Posted inରାଜ୍ୟ

୪୯,୨୭୯ ଛାତ୍ରୀଛାତ୍ରଙ୍କୁ ର଼୍ୟାଙ୍କ୍‌

ଭୁବନେଶ୍ୱର, ୨୯।୯(ବ୍ୟୁରୋ) : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ-୨୦୨୧) ଫଳ ବୁଧବାର ପ୍ରକାଶ ପାଇଛି। ମୋଟ ୪୯,୨୭୯ଜଣ ଛାତ୍ରୀଛାତ୍ରଙ୍କୁ ର଼୍ୟାଙ୍କ୍‌ ମିଳିଛି। ବି.ଟେକ୍‌ରେ ପୀୟୂଷ ଚନ୍ଦୁକା ଟପ୍ପର ହୋଇଥିବାବେଳେ ଏଲ୍‌ଇ.ଟେକ୍‌ (ଡିପ୍ଲୋମା)ରେ ପିଙ୍କିରାଣୀ ସାହୁ, ଏଲ୍‌ଇ.ଟେକ୍‌ (ବିଏସ୍‌ସି)ରେ ଦୀପକ ସା, ବି. ଫାର୍ମାରେ ଲକ୍ଷ୍ମୀପ୍ରିୟା ସେନାପତି, ଏମ୍‌ବିଏରେ ଆଶୁତୋଷ ରଥ, ଏମ୍‌ସିଏରେ ନିଶିକାନ୍ତ ପରିଡ଼ା, ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏରେ ରୁଦ୍ରପ୍ରସାଦ ରଥ, ଏଲ୍‌ଇ.ଫାର୍ମାରେ ଗୁଣାକର ସାହୁ, ଏମ୍‌.ଫାର୍ମାରେ କେ ସଞ୍ଜନା ସୁବୁଦ୍ଧି, ଏମ୍‌. ଆର୍କିଟେକ୍‌ରେ ପ୍ରଣବ ଚନ୍ଦ୍ର ବିନ୍ଧାଣି, ଏମ୍‌. ପ୍ଲାନ୍‌ରେ ବିଶ୍ୱଜିତ ସ୍ବାଇଁ ଟପ୍ପର ହୋଇଛନ୍ତି। ସେହିପରି ଏମ୍‌.ଟେକ୍‌ର ୧୧ଟି ବିଷୟରେ ମଧ୍ୟ ଟପ୍ପର ତାଲିକା ପ୍ରକାଶ ପାଇଛି। ସିଭିଲ ଇଞ୍ଜିନିୟରିଂରେ ସୌମ୍ୟା ସାହୁ, ଇଲେକ୍ଟ୍ରିକାଲରେ ସତ୍ୟବ୍ରତ ସାହୁ, ମେକାନିକାଲରେ ମଳୟ କୁମାର ଓଝା, କମ୍ପ୍ୟୁଟର ସାଇନ୍ସରେ ସୌମ୍ୟ ସଙ୍କେତ ପାତ୍ର, ଇଲେକ୍ଟ୍ରୋନିକ ଆଣ୍ଡ୍‌ କମ୍ୟୁନିକେଶନରେ ଦୀପକ କୁମାର ପୃଷ୍ଟି, କେମିକାଲ ଇଞ୍ଜିନିୟରିଂରେ ସମ୍ବିତ ନାୟକ, ମେଟାଲର୍ଜିକାଲରେ ସମ୍ବିତ କୁମାର ସାହୁ, ଏନଭାର୍ନମେଣ୍ଟାଲରେ ଅମିତ କର, ବାୟୋଟେକ୍ନୋଲୋଜିରେ ସୁସ୍ମିତା ପତି, ପ୍ଲାଷ୍ଟିକରେ ସାଇସ୍ବପ୍ନା ରାଉତରାୟ ଓ ଟେକ୍ସଟାଇଲ ଇଞ୍ଜିନିୟରିଂରେ ଅଜିତ କୁମାର ସାହୁ ଟପ୍ପର ହୋଇଛନ୍ତି। ପରୀକ୍ଷାର୍ଥୀମାନେ ୱେବସାଇଟ୍‌ www.ojee.nic.in ଓ www.odishajee.comରୁ ନିଜର ର଼୍ୟାଙ୍କ୍‌ ଜାଣିପାରିବେ ବୋଲି ସୂଚନା ଦିଆଯାଇଛି।
ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଲୋକସେବା ଭବନରେ ଫଳ ଘୋଷଣା କରିବା ସହିତ ଫଳ ପୁସ୍ତିକାକୁ ମଧ୍ୟ ଉନ୍ମୋଚନ କରିଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା, ଅତିରିକ୍ତ ଶାସନ ସଚିବ, ଯୁଗ୍ମ ଶାସନ ସଚିବ ଏବଂ ଓଜେଇଇର ଅଧ୍ୟକ୍ଷ ଓ ସଚିବ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ୨୦୨୧-୨୨ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ପ୍ରଚଳିତ ୧୨ଟି ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା (ଓଜେଇଇ) ଗତ ୬ରୁ ୧୮ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ସମସ୍ତ ପାଠ୍ୟକ୍ରମ ପାଇଁ କମ୍ପ୍ୟୁଟର୍‌ ବେସ୍‌ଡ ଟେଷ୍ଟ (ସିବିଟି) ମାଧ୍ୟମରେ ପରୀକ୍ଷା କରାଯାଇଥିଲା। ଚଳିତବର୍ଷ ପ୍ରଥମଥର ପାଇଁ ୩୦ ଜିଲା ଓ ରାଜ୍ୟ ବାହାରେ ୩ ସହରରେ ପରୀକ୍ଷା କେନ୍ଦ୍ର କରାଯାଇଥିଲା। ୩୦ ସହରରେ ୫୭ କେନ୍ଦ୍ର ଏବଂ ପଶ୍ଚିମବଙ୍ଗର କୋଲକାତା, ଝାଡ଼ଖଣ୍ଡର ରାଞ୍ଚତ୍ ଓ ବିହାରର ପାଟଣାରେ ପରୀକ୍ଷା କେନ୍ଦ୍ରଗୁଡ଼ିକ ପରିଚାଳିତ ହୋଇଥିଲା। ୬୫,୭୬୩ଜଣ ପିଲା ପଞ୍ଜୀକରଣ କରିଥିବାବେଳେ ୭୫ ପ୍ରତିଶତ ଅର୍ଥାତ୍‌ ୪୯,୩୬୦ଜଣ ପରୀକ୍ଷା ଦେଇଥିଲେ। ଏମାନଙ୍କ ମଧ୍ୟରୁ ୪୯,୨୭୯ଜଣ ଛାତ୍ରୀଛାତ୍ରଙ୍କୁ ର଼୍ୟାଙ୍କ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?