ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ଜିଲା କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ଶିଶୁ, ନାବାଳିକା, ନାରୀ ନିର୍ଯାତନା, ବଳାତ୍କାର ଓ ଗଣବଳାତ୍କାର, ଅପହରଣ, ନିଖୋଜ ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି କ୍ରମାଗତ ଭାବେ ବୃଦ୍ଧି ପାଉଛି। ସରକାର ଏହା ଉପରେ ରୋକ ଲଗାଇବାରେ ବିଫଳ ହୋଇଛନ୍ତି। ଏହାର ପ୍ରତିବାଦରେ ବୁଧବାର ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ପକ୍ଷରୁ ଏକ ଗଣଧାରଣା ଓ ବିକ୍ଷୋଭ ଦିଆଯାଇଥିଲା। ଭୁବନେଶ୍ୱର ଏଡିଏମ୍‌ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ପ୍ରତିବାଦ ସଭା ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ରଶ୍ମି ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ପ୍ରତିବାଦ ଓ ବିକ୍ଷୋଭକୁ ନଜରରେ ରଖି ବ୍ୟାପକ ପୋଲିସ ବ୍ୟବସ୍ଥା ଗ୍ରହଣ କରିଥିଲା। ରାଜ୍ୟରେ ପ୍ରତିଦିନ ନାରୀ ନିର୍ଯାତନା, ନାବାଳିକା ବଳାତ୍କାର, ଗଣ ବଳାତ୍କାର, ଅପହରଣ ଓ ନିଖୋଜ ଭଳି ଉଦ୍‌ବେଗଜନକ ଘଟଣା ଘଟି ଚାଲିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଆଇନଶୃଙ୍ଖଳା ଠିକ୍‌ ଅଛି ବୋଲି ବିବୃତି ଦେଉଛନ୍ତି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଜିଲା କଂଗ୍ରେସର କାର୍ଯ୍ୟକାରୀ ସଭାପତି ମହାପାତ୍ର ଉଦ୍‌ବୋଧନ ଦେଇ କହିଥିଲେ। ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ କହିଲେ, ବିଜେଡି ସରକାରଙ୍କର ମା’କୁ ସମ୍ମାନ ନାରା ପ୍ରହସନରେ ପରିଣତ ହୋଇଛି। ଆଇନଶୃଙ୍ଖଳା ସମ୍ପୂର୍ଣ୍ଣ ଭୁଶୁଡି ପଡିଥିବା ବେଳେ ମୁଖ୍ୟମନ୍ତ୍ରୀ ମହିଳାମାନଙ୍କୁ ସୁରକ୍ଷା ଦେବାରେ ପୂରାପୂରି ବିଫଳ ହୋଇଛନ୍ତି। ଏହାକୁ ନିୟନ୍ତ୍ରଣ ନ କଲେ ଆଗାମୀଦିନରେ ରାଜ୍ୟ ପାଇଁ ବିପଦ ସୃଷ୍ଟି ହେବ। ଏହି ଅବସରରେ ଜିଲା କଂଗ୍ରେସ କମିଟି ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏଡିଏମ୍‌ଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ସଂଗ୍ରାମ କେଶରୀ ରାଉତରାୟ, ଜାନକୀ ବଲ୍ଲଭ ପଟ୍ଟନାୟକ, ପଦ୍ମାକର ଗୁରୁ, ବିସ୍ମୟ ମହାପାତ୍ର, ଗୀତାଞ୍ଜଳି ମହାନ୍ତି, ମୋହନ ଜେନା, ଜୟକୃଷ୍ଣ ସୁବୁଦ୍ଧି, ଚିନ୍ମୟ ସୁନ୍ଦର ଦାସ, ମାନସ ଆଚାର୍ଯ୍ୟ, ରସିକ ପଟ୍ଟନାୟକ, ସିପ୍ରା ସେନାପତି, ସେକ୍‌ ଅଫତାବ ଅଲ୍ଲି, ନିରୋଦ ଗଡନାୟକ, ମନୋଜ ସାହୁ, ସଞ୍ଜୟ ନାୟକ, ସରୋଜ ମହାନ୍ତି, ଶୈଳେନ୍ଦୁ ମଜୁମଦାର, କୈଳାସ ସାହୁ, କୁସୁମ ପ୍ରଧାନ, ଜ୍ୟୋତିଷ ସାହୁ, ସଂକୁନା କହଁର, ମୁନି ଥାପା, ନିରୁପମା ପାତ୍ର, ଆଦିତ୍ୟ ସାହୁ, କ୍ଷୀରୋଦ ବାବୁ ପ୍ରମୁଖ ଶତାଧିକ କଂଗ୍ରେସ ନେତୃମଣ୍ଡଳୀ ଓ କର୍ମୀ ବିକ୍ଷୋଭ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


All Right Reserved By Dharitri.Com

ସପ୍ତମାତୃକା ବେଶର ଅନ୍ତିମ ଦିବସ: ମହାଲକ୍ଷ୍ମୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୨ା୧୧: ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଶନିବାର ଅନ୍ତିମ ଦିବସ। ଶେଷ ଦିନରେ ମା’ ମହାଲକ୍ଷ୍ମୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି।...

ଧଳାବାଘ ‘ସମ୍ରାଟ’ ଅସୁସ୍ଥ

ବାରଙ୍ଗ,୨୭ା୬(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଅନ୍ୟତମ ଆକର୍ଷଣ ଧଳାବାଘ ସମ୍ରାଟ ଅସୁସ୍ଥ ହୋଇପଡ଼ିଛି। ତା’ର ପିଠି ବଙ୍କା ହୋଇରହିବା ସହ ସେ ଛୋଟେଇ ଛୋଟେଇ ଚାଲୁଛି।...

ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ ଘଟଣା: ନାବାଳିକାଙ୍କୁ ଅଟକ ରଖିଲା ସିଂହଦ୍ୱାର ପୋଲିସ

ପୁରୀ ଅଫିସ, ୩୧।୧୦: ଶ୍ରୀମନ୍ଦିର ଭିତର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ଘଟଣାରେ ଗୁରୁବାର ସିଂହଦ୍ୱାର ପୋଲିସ ଜଣେ ନାବାଳିକାଙ୍କୁ ଅଟକ ରଖିଛି। ଗତ...

କରୋନା ପାଇଁ ଘୁଞ୍ଚିଲା: ଏପ୍ରିଲ ୨୫ରେ ବାର୍‌ ଆସୋସିଏଶନ ନିର୍ବାଚନ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): କରୋନା ପାଇଁ ସମସ୍ତ ବାର୍‌ ଆସୋସିଏଶନ ନିର୍ବାଚନକୁ ଘୁଞ୍ଚାଇ ଦିଆଯାଇଛି। ପୂର୍ବରୁ ମାାର୍ଚ୍ଚ ୨୮ ତାରିଖରେ ନିର୍ବାଚନ ହେବାର ରହିଥିଲା। ମାତ୍ର ଏବେ...

ବିଶ୍ୱର ସର୍ବୋଚ୍ଚ ରଥ ‘ନନ୍ଦିଘୋଷ’ ଅସୁରକ୍ଷିତ

କେନ୍ଦୁଝର ୫।୧୧ (ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କ ୭୨ ଫୁଟ ଉଚ୍ଚତା ବିଶିଷ୍ଟ କାଠ ତିଆରି ‘ନନ୍ଦିଘୋଷ’ ବିଶ୍ୱର ସର୍ବୋଚ୍ଚ ରଥର ମାନ୍ୟତା...

ଶିଶୁବଳି ସନ୍ଦେହରେ ଉତ୍ତେଜନା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ଏସ୍‌ପି ଅଫିସ ଘେରିଲେ

ବଲାଙ୍ଗୀର ଅଫିସ, ୨୮ା୫: ବଲାଙ୍ଗୀର ସହର ଚିମିନିଭାଟିପଡା-ଲକ୍ଷ୍ମୀନଗରପଡା ପାଖ ଲକ୍ଷ୍ମୀଯୋର ଭିତରୁ ଗତ ଶୁକ୍ରବାର ରାତିରେ ଜଣେ ନିଖୋଜ ୫ ବର୍ଷର ଶିଶୁର ମୃତଦେହ ମିଳିଥିଲା...

ବିଜେପୁର ଉପନିର୍ବାଚନ : ପ୍ରଚାର ମୈଦାନରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ବରଗଡ଼ ଅଫିସ,୧୮।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ସନତ କୁମାର ଗଡ଼ତିଆଙ୍କ ପାଇଁ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି।...

ନିଟ୍‌କୁ ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିଭାବକ

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା (ଏନଟିଏ) ତରଫରୁ ମେଡିକାଲ କଲେଜରେ ନାମଲେଖା ପାଇଁ ଅନୁଷ୍ଠିତ ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା...

Leave a comment

Your email address will not be published. Required fields are marked *