Posted inଜାତୀୟ

ରେଳ ଲାଇନ କଡ଼ରୁ ହଟିବ ୪୮ ହଜାର ଝୁମ୍ପୁଡ଼ି: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୩।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟିବ। ଏନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ପର୍ଯ୍ୟାୟକ୍ରମେ ଝୁମ୍ପୁଡ଼ିଗୁଡ଼ିକୁ ହଟାଯିବ। ରେଲଓ୍ବେ ସୁରକ୍ଷା ଜୋନ୍‌ରେ ବେଆଇନ ଦଖଲ କରିଥିବା ଝୁମ୍ପୁଡ଼ିକୁ ପ୍ରଥମେ ହଟାଇ ଦିଆଯିବ। ୩ ମାସ ମଧ୍ୟରେ ୧୪୦ କିମି ଲମ୍ବ ରେଳ ଲାଇନ କଡ଼ରେ ଥିବା ଏସବୁ ଝୁମ୍ପୁଡ଼ିକୁ ଭଙ୍ଗାଯିବ। ଅନ୍ୟ କୌଣସି କୋର୍ଟ ଏନେଇ ମଧ୍ୟବର୍ତ୍ତୀକାଳୀନ ଆଦେଶ ଜାରିକଲେ ତାହାର ପ୍ରଭାବ ସୁପ୍ରିମ୍‌କୋଟଙ୍କ ରାୟକୁ ବାଧା ଦେଇ ପାରିବ ନାହିଁ। ୧୯୮୫ଠାରୁ ପ୍ରଦୂଷଣ ରୋକିବା ପାଇଁ ବିଭିନ୍ନ ସମୟରେ ସୁପ୍ରିମ୍‌କୋର୍ଟ ପକ୍ଷରୁ ଏଭଳି ରାୟ ଦିଆଯାଉଛି। ୨୦୧୮ରେ ଝୁମ୍ପୁଡ଼ି ହଟାଇବା ପାଇଁ ଏନ୍‌ଜିଟି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ରାଜନୈତିକ ହସ୍ତକ୍ଷେପ ଯୋଗୁ ଏହା ସମ୍ଭବ ହୋଇ ପାରି ନଥିବା ରେଲଓ୍ବେ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ପୁଅ ପାଇଁ ନିଜ ଝିଅର ବଳି ଦେଲେ ମା’, ତାନ୍ତ୍ରିକଙ୍କ ନିର୍ଦ୍ଦେଶରେ…ପୂରା ଘଟଣା ଜାଣିଲେ ଥରିଉଠିବ ଦେହ

ରାଞ୍ଚି,୨।୪: ଝାଡ଼ଖଣ୍ଡର ହଜାରୀବାଗ ଜିଲାର ବିଷ୍ଣୁଗଡ଼ ଥାନା ଅଞ୍ଚଳର କୁସୁମ୍ଭା ଗାଁରେ ଜଣେ ୧୩ ବର୍ଷୀୟା ଝିଅର ହତ୍ୟା ଘଟଣାରେ ପୋଲିସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri