Posted inଜାତୀୟ

ଖଲିସ୍ତାନୀ ଆତଙ୍କବାଦୀଙ୍କ ସହ ସମ୍ପୃକ୍ତ ୪୮ ସ୍ଥାନରେ ଚଢ଼ାଉ

ଫିରୋଜପୁର,୨୬ା୯: ଖଲିସ୍ତାନୀ ଆତଙ୍କବାଦୀ ଲଖବୀର ସିଂ ଲଣ୍ଡା ଓ ତାଙ୍କ ସହଯୋଗୀମାନଙ୍କ ସହ ସମ୍ପୃକ୍ତ ବିଭିନ୍ନ ସ୍ଥାନରେ ପଞ୍ଜାବ ପୋଲିସ ସୋମବାର ଚଢ଼ାଉ କରିଛି। ଫିରୋଜପୁର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ୪୮ଟି ସ୍ଥାନରେ ଏକସଙ୍ଗେ ତଲାସି କରାଯାଇଥିଲା। ଫିରୋଜପୁରର ଜିରା ଅଞ୍ଚଳରେ ଦାଦାବଟି ଆଦାୟରେ ଲଖବୀର ଓ ତାଙ୍କ ଗ୍ୟାଙ୍ଗ ସଦସ୍ୟ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ଉକ୍ତ ଗ୍ୟାଙ୍ଗ୍‌ର ୨ ଜଣ ମୁଖାପିନ୍ଧା ବ୍ୟକ୍ତି ଜଣେ ଦୋକାନୀଙ୍କୁ ଗୁଳି କରିଥିଲେ। ଲଖବୀର ଏବଂ ହରଓ୍ବିନ୍ଦର ସିଂ ସାନ୍ଧୁ ଓରଫ ରିଣ୍ଡାଙ୍କୁ ଧରାଇଦେଲେ ୧୦ ଲକ୍ଷ ଏବଂ ବାବର ଖାଲ୍‌ସା ଇଣ୍ଟରନ୍ୟାଶନାଲ୍‌ର ୩ ଜଣ କାର୍ଯ୍ୟକର୍ତ୍ତାଙ୍କ ସମ୍ପର୍କରେ ସୂଚନା ଦେଲେ ୫ ଲକ୍ଷ ଟଙ୍କା ପୁରସ୍କାର ଦିଆଯିବ ବୋଲି ନିକଟରେ ଏନ୍‌ଆଇଏ ଘୋଷଣା କରିଥିଲା। ଭାରତରେ ଶାନ୍ତି ଓ ସାମ୍ପ୍ରଦାୟିକ ସଦ୍‌ଭାବରେ ବ୍ୟାଘାତ ସୃଷ୍ଟି କରିବା ଏବଂ ପଞ୍ଜାବରେ ଆତଙ୍କ ଖେଳାଇବା ଲକ୍ଷ୍ୟରେ ଲଖବୀର ଓ ତାଙ୍କ ସହଯୋଗୀମାନେ ସମ୍ପୃକ୍ତ ଥିବାନେଇ ଏନ୍‌ଆଇଏ ମାମଲା ରୁଜୁ କରି ସେମାନଙ୍କୁ ଖୋଜୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri