ଚିତ୍ରକରଙ୍କୁ ପିଟିପିଟି ହତ୍ୟା ଅଭିଯୋଗରେ ୪୯ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ…

ଆଲଜେରିସ,୨୬।୧୧ : ଆଲଜେରିଆର ରାଜଧାନୀର ଏକ କୋର୍ଟ ଚିତ୍ରକର ଜାମିଲ ବେନ ଇସମାଇଲଙ୍କୁ ପିଟି ପିଟି ହତ୍ୟା କରିବା ନେଇ ୪୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁଦଣ୍ଡାଦେଶ ଦେଇଛନ୍ତି। ଆଇନଜୀବୀଙ୍କ କହିବାନୁସାରେ, ମୃତ ବ୍ୟକ୍ତି ଜଣକ ଜଙ୍ଗଲରେ ନିଆଁ ଲଗାଇବାର ସନ୍ଦେହ କରାଯାଉଥିଲା।

ବାସ୍ତବରେ ସେ ନିଆଁକୁ ଆୟତ୍ତ କରିବା ପାଇଁ ସାହାଯ୍ୟ କରିବାକୁ ଆଗେଇ ଆସିଥିଲେ। ଦଶନ୍ଧି ଧରି ଆଲଜେରିଆରେ ମୃତ୍ୟୁଦଣ୍ଡ ଉପରେ ପ୍ରତିବନ୍ଧକ ଲଗାଯାଇଛି। ତେଣୁ ସମସ୍ତ ଦୋଷୀ ମୃତ୍ୟୁଦଣ୍ଡ ପରିବର୍ତ୍ତେ ଆଜୀବନ କାରାଦଣ୍ଡ ଭୋଗିବେ ବୋଲି କୁହାଯାଉଛି।

ଗତ ବର୍ଷ ଉତ୍ତର-ପୂର୍ବ ଆଲଜେରିଆର ଆଦିବାସୀ ଅଞ୍ଚଳରେ ଘଟିଥିବା ଏହି ହତ୍ୟାକାଣ୍ଡ ଦେଶକୁ ଚକିତ କରି ଦେଇଥିଲା। ଏହି ଘଟଣା ଏପରି ଏକ ସମୟରେ ଘଟିଥିଲା ଯେତେବେଳେ ପାର୍ବତ୍ୟ ପ୍ରଦେଶରେ ଜଙ୍ଗଲରେ ନିଆଁ ଲାଗି ୯୦ ଜଣଙ୍କର ମୃତ୍ୟୁ ଘଟିଥିଲା। ଚିତ୍ରକାର ଜାମିଲ ବେନ ଇସମାଇଲଙ୍କ ହତ୍ୟାରେ ୧୦୦ ରୁ ଅଧିକ ସନ୍ଦିଗ୍ଧ ବ୍ୟକ୍ତି ଜଡିତ ଥିଲେ, ସେମାନଙ୍କ ମଧ୍ୟରୁ ଅଧିକାଂଶ ତାଙ୍କ ହତ୍ୟାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ପ୍ରତିପକ୍ଷ ଆଇନଜୀବୀ ହାକିମ ସାହେବ କହିଛନ୍ତି ଯେ କୋର୍ଟ ଅନ୍ୟ ୩୮ ଦୋଷୀଙ୍କୁ ୨ରୁ ଆରମ୍ଭ କରି ୧୨ ବର୍ଷ ପର୍ଯ୍ୟନ୍ତ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri