Posted inରାଜ୍ୟ

୪୯,୨୭୯ ଛାତ୍ରୀଛାତ୍ରଙ୍କୁ ର଼୍ୟାଙ୍କ୍‌

ଭୁବନେଶ୍ୱର, ୨୯।୯(ବ୍ୟୁରୋ) : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ-୨୦୨୧) ଫଳ ବୁଧବାର ପ୍ରକାଶ ପାଇଛି। ମୋଟ ୪୯,୨୭୯ଜଣ ଛାତ୍ରୀଛାତ୍ରଙ୍କୁ ର଼୍ୟାଙ୍କ୍‌ ମିଳିଛି। ବି.ଟେକ୍‌ରେ ପୀୟୂଷ ଚନ୍ଦୁକା ଟପ୍ପର ହୋଇଥିବାବେଳେ ଏଲ୍‌ଇ.ଟେକ୍‌ (ଡିପ୍ଲୋମା)ରେ ପିଙ୍କିରାଣୀ ସାହୁ, ଏଲ୍‌ଇ.ଟେକ୍‌ (ବିଏସ୍‌ସି)ରେ ଦୀପକ ସା, ବି. ଫାର୍ମାରେ ଲକ୍ଷ୍ମୀପ୍ରିୟା ସେନାପତି, ଏମ୍‌ବିଏରେ ଆଶୁତୋଷ ରଥ, ଏମ୍‌ସିଏରେ ନିଶିକାନ୍ତ ପରିଡ଼ା, ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏରେ ରୁଦ୍ରପ୍ରସାଦ ରଥ, ଏଲ୍‌ଇ.ଫାର୍ମାରେ ଗୁଣାକର ସାହୁ, ଏମ୍‌.ଫାର୍ମାରେ କେ ସଞ୍ଜନା ସୁବୁଦ୍ଧି, ଏମ୍‌. ଆର୍କିଟେକ୍‌ରେ ପ୍ରଣବ ଚନ୍ଦ୍ର ବିନ୍ଧାଣି, ଏମ୍‌. ପ୍ଲାନ୍‌ରେ ବିଶ୍ୱଜିତ ସ୍ବାଇଁ ଟପ୍ପର ହୋଇଛନ୍ତି। ସେହିପରି ଏମ୍‌.ଟେକ୍‌ର ୧୧ଟି ବିଷୟରେ ମଧ୍ୟ ଟପ୍ପର ତାଲିକା ପ୍ରକାଶ ପାଇଛି। ସିଭିଲ ଇଞ୍ଜିନିୟରିଂରେ ସୌମ୍ୟା ସାହୁ, ଇଲେକ୍ଟ୍ରିକାଲରେ ସତ୍ୟବ୍ରତ ସାହୁ, ମେକାନିକାଲରେ ମଳୟ କୁମାର ଓଝା, କମ୍ପ୍ୟୁଟର ସାଇନ୍ସରେ ସୌମ୍ୟ ସଙ୍କେତ ପାତ୍ର, ଇଲେକ୍ଟ୍ରୋନିକ ଆଣ୍ଡ୍‌ କମ୍ୟୁନିକେଶନରେ ଦୀପକ କୁମାର ପୃଷ୍ଟି, କେମିକାଲ ଇଞ୍ଜିନିୟରିଂରେ ସମ୍ବିତ ନାୟକ, ମେଟାଲର୍ଜିକାଲରେ ସମ୍ବିତ କୁମାର ସାହୁ, ଏନଭାର୍ନମେଣ୍ଟାଲରେ ଅମିତ କର, ବାୟୋଟେକ୍ନୋଲୋଜିରେ ସୁସ୍ମିତା ପତି, ପ୍ଲାଷ୍ଟିକରେ ସାଇସ୍ବପ୍ନା ରାଉତରାୟ ଓ ଟେକ୍ସଟାଇଲ ଇଞ୍ଜିନିୟରିଂରେ ଅଜିତ କୁମାର ସାହୁ ଟପ୍ପର ହୋଇଛନ୍ତି। ପରୀକ୍ଷାର୍ଥୀମାନେ ୱେବସାଇଟ୍‌ www.ojee.nic.in ଓ www.odishajee.comରୁ ନିଜର ର଼୍ୟାଙ୍କ୍‌ ଜାଣିପାରିବେ ବୋଲି ସୂଚନା ଦିଆଯାଇଛି।
ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଲୋକସେବା ଭବନରେ ଫଳ ଘୋଷଣା କରିବା ସହିତ ଫଳ ପୁସ୍ତିକାକୁ ମଧ୍ୟ ଉନ୍ମୋଚନ କରିଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା, ଅତିରିକ୍ତ ଶାସନ ସଚିବ, ଯୁଗ୍ମ ଶାସନ ସଚିବ ଏବଂ ଓଜେଇଇର ଅଧ୍ୟକ୍ଷ ଓ ସଚିବ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ୨୦୨୧-୨୨ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ପ୍ରଚଳିତ ୧୨ଟି ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା (ଓଜେଇଇ) ଗତ ୬ରୁ ୧୮ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ସମସ୍ତ ପାଠ୍ୟକ୍ରମ ପାଇଁ କମ୍ପ୍ୟୁଟର୍‌ ବେସ୍‌ଡ ଟେଷ୍ଟ (ସିବିଟି) ମାଧ୍ୟମରେ ପରୀକ୍ଷା କରାଯାଇଥିଲା। ଚଳିତବର୍ଷ ପ୍ରଥମଥର ପାଇଁ ୩୦ ଜିଲା ଓ ରାଜ୍ୟ ବାହାରେ ୩ ସହରରେ ପରୀକ୍ଷା କେନ୍ଦ୍ର କରାଯାଇଥିଲା। ୩୦ ସହରରେ ୫୭ କେନ୍ଦ୍ର ଏବଂ ପଶ୍ଚିମବଙ୍ଗର କୋଲକାତା, ଝାଡ଼ଖଣ୍ଡର ରାଞ୍ଚତ୍ ଓ ବିହାରର ପାଟଣାରେ ପରୀକ୍ଷା କେନ୍ଦ୍ରଗୁଡ଼ିକ ପରିଚାଳିତ ହୋଇଥିଲା। ୬୫,୭୬୩ଜଣ ପିଲା ପଞ୍ଜୀକରଣ କରିଥିବାବେଳେ ୭୫ ପ୍ରତିଶତ ଅର୍ଥାତ୍‌ ୪୯,୩୬୦ଜଣ ପରୀକ୍ଷା ଦେଇଥିଲେ। ଏମାନଙ୍କ ମଧ୍ୟରୁ ୪୯,୨୭୯ଜଣ ଛାତ୍ରୀଛାତ୍ରଙ୍କୁ ର଼୍ୟାଙ୍କ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri