨ହଜାର ୧୪୦ ଟଙ୍କା, ୪ଟି ମୋବାଇଲ ଫୋନ୍‌ ଜବତ କରିଛି। ଗିରଫ ପରେ ସେମାନଙ୍କୁ ବିହାର ବନିହାର ଥାନାରେ ଅଟକ ରଖାଯାଇ ଅଧିକ ପଚରାଉଚୁରା କରାଯାଉଛି।

ବିହାର ପୋଲିସ ପାଇଁ ମୋଷ୍ଟ ଓ୍ବେଣ୍ଟେଡ ଥିବା ଗିରଫ ୪ଜଣ ଡକାୟତଙ୍କ ନାମରେ ବିହାର, ଝାଡ଼ଖଣ୍ଡ ରାଜ୍ୟର ବିଭିନ୍ନ ଥାନାରେ ଦେଢଶହରୁ ଊର୍ଦ୍ଧ୍ୱ ଲୁଟ୍‌, ବ୍ୟାଙ୍କ ଡକାୟତି ଓ ହତ୍ୟା ମାମଲା ରହିଛି। ଏମାନଙ୍କ ନାମରେ ବିହାର ପୋଲିସ ପକ୍ଷରୁ ୫୦ହଜାର ଟଙ୍କା ପୁରସ୍କାର ରାଶି ଘୋଷଣା କରାଯାଇଥିଲା। ଏହି ୪ଜଣ ଡକାୟତ ୨ଟି ବାଇକ୍‌ରେ ସୁନ୍ଦରଗଡ଼ ଆସି କିରେଇସ୍ଥିତ ବିଜୁ ଏକ୍ସପ୍ରେସ ଓ୍ବେ ପାର୍ଶ୍ୱରେ ଥିବା ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରେ ପଶି ରିଭଲଭର ଦେଖାଇ କର୍ମଚାରୀ ଓ ମ୍ୟାନେଜରଙ୍କୁ ଭୟଭୀତ କରି ବ୍ୟାଙ୍କ ଲକର ଓ କ୍ୟାଶ କାଉଣ୍ଟରରୁ ୨ଲକ୍ଷ ୮୭ ହଜାର ୪୧୦ ଟଙ୍କା ଓ ଜଣେ ଗ୍ରାହକଙ୍କଠାରୁ ୫ହଜାର ଟଙ୍କା, ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ସୁନା ଚେନ୍‌ ଓ କର୍ମଚାରୀମାନଙ୍କ ମୋବାଇଲ ଫୋନ୍‌ ଲୁଟି ଫେରାର୍‌ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri