ପାକିସ୍ତାନରେ ମହଙ୍ଗା ମାଡ଼ ୪୮ ବର୍ଷର ରେକର୍ଡ ଭାଙ୍ଗିଲା…

ଇସଲାମାବାଦ,୧୧।୨ : ପାକିସ୍ତାନ ସବୁଠାରୁ ବଡ ସଙ୍କଟ ଦେଇ ଗତି କରୁଛି। ପାକିସ୍ତାନର ଆର୍ଥିକ ଅବସ୍ଥା ଅତ୍ୟନ୍ତ ଖରାପ ଏବଂ ବର୍ତ୍ତମାନ ପରିସ୍ଥିତି ଏପରି ହୋଇଛି ଯେ ପାକିସ୍ତାନର ସାଧାରଣ ଲୋକମାନେ ସରକାରଙ୍କୁ ବିରୋଧ କରୁଛନ୍ତି। ଦେବାଳିଆ ଅବସ୍ଥାରେ ପାକିସ୍ତାନ ପହଞ୍ଚିଛି। ବେଲ ଆଉଟ ପ୍ୟାକେଜ ସମ୍ପର୍କରେ ଆଇଏମଏଫ ସହ ହୋଇଥିବା ଆଲୋଚନା ମଧ୍ୟ ବିଫଳ ହୋଇଛି। ଫଳରେ ସ୍ଥିତି ଗୁରୁତର ହେବାରେ ଲାଗିଛି। ବର୍ତ୍ତମାନ ପରିସ୍ଥିତି ଏପରି ହୋଇଛି ଯେ ଲୋକମାନେ ଦିନକୁ ଦୁଇବେଳା ରୁଟି ମିଳିବା ମଧ୍ୟ କଷ୍ଟକର ହୋଇ ପଡ଼ିଛି। ପାକିସ୍ତାନରେ ମହଙ୍ଗା ମାଡ଼ ୪୮ ବର୍ଷର ରେକର୍ଡ ଭାଙ୍ଗିଛି।

ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ପାକିସ୍ତାନରେ ଦରଦାମ ବୃଦ୍ଧି ଯୋଗୁଁ ବିଭିନ୍ନ ବ୍ୟବସାୟ ପ୍ରତିଷ୍ଟାନରେ ବିକ୍ରି ହ୍ରାସ ପାଇଛି। ବିଶେଷକରି ମଧ୍ୟବିତ୍ତ ଲୋକମାନେ ବଜାରରୁ ନିଜକୁ ଦୂରେଇ ରଖିଛନ୍ତି ଏବଂ କେବଳ ଧନୀ ଶ୍ରେଣୀ ନିଜର ଆବଶ୍ୟକ ଜିନିଷପତ୍ର କିଣିବାକୁ ସକ୍ଷମ ହେଉଛନ୍ତି।

ସେହିଭଳି ପେଟ୍ରୋଲ ପମ୍ପରେ ତେଲ ବିକ୍ରିରେ ମଧ୍ୟ ହ୍ରାସ ଘଟିଛି। ପୂର୍ବରୁ ପେଟ୍ରୋଲ ପମ୍ପରେ ଗ୍ରାହକଙ୍କ ଲମ୍ବା ଲାଇନ ଥିଲା, ଏବେ ପେଟ୍ରୋଲ ପମ୍ପଗୁଡ଼ିକ ପ୍ରାୟ ଖାଲି ପଡ଼ିଛି। ଏହାର କାରଣ ହେଉଛି ପାକିସ୍ତାନରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୨୬୨ ଟଙ୍କା ଛୁଇଁଛି। ସ୍ବଳ୍ପ ଆୟ ବର୍ଗର ଲୋକଙ୍କୁ ପାକିସ୍ତାନରେ ଘର ଖର୍ଚ୍ଚ ଚଳାଇବା ପାଇଁ ଧାର କରଜ କରିବାକୁ ପଡୁଛି।

ପାକିସ୍ତାନର ଚାଷୀଙ୍କ ଅବସ୍ଥା ମଧ୍ୟ ଖରାପ। ମୁଦ୍ରାସ୍ଫୀତି ବୃଦ୍ଧି ଦ୍ୱାରା କୃଷକଙ୍କ ଲଗାଣ ମୂଲ୍ୟ ବହୁଗୁଣିତ ହୋଇଛି। ବିଦ୍ୟୁତ ମୂଲ୍ୟ ଏବଂ ମଜୁରୀ ବୃଦ୍ଧି ହେତୁ ଚାଷ ଆଉ ଲାଭଜନକ କାରବାର ହୋଇ ରହିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

ବିମାନବନ୍ଦରରେ କେମିତି ପାଇବେ ଚାକିରି? ଜାଣନ୍ତୁ କ’ଣ ପଢ଼ିଲେ ମିଳିବ ଏହି ସୁଯୋଗ, କେତେ ପାଇବେ ଦରମା…

ନୂଆଦିଲ୍ଲୀ,୨୯ା୩: ବିମାନବନ୍ଦରରେ ଚାକିରି ପାଇବା ଅନେକ ଯୁବତୀ ଯୁବକଙ୍କ ସ୍ବପ୍ନ। ବିମାନବନ୍ଦରରେ କାମ କଲେ ଅନେକ ସୁବିଧା ମିଳିଥାଏ। ଯେଉଁଥିରେ ଭଲ ଦରମା, ବୃତ୍ତିଗତ ପରିବେଶ, ସ୍ମାର୍ଟ…

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

ଶେଷ ହେବ ଯୁଦ୍ଧ! ନିଜ ଦେଶ ସହ ୟୁରୋପରେ ଇରାନ ଯୁଦ୍ଧକୁ ନେଇ ଟ୍ରମ୍ପଙ୍କୁ କରାଗଲାଣି ଘୋର ବିରୋଧ

ଓ୍ବାଶିଂଟନ,୨୯।୩: ଗତ ୩୦ ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଚାଲିଛି। ସମଗ୍ର ମଧ୍ୟପ୍ରାଚ୍ୟ ଯୁଦ୍ଧରେ ବୁଡ଼ି ରହିଛି। ସାରା ବିଶ୍ୱରେ ଉତ୍ତେଜନାର ବାତାବରଣ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri