୪୮ ପ୍ରହର ନାମଯଜ୍ଞ ଉଦଯାପିତ: ବିଶ୍ୱଶାନ୍ତି ପାଇଁ ପ୍ରାର୍ଥନା କଲେ ବିଧାୟକ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଲିସିଙ୍ଗିରେ ୭ ଦିନବ୍ୟାପି ଚାଲିଥିବା ୪୮ ପ୍ରହର ନାମଯଜ୍ଞ ସୋମବାର ସକାଳ ୮ ଟାରେ ଉଦଯାପିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ରବିବାର ରାତିରେ ନାମଯଜ୍ଞରେ ଯୋଗଦେଇ ବିଶଶାନ୍ତି ପାଇଁ ପ୍ରାର୍ଥନା କରିଥିଲେ। ଏଥିସହ ବ୍ଲକର ବିଭିନ୍ନ ଅଞ୍ଚଳରୁ ନାମଯଜ୍ଞ ଦେଖିବାକୁ ଆସିଥିବା ଲୋକଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ୭ ଦିନ ବ୍ୟାପି ୪୮ ପ୍ରହର ଅଖଣ୍ଡ ନାମଯଜ୍ଞ, ଘୃତ ଯଜ୍ଞ, ଅର୍ନ ଯଜ୍ଞ ଓ ଗୋ ଯଜ୍ଞ ଅନୁଷ୍ଟିତ ହୋଇଥିଲା। ଏହି ଅବସରରେ ଦୈନନ୍ଦିନ ହଜାର ହଜାର ଲୋକ ନାମ ଯଜ୍ଞରେ ଯୋଗଦେଇ ଠାକୁରଙ୍କ ଦର୍ଶନ କରିବା ସହ ପ୍ରସାଦ ସେବନ କରୁଥିଲେ। ଏଥିସହ ମିନାବଜାରରେ ମଧ୍ୟ ଭିଡ଼ ହେଉଥିଲା। ନାମ ଯଜ୍ଞରେ ମାଣପୁର, କେପିଟି, ବାରଦଣ୍ଡା, ଜରିପଲ୍ଲୀ, ଭାଲିଆଖାଇ, ଉଲିଦନ ଓ ତିଲିସିଙ୍ଗି ନାମ ସଙ୍କୀର୍ତ୍ତନ ଦଳ ଯୋଗଦେଇ ନାମ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଗ୍ରାମବାସୀ ସହଯୋଗ କରିଥିଲେ। ୫ ତାରିଖରେ ଗଙ୍ଗା ଆବାହନ ହୋଇଥିବା ବେଳେ ଦଧି ହାଣ୍ଡି ଭଞ୍ଜନ ପରେ ନାମ ଯଜ୍ଞ ଉଦଯାପିତ ହୋଇଥିଲା।

ବିଧାୟକଙ୍କ ଗସ୍ତ ସମୟରେ ଭାଜପା ଘୁମୁସର ସାଂଗଠନିକ ଜିଲା ସଭାପତି ନୀଳ ମାଧବ ପାତ୍ର,
ଭଞ୍ଜନଗର ଏନଏସି ଅଧକ୍ଷ ଗୋପବନ୍ଧୁ ମହାପାତ୍ର, ଏମପି ପ୍ରତିନିଧି ସନ୍ତୋଷ ତିଆଡି, ରବିନ୍ଦ୍ର ଗୌଡ, ଭାଜପା ନେତା ପଦ୍ମ ପ୍ରଧାନ, ଟୁଟୁ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା…

ଆମେରିକା ସହିତ ‘ସିକ୍ରେଟ୍‌ ଟାରିଫ୍‌ ଡିଲ୍‌’ କରିବାକୁ ଯାଉଛି ବାଂଲାଦେଶ, ଭାରତ ପାଇଁ ବଢିଲା ଟେନସନ୍‌

ନୂଆଦିଲ୍ଲୀ,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଆମେରିକା ସହିତ ଏକ ଗୁପ୍ତ ଟାରିଫ୍‌ ଚୁକ୍ତି କରିବାକୁ ଯୋଜନା କରୁଛି। ଦେଶର ସଂସଦୀୟ ନିର୍ବାଚନର ମାତ୍ର ତିନି ଦିନ ପୂର୍ବରୁ,…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri