୪୮ ପ୍ରହର ନାମଯଜ୍ଞ ଉଦଯାପିତ: ବିଶ୍ୱଶାନ୍ତି ପାଇଁ ପ୍ରାର୍ଥନା କଲେ ବିଧାୟକ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଲିସିଙ୍ଗିରେ ୭ ଦିନବ୍ୟାପି ଚାଲିଥିବା ୪୮ ପ୍ରହର ନାମଯଜ୍ଞ ସୋମବାର ସକାଳ ୮ ଟାରେ ଉଦଯାପିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ରବିବାର ରାତିରେ ନାମଯଜ୍ଞରେ ଯୋଗଦେଇ ବିଶଶାନ୍ତି ପାଇଁ ପ୍ରାର୍ଥନା କରିଥିଲେ। ଏଥିସହ ବ୍ଲକର ବିଭିନ୍ନ ଅଞ୍ଚଳରୁ ନାମଯଜ୍ଞ ଦେଖିବାକୁ ଆସିଥିବା ଲୋକଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ୭ ଦିନ ବ୍ୟାପି ୪୮ ପ୍ରହର ଅଖଣ୍ଡ ନାମଯଜ୍ଞ, ଘୃତ ଯଜ୍ଞ, ଅର୍ନ ଯଜ୍ଞ ଓ ଗୋ ଯଜ୍ଞ ଅନୁଷ୍ଟିତ ହୋଇଥିଲା। ଏହି ଅବସରରେ ଦୈନନ୍ଦିନ ହଜାର ହଜାର ଲୋକ ନାମ ଯଜ୍ଞରେ ଯୋଗଦେଇ ଠାକୁରଙ୍କ ଦର୍ଶନ କରିବା ସହ ପ୍ରସାଦ ସେବନ କରୁଥିଲେ। ଏଥିସହ ମିନାବଜାରରେ ମଧ୍ୟ ଭିଡ଼ ହେଉଥିଲା। ନାମ ଯଜ୍ଞରେ ମାଣପୁର, କେପିଟି, ବାରଦଣ୍ଡା, ଜରିପଲ୍ଲୀ, ଭାଲିଆଖାଇ, ଉଲିଦନ ଓ ତିଲିସିଙ୍ଗି ନାମ ସଙ୍କୀର୍ତ୍ତନ ଦଳ ଯୋଗଦେଇ ନାମ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଗ୍ରାମବାସୀ ସହଯୋଗ କରିଥିଲେ। ୫ ତାରିଖରେ ଗଙ୍ଗା ଆବାହନ ହୋଇଥିବା ବେଳେ ଦଧି ହାଣ୍ଡି ଭଞ୍ଜନ ପରେ ନାମ ଯଜ୍ଞ ଉଦଯାପିତ ହୋଇଥିଲା।

ବିଧାୟକଙ୍କ ଗସ୍ତ ସମୟରେ ଭାଜପା ଘୁମୁସର ସାଂଗଠନିକ ଜିଲା ସଭାପତି ନୀଳ ମାଧବ ପାତ୍ର,
ଭଞ୍ଜନଗର ଏନଏସି ଅଧକ୍ଷ ଗୋପବନ୍ଧୁ ମହାପାତ୍ର, ଏମପି ପ୍ରତିନିଧି ସନ୍ତୋଷ ତିଆଡି, ରବିନ୍ଦ୍ର ଗୌଡ, ଭାଜପା ନେତା ପଦ୍ମ ପ୍ରଧାନ, ଟୁଟୁ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri