ପଦ୍ମପୁର ପାଇଁ ୪୮୮ କୋଟିର ପ୍ରକଳ୍ପ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବରଗଡ଼ ଜିଲାର ପଦ୍ମପୁର ନିର୍ବାଚନମଣ୍ଡଳୀରେ ବିକାଶର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏହି ନିର୍ବାଚନମଣ୍ଡଳୀ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ସମସ୍ତଙ୍କ ସହଯୋଗରେ ପଦ୍ମପୁର ଅଞ୍ଚଳ ବିକାଶର ଏକ ମଡେଲ ହୋଇପାରିବ। ପଦ୍ମପୁରର ବିକାଶକୁ ଆଗେଇ ନେବାରେ ଏସବୁ ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି।
ବିକାଶ ହେଉଛି ଆମ ପରିଚୟ। ଚାଷୀ, ମହିଳା, ଯୁବବର୍ଗଙ୍କୁ ସଶକ୍ତ କରି ସାରା ଓଡ଼ିଶାକୁ ଆଗେଇ ନେବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି। ପଦ୍ମପୁର ଓଡ଼ିଶାର ଭାତହାଣ୍ଡି। ଓଡ଼ିଶାକୁ ସବୁଠାରୁ ଅଧିକ ଚାଉଳ ପଦ୍ମପୁର ହିଁ ଯୋଗାଇ ଦେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପଦ୍ମପୁର ଚାଷୀମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୧୦ କୋଟି ଟଙ୍କାର ୨୦ଟି ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏଥିସହିତ କୃଷି ବଜାର ଭିତ୍ତିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାମ ମଧ୍ୟ ଆରମ୍ଭ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବରଗଡ଼, ପଦ୍ମପୁର ଅଞ୍ଚଳର ଅନେକ ଚାଷୀ ଏ ପର୍ଯ୍ୟନ୍ତ ଶସ୍ୟବୀମା ଟଙ୍କା ପାଇନାହାନ୍ତି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କେନ୍ଦ୍ର ସରକାରଙ୍କ ସ୍କିମ୍‌। କେନ୍ଦ୍ର ସହ ଏହି ସମସ୍ୟା ବିଷୟରେ ଆଲୋଚନା କରି ସମାଧାନ ପାଇଁ ଚେଷ୍ଟା ଜାରି ରହିଥିବା ସେ କହିଛନ୍ତି। ଏଥିସହିତ ପଦ୍ମପୁରରେ ଯୋଗାଯୋଗର ବିକାଶ ପାଇଁ ୨୬୦ କୋଟି ଟଙ୍କାରେ ୩୮ଟି ସେତୁ ଓ ୧୩୬ କୋଟି ଟଙ୍କାରେ ୨୫ଟି ରାସ୍ତା କାମର ଶୁଭାରମ୍ଭ କରାଯିବା ସହିତ ୯ କୋଟି ଟଙ୍କାରେ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପ, ୬୦ ଲକ୍ଷ ଟଙ୍କାରେ ୪ଟି ଗ୍ରାମୀଣ ବଜାର ଓ ୪ କୋଟି ୨୨ ଲକ୍ଷ ଟଙ୍କାରେ ୧୬ଟି ପୌରାଞ୍ଚଳ ଭିତ୍ତିଭୂମି ଯୋଜନା ମଧ୍ୟ ଆରମ୍ଭ କରାଯାଇଛି। ପ୍ରଭୁ ନୃସିଂହନାଥଙ୍କ ଆଶୀର୍ବାଦ ପଦ୍ମପୁର ମାଟିକୁ ପବିତ୍ର କରିଛି। ସ୍ଥାନୀୟ ଲୋକଙ୍କ ରୋଜଗାର ବଢ଼ାଇବା ପାଇଁ ଏ ପୀଠର ବିକାଶ ଲାଗି କାମ ଆରମ୍ଭ ହୋଇଛି। ନୃସିଂହନାଥ ଓ ବେଦବରାହ ପୀଠର ବିକାଶ ପାଇଁ ୨୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଶିକ୍ଷାର ବିକାଶରେ ୫-ଟି ସ୍କୁଲ ରୂପାନ୍ତରଣ ବିଶେଷ ଭୂମିକା ନେଇଛି। ଏହି କାର୍ଯ୍ୟକ୍ରମରେ ପଦ୍ମପୁରର ୩୦ଟି ହାଇସ୍କୁଲର ରୂପାନ୍ତରଣ ହୋଇଛି। ଆଉ ୪୪ଟି ପାଇଁ କାମ ଆରମ୍ଭ ହୋଇଛି ବୋଲି ସେ କହିଛନ୍ତି। ଏଥିସହିତ ପଦ୍ମପୁର ଅଞ୍ଚଳର ୩ଟି ବ୍ଲକ୍‌ ଓ ସହରାଞ୍ଚଳ ପାଇଁ ୩୦ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ଉଦ୍‌ଘାଟିତ ହୋଇଛି। ଏଥିରେ ୨୦ଟି କଲ୍ୟାଣମଣ୍ଡପ ସହିତ ପଞ୍ଚାୟତ ଭବନ, ଗ୍ରାମୀଣ ବଜାର ଓ କମନ୍‌ ଫାସିଲିଟି ସେଣ୍ଟର କରାଯାଇଛି। କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ରୀତା ସାହୁ, ଭଟଲୀ ବିଧାୟକ ସୁଶାନ୍ତ ସିଂ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଓ ଅତାବିରା ବିଧାୟକ ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?