ଓଡ଼ିଶାର ୨୫୦ ସ୍ଥାନରେ ଉପଲବ୍ଧ ହେବ ୪ଜି ସେବା

ନୂଆଦିଲ୍ଲୀ,୨୮ା୪: ଦେଶର ମାଓବାଦୀ ଅଧ୍ୟୁଷିତ ଅଞ୍ଚଳଗୁଡ଼ିକରେ ଟେଲି ଯୋଗାଯୋଗ କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ବୁଧବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ୨,୩୪୩ଟି ସ୍ଥାନରେ ୨ଜି ନେଟଓ୍ବର୍କକୁ ୪ଜିରେ ପରିଣତ କରିବା ଲାଗି ୧,୮୮୪.୫୯ କୋଟି ଟଙ୍କା ଖର୍ଚ୍ଚ କରାଯିବା ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କ୍ୟାବିନେଟ ବୈଠକ ନିଷ୍ପତ୍ତି ଫଳରେ ଓଡ଼ିଶାର ୨୫୦ ସ୍ଥାନରେ ପ୍ରଥମ ପର୍ଯ୍ୟାୟରେ ୪ଜି ମୋବାଇଲ ସେବା ଉପଲବ୍ଧ ହେବ। ମାଓବାଦୀ ପ୍ରଭାବିତ ଏହି ସ୍ଥାନଗୁଡ଼ିକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଚିହ୍ନଟ କରାଯାଇଥିଲା।
ଯୋଗାଯୋଗ ମନ୍ତ୍ରଣାଳୟ ସୂଚନା ଅନୁସାରେ, ୨ଜିରୁ ୪ଜି ନେଟଓ୍ବର୍କକୁ ବିକଶିତ କରାଯିବାକୁ ଥିବା ଓଡ଼ିଶାର ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, ସୁବର୍ଣ୍ଣପୁର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ମୟୁରଭଞ୍ଜ, କେନ୍ଦୁଝର, ନୟାଗଡ଼, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ ଓ ଗଜପତି। ସେହିପରି ମାଓବାଦୀ ଅଧ୍ୟୁଷିତ ଅଞ୍ଚଳରେ ବିଏସ୍‌ଏନ୍‌ଏଲ୍‌ ଦ୍ୱାରା ପରିଚାଳିତ ୨ଜି ନେଟଓ୍ବର୍କ ସାଇଟ୍‌ଗୁଡ଼ିକରେ ପୂର୍ବ ନିର୍ଦ୍ଧାରିତ ୫ ବର୍ଷରୁ ଊର୍ଦ୍ଧ୍ୱ ସମୟରେ ରକ୍ଷଣାବେକ୍ଷଣ ଓ ଆନୁସଙ୍ଗିକ କାର୍ଯ୍ୟ ପାଇଁ ୫୪୧.୮୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। କ୍ୟାବିନେଟ ମଞ୍ଜୁରୀ ଦିନଠାରୁ ଅଥବା ୪ଜି ନେଟଓ୍ବର୍କ କାର୍ଯ୍ୟକ୍ଷମ ହେବା ପରଠୁ ୧ ବର୍ଷ ପର୍ଯ୍ୟନ୍ତ ଅବଧି ବୃଦ୍ଧି କରାଯାଇପାରିବ। ସମ୍ପୃକ୍ତ ଅଞ୍ଚଳଗୁଡ଼ିକରେ ଏହା ଉନ୍ନତ ଇଣ୍ଟରନେଟ ଓ ଡାଟା ସର୍ଭିସ ପ୍ରଦାନରେ ସହାୟକ ହେବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏହି ଅଞ୍ଚଳରେ ମୁତୟନ ଥିବା ସୁରକ୍ଷାକର୍ମୀମାନଙ୍କ ଯୋଗାଯୋଗ ଆବଶ୍ୟକତା ମଧ୍ୟ ଏଥିରୁ ପୂରଣ ହେବ। ଏହାବାଦ୍‌ ଇ-ଗଭର୍ନାନ୍ସ, ବ୍ୟାଙ୍କିଙ୍ଗ, ଟେଲି ମେଡିସିନ୍‌, ଟେଲି-ଏଜୁକେଶନ(ଦୂର ଶିକ୍ଷା) ଭଳି ସେବା ମୋବାଇଲ ବ୍ରଡବ୍ୟାଣ୍ଡ୍‌ ଜରିଆରେ ପ୍ରଦାନ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?