Posted inଜାତୀୟ

ରୋପ୍‌ ଓ୍ବେରେ ଲଟକିଛି ୪୮ ଜୀବନ, ବିତିଲାଣି ୨୦ ଘଣ୍ଟା…

ରାଞ୍ଚି, ୧୧।୪ : ଝାଡଖଣ୍ଡର ସର୍ବୋଚ୍ଚ ତ୍ରିକୁଟ ରୋପ୍‌ ୱେର ଟ୍ରଲି ପରସ୍ପର ସହ ମୁହାଁମୁହିଁ ହୋଇଥିଲେ। ଫଳରେ ପ୍ରାୟ ୧୮ ଟ୍ରଲି ରବିବାର ସନ୍ଧ୍ୟାରୁ ଗତ ୨୦ ଘଣ୍ଟାରୁ ଅଧିକ ସମୟ ଧରି ଉପରେ ଳଟକି ରହିଛି। ଏସବୁ ଟ୍ରଲିରେ ୪୮ ଜଣ ଲୋକ ରହିଛନ୍ତି।

ସେମାନଙ୍କ ପାଖରେ ଡ୍ରୋନ୍‌ ଦ୍ୱାରା ଆବଶ୍ୟକ ଖାଦ୍ୟ ପାନୀୟ ପହଞ୍ଚା ଯାଉଛି। ଏନଆରଡିଏଫ୍‌ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲେ ମଧ୍ୟ ତେବେ, ପରେ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ସେନାକୁ ଡକାଯାଇଛି ଲୋକମାନେ ପାହାଡ ଉପରେ ଫସି ରହିଛନ୍ତି। ଏହି ଦୁର୍ଘଟଣାରେ ବହୁ ଲୋକ ମଧ୍ୟ ଆହତ ହୋଇଛନ୍ତି। ଉପରେ ଅଟକି ରହିଥିବା ଲୋକଙ୍କ ମଧ୍ୟରେ ଛୋଟ ପିଲା ଏବଂ ମହିଳା ମଧ୍ୟ ଅଛନ୍ତି।

ଅଧିକାରୀମାନେ କହିଛନ୍ତି ଯେ ସେନା ଲୋକଙ୍କୁ ହେଲିକପ୍ଟର ଯୋଗେ ଉଦ୍ଧାର କରିବାରେ ଅସଫଳ ରହିଛି। ହେଲିକପ୍ଟର ପଙ୍ଖା ପବନରେ ଟ୍ରଲି ଜୋରରେ ଥରିବାକୁ ଲାଗିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି।

ଜିଲାପାଳ ମଞ୍ଜୁନାଥ ଭୈଜନ୍ତ୍ରି କହିଛନ୍ତି ଯେ ବର୍ତ୍ତମାନ ରୋପ୍‌ ଓ୍ବେ ବନ୍ଦ ରହିଛି। ଆହତମାନଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଭାରତୀୟ ବାୟୁସେନା କହିଛି ଯେ ଦୁଇଟି ଏମ୍‌ଆଇ -୧୭ ହେଲିକପ୍ଟର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛି। ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri