୫ ଜିଲାର ୪୯୦ ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର, ୭।୬(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟର ଚତୁର୍ଥ ଦିବସ ସୋମବାର ୫ ଜିଲାର ୪୯୦ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏହି ଅବସରରେ କେନ୍ଦ୍ରାପଡ଼ା ଜିଲାର ୯୫ ହାଇସ୍କୁଲ, କଟକର ୧୩୫, କଳାହାଣ୍ଡିର ୧୦୦, ଝାରସୁଗୁଡ଼ାର ୭୦ ଓ ବରଗଡ଼ର ୯୦ ହାଇସ୍କୁଲ ଲୋକାର୍ପିତ ହୋଇଛି। ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ମନରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି। ସ୍କୁଲ ରୂପାନ୍ତର ପିଲାଙ୍କ ସ୍ବପ୍ନ ଓ ସଫଳତା ମଧ୍ୟ୍ୟରେ ସେତୁ ପରି ହୋଇଛି।
ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ। ଏ ରୂପାନ୍ତର ଆମ ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢ଼ି ତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି। ଏହି ସୁଯୋଗର ଉପଯୋଗ କରି ଆଗକୁ ବଢ଼ିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଛନ୍ତି। ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା’ ଭିତରେ ଭରିରହିଛି ବିପୁଳ ସମ୍ଭାବନା। ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ଼ କରିବାର ସ୍ବପ୍ନ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି। ତେଣୁ ଆତ୍ମବିଶ୍ୱାସର ସହ ଆଗକୁ ବଢ଼ିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ଜୀବନର ଏହି ଗୁରୁତ୍ୱପୂର୍ଣ୍ଣ ସମୟକୁ ଠିକ୍‌ ଭାବେ ଉପଯୋଗ କର ଏବଂ ନିଜ ପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡ଼ିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।
ରୂପାନ୍ତରିତ ସ୍କୁଲ୍‌କୁ ଲୋକାର୍ପିତ କରିବା ସମୟରେ ପିଲାଙ୍କ ଖୁସି ଓ ମନୋଭାବରୁ ଏହା ସ୍ପଷ୍ଟ ଜଣାଯାଇଛି। ସମସ୍ତେ ସ୍କୁଲ୍‌ର ନୂଆ ପରିବେଶରେ ବେଶ୍‌ ଖୁସି ହେବା ସହିତ ନିଜ ନିଜର ଭବିଷ୍ୟତକୁ ନେଇ ଗଭୀର ଆତ୍ମବିଶ୍ବାସର ସହ ଭାବନାକୁ ପ୍ରକାଶ କରିଛନ୍ତି। ଏହି ଅବସରରେ ଆଲୋଚନାରେ ଭାଗ ନେଇ କେନ୍ଦ୍ରାପଡ଼ାରୁ ଅନନ୍ୟା, କଟକରୁ ସାନିୟା, କଳାହାଣ୍ଡିରୁ ଶିବାନୀ, ଝାରସୁଗୁଡାରୁ ପ୍ରଭାସିନୀ ଓ ବରଗଡ଼ରୁ ପରିଣିତା ପ୍ରମୁଖ ଛାତ୍ରୀ ସେମାନଙ୍କ ବକ୍ତବ୍ୟରେ ସ୍କୁଲ ରୂପାନ୍ତର ଦ୍ୱାରା ସଫଳତା ଏବେ ସେମାନଙ୍କ ହାତମୁଠାରେ ବୋଲି ମତ ଦେଇଛନ୍ତି।
ଏ ରୂପାନ୍ତରର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜ୍‌ମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷୟିତ୍ରୀ ଶିକ୍ଷକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲ। ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ମନ୍ତ୍ରୀ ନବକିଶୋର ଦାସ, ଭାଜପା ବିଧାୟକ ଧ୍ରୁବଚରଣ ସାହୁ, ବିଧାୟକ ଦେବୀପ୍ରସାଦ ମିଶ୍ର, କଳାହାଣ୍ଡି ଜିଲା ପରିଷଦ ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ ଓ ବିଧାୟକ ଦେବେଶ ଆଚାର୍ଯ୍ୟ ପ୍ରମୁଖ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଙ୍କ ୫-ଟି କାର୍ଯ୍ୟକ୍ରମ ଶିକ୍ଷାକ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ କରି ଗଢ଼ିତୋଳିବ ବୋଲି ମତ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ। ସୂଚନାଯୋଗ୍ୟ, ଦ୍ବିତୀୟ ପର୍ଯ୍ୟାୟରେ ଏ ପର୍ଯ୍ୟନ୍ତ ସମୁଦାୟ ୨୯୦୮ ହାଇସ୍କୁଲର ରୂପାନ୍ତରିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?