ପଦ୍ମପୁର ପାଇଁ ୪୮୮ କୋଟିର ପ୍ରକଳ୍ପ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବରଗଡ଼ ଜିଲାର ପଦ୍ମପୁର ନିର୍ବାଚନମଣ୍ଡଳୀରେ ବିକାଶର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏହି ନିର୍ବାଚନମଣ୍ଡଳୀ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ସମସ୍ତଙ୍କ ସହଯୋଗରେ ପଦ୍ମପୁର ଅଞ୍ଚଳ ବିକାଶର ଏକ ମଡେଲ ହୋଇପାରିବ। ପଦ୍ମପୁରର ବିକାଶକୁ ଆଗେଇ ନେବାରେ ଏସବୁ ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି।
ବିକାଶ ହେଉଛି ଆମ ପରିଚୟ। ଚାଷୀ, ମହିଳା, ଯୁବବର୍ଗଙ୍କୁ ସଶକ୍ତ କରି ସାରା ଓଡ଼ିଶାକୁ ଆଗେଇ ନେବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି। ପଦ୍ମପୁର ଓଡ଼ିଶାର ଭାତହାଣ୍ଡି। ଓଡ଼ିଶାକୁ ସବୁଠାରୁ ଅଧିକ ଚାଉଳ ପଦ୍ମପୁର ହିଁ ଯୋଗାଇ ଦେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପଦ୍ମପୁର ଚାଷୀମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୧୦ କୋଟି ଟଙ୍କାର ୨୦ଟି ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏଥିସହିତ କୃଷି ବଜାର ଭିତ୍ତିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାମ ମଧ୍ୟ ଆରମ୍ଭ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବରଗଡ଼, ପଦ୍ମପୁର ଅଞ୍ଚଳର ଅନେକ ଚାଷୀ ଏ ପର୍ଯ୍ୟନ୍ତ ଶସ୍ୟବୀମା ଟଙ୍କା ପାଇନାହାନ୍ତି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କେନ୍ଦ୍ର ସରକାରଙ୍କ ସ୍କିମ୍‌। କେନ୍ଦ୍ର ସହ ଏହି ସମସ୍ୟା ବିଷୟରେ ଆଲୋଚନା କରି ସମାଧାନ ପାଇଁ ଚେଷ୍ଟା ଜାରି ରହିଥିବା ସେ କହିଛନ୍ତି। ଏଥିସହିତ ପଦ୍ମପୁରରେ ଯୋଗାଯୋଗର ବିକାଶ ପାଇଁ ୨୬୦ କୋଟି ଟଙ୍କାରେ ୩୮ଟି ସେତୁ ଓ ୧୩୬ କୋଟି ଟଙ୍କାରେ ୨୫ଟି ରାସ୍ତା କାମର ଶୁଭାରମ୍ଭ କରାଯିବା ସହିତ ୯ କୋଟି ଟଙ୍କାରେ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପ, ୬୦ ଲକ୍ଷ ଟଙ୍କାରେ ୪ଟି ଗ୍ରାମୀଣ ବଜାର ଓ ୪ କୋଟି ୨୨ ଲକ୍ଷ ଟଙ୍କାରେ ୧୬ଟି ପୌରାଞ୍ଚଳ ଭିତ୍ତିଭୂମି ଯୋଜନା ମଧ୍ୟ ଆରମ୍ଭ କରାଯାଇଛି। ପ୍ରଭୁ ନୃସିଂହନାଥଙ୍କ ଆଶୀର୍ବାଦ ପଦ୍ମପୁର ମାଟିକୁ ପବିତ୍ର କରିଛି। ସ୍ଥାନୀୟ ଲୋକଙ୍କ ରୋଜଗାର ବଢ଼ାଇବା ପାଇଁ ଏ ପୀଠର ବିକାଶ ଲାଗି କାମ ଆରମ୍ଭ ହୋଇଛି। ନୃସିଂହନାଥ ଓ ବେଦବରାହ ପୀଠର ବିକାଶ ପାଇଁ ୨୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଶିକ୍ଷାର ବିକାଶରେ ୫-ଟି ସ୍କୁଲ ରୂପାନ୍ତରଣ ବିଶେଷ ଭୂମିକା ନେଇଛି। ଏହି କାର୍ଯ୍ୟକ୍ରମରେ ପଦ୍ମପୁରର ୩୦ଟି ହାଇସ୍କୁଲର ରୂପାନ୍ତରଣ ହୋଇଛି। ଆଉ ୪୪ଟି ପାଇଁ କାମ ଆରମ୍ଭ ହୋଇଛି ବୋଲି ସେ କହିଛନ୍ତି। ଏଥିସହିତ ପଦ୍ମପୁର ଅଞ୍ଚଳର ୩ଟି ବ୍ଲକ୍‌ ଓ ସହରାଞ୍ଚଳ ପାଇଁ ୩୦ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ଉଦ୍‌ଘାଟିତ ହୋଇଛି। ଏଥିରେ ୨୦ଟି କଲ୍ୟାଣମଣ୍ଡପ ସହିତ ପଞ୍ଚାୟତ ଭବନ, ଗ୍ରାମୀଣ ବଜାର ଓ କମନ୍‌ ଫାସିଲିଟି ସେଣ୍ଟର କରାଯାଇଛି। କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ରୀତା ସାହୁ, ଭଟଲୀ ବିଧାୟକ ସୁଶାନ୍ତ ସିଂ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଓ ଅତାବିରା ବିଧାୟକ ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri