୪୯ନଂ. ଏନ୍‌ଏଚ୍‌ ବାଇପାସ୍‌ ଖୋଲିଲା

କେନ୍ଦୁଝର, ୨୫ ।୧(ସ୍ବ.ପ୍ର.) କେନ୍ଦୁଝର ସହର ମଧ୍ୟ ଦେଇ ଯାଇଥିବା ବ୍ୟସ୍ତବହୁଳ କଲିକତା-ମୁମ୍ବାଇ ଏନ୍‌ଏଚ୍‌ ୪୯ରେ ଲାଇନ ଟ୍ରକ, ଲୁହାପଥର ବୋଝେଇ ଟ୍ରକ, ଟ୍ରେଲର ଆଦି ଭାରିଯାନ ଚଳାଚଳ ଯୋଗୁ ଦୀର୍ଘ ବର୍ଷ ହେଲା ଦେଖାଦେଉଥିବା ଟ୍ରାଫିକ ସମସ୍ୟା ସାଙ୍ଗକୁ ଦୁର୍ଘଟଣା ଯୋଗୁ ଜନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଥିଲା। ଏ ନେଇ ଉକ୍ତ ରାସ୍ତା ପ୍ରଶସ୍ତିକରଣ କରାଯାଇ ସହର ବାହାରେ ନିର୍ମାଣ କରାଯାଇଥିଲେ ହେଁ ସମ୍ପୂର୍ଣ୍ଣ ହୋଇ ପାରିନଥିବାରୁ ବ୍ୟବହାର ହୋଇପାରୁ ନ ଥିଲା। ଗତ ଏକ ସପ୍ତାହ ମଧ୍ୟରେ ସହର ମଧ୍ୟରେ ଉକ୍ତ ରାସ୍ତାରେ ଦୁଇଟି ଦୁର୍ଘଟଣା ଘଟି ଧନଜୀବନ ହାନୀ ଘଟିବା ସହ ରାସ୍ତା ରୋକୋ ଭଳି ଆଇନଶୃଙ୍ଖଳା ପରିସ୍ଥିତି ଦେଖାଦେଇଥିଲା। ଏଣୁ ତୁରନ୍ତ ସହର ବାହାରେ ନିର୍ମାଣ କରାଯାଇଥିବା ବାଇପାସ୍‌ ରାସ୍ତାକୁ କାର୍ଯ୍ୟକ୍ଷମ କରିବାକୁ ଦାବି ହେବା ପରେ ସୋମବାର ଉକ୍ତ ରାସ୍ତାକୁ ଭାରିଯାନ ଚଳାଚଳ ପାଇଁ ଖୋଲି ଦିଆଯାଇଛି। ଏଣୁ ଲୋକଙ୍କ ହିତ ପାଇଁ ଏହି ରାସ୍ତା ଖୋଲିଦିଆଯିବା ଫଳରେ ସହରରେ ଟ୍ରାଫିକ ସମସ୍ୟା କମିବା ସହ ଦୁର୍ଘଟଣା ଓ ଧୂଳିଧୂଆଁ କମିବା ଆଶା କରି ସହରବାସୀ ଖୁସି ବ୍ୟକ୍ତ କରିଛନ୍ତି। ରାତିରେ ସୁରକ୍ଷିତ ଯାତାୟତ ପାଇଁ ରାସ୍ତା ପାର୍ଶ୍ୱରେ ଏଇଇଡି ଲାଇଟ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri