କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୪୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରାଜ୍ୟରୁ ସୋମବାର ୪୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୫୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୯ ଜଣ ଚିହ୍ନଟ ହୋଇଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୪ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀରୁ ୭, ଖୋର୍ଦ୍ଧା ଏବଂ ବଲାଙ୍ଗୀରରୁ ୬ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୧, ବରଗଡ଼ ୧, କଟକ ୩, ଦେବଗଡ଼ ୧, କଳାହାଣ୍ଡି ୧, ନବରଙ୍ଗପୁର ୧, ନୟାଗଡ଼ ୨, ନୂଆପଡ଼ା ୨, ସମ୍ବଲପୁରରୁ ୪ ଏବଂ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୫୦୩ରେ ପହଞ୍ଚିଥିବା ବେଳେ ୧୩,୨୫,୬୭୮ ଜଣ ସୁସ୍ଥ ହୋଇଛନ୍ତି। ୫୭୦ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri