ଗଞ୍ଜାମକୁ ବଳିଯିବ ଖୋର୍ଦ୍ଧା ସ୍ଥିତି: ଆଜି ଚିହ୍ନଟ ହେଲେ ସର୍ବାଧିକ ୪୮୮ ଆକ୍ରାନ୍ତ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ଗୋଟିଏ ପଟେ ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ଦେଖାଯାଉଥିବା ବେଳେ ଚିନ୍ତା ବଢ଼ାଇଲାଣି ଖୋର୍ଦ୍ଧା। ରବିବାର ରାଜ୍ୟରେ ୨୯୨୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସେଥିରୁ ସର୍ବାଧିକ ୪୮୮ଜଣ ଖୋର୍ଦ୍ଧାର ରହିଛନ୍ତି। ହେଲେ ଗଞ୍ଜାମରୁ ୩୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ଖୋର୍ଦ୍ଧା ସଂଖ୍ୟାରୁ କମ୍‌ ଥିବା ଦେଖାଯାଉଛି। କ୍ରମାଗତ ଭାବେ ଏପରିସ୍ଥିତି ଲାଗି ରହିଥିବାରୁ ଖୁବ୍‌ଶୀଘ୍ର ଗଞ୍ଜାମ ସ୍ଥିତିକୁ ଖୋର୍ଦ୍ଧା ବଳିଯିବ ବୋଲି ଚର୍ଚ୍ଚା ହେଉଛି।

ପ୍ରକାଶ ଥାଉ କି, ରବିବାର ୩୦ ଜିଲାରୁ ସର୍ବାଧିକ ୨୯୨୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮୧୫ଜଣ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୧୧୦୯ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୦୦୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳର ୩୭, ବାଲେଶ୍ୱରର ୧୨୭, ବରଗଡ଼ର ୪୮, ଭଦ୍ରକ ୧୦୭, ବଲାଙ୍ଗୀରର ୨୭, ବୌଦ୍ଧରୁ ୮, କଟକରୁ ୧୮୯, ଦେବଗଡ଼ରୁ ୧୬, ଢ଼େଙ୍କାନାଳରୁ ୪୦, ଗଜପତିରୁ ୭୧, ଜଗତସିଂହପୁରରୁ ୪୭, ଯାଜପୁରରୁ ୨୦୦, ଝାରସୁଗୁଡ଼ାରୁ ୩୦, କଳାହାଣ୍ଡିରୁ ୨୭, କନ୍ଧମାଳରୁ ୫୦, କେନ୍ଦ୍ରାପଡ଼ାରୁ ୬୦, କେନ୍ଦୁଝରରୁ ୨୬, କୋରାପୁଟରୁ ୯୫, ମାଲକାନଗିରିରୁ ୯୩, ମୟୂରଭଞ୍ଜରୁ ୧୩୬, ନବରଙ୍ଗପୁରରୁ ୨୬, ନୟାଗଡ଼ରୁ ୧୪୨, ନୂଆପଡ଼ାର ୨୦, ପୁରୀରୁ ୧୪୪, ରାୟଗଡ଼ାରୁ ୧୧୬, ସମ୍ବଲପୁରରୁ ୩୭, ସୋନପୁରରୁ ୩୮, ସୁନ୍ଦରଗଡ଼ରୁ ୧୬୧ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri