ପ୍ରଧାନ ଶିକ୍ଷକ ଦାୟିତ୍ୱରେ ୪ର୍ଥ ଶ୍ରେଣୀ କର୍ମଚାରୀ

ମୋରଡ଼ା,୧୨ା୫(ଡି.ଏନ୍‌.ଏ.): ଶିକ୍ଷାର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ବର୍ତ୍ତମାନ ରାଜ୍ୟର ପ୍ରାୟ ସମସ୍ତ ବିଦ୍ୟାଳୟ ୫-ଟି ଅନ୍ତର୍ଭୁକ୍ତ ହେବା ସହିତ ଉତ୍ତମ ତଥା ଗୁଣାତ୍ମକ ଶିକ୍ଷାଦାନ ପାଇଁ ପ୍ରତିଟି ବିଦ୍ୟାଳୟରେ ଯଥେଷ୍ଟ ଶିକ୍ଷକ ମଧ୍ୟ ରହୁଛନ୍ତି। ତେବେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର ଦେଖିବାକୁ ମିଳିଛି। ଏହି ବ୍ଲକ ଅଧୀନ ଚିକିଟାମାଟିଆ ଆଞ୍ଚଳିକ ଭୋକେଶନାଲ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସାଜିଛନ୍ତି ୪ର୍ଥ ଶ୍ରେଣୀ କର୍ମଚାରୀ(ପିଅନ) ସମରାୟ ମାରାଣ୍ଡି। ଏନେଇ ଅଭିଭାବକ, ଛାତ୍ରୀଛାତ୍ର ତଥା ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖାଦେଇଛି।
ସୂଚନା ଅନୁଯାୟୀ, ଗତ ମାସ ୩୦ ତାରିଖରେ ପ୍ରଧାନ ଶିକ୍ଷକ ମହେନ୍ଦ୍ର ନାଥ ଗିରି ଅବସର ଗ୍ରହଣ କରିଥିଲେ। ତେବେ କୌଣସି ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱ ନେବାକୁ ଚାହଁୁ ନ ଥିବାରୁ ସେ ୪ର୍ଥ ଶ୍ରେଣୀ କର୍ମଚାରୀଙ୍କୁ ପ୍ରଧାନ ଶିକ୍ଷକ ଦାୟିତ୍ୱ ଦେଇଥିଲେ। ଏନେଇ ସେ ଜିଲା ଶିକ୍ଷା ଅଧିକାରୀଙ୍କୁ ଚିଠି ନଂ.୪୪/୨୩ ମାଧ୍ୟମରେ ଅବଗତ କରାଇଥିଲେ। ତେବେ ଉକ୍ତ ଘଟଣା ଉପରେ ପ୍ରଶାସନ ଅଦ୍ୟାବଧି ନଜର ଦେଇ ନ ଥିବାରୁ ଜିଲା ଶିକ୍ଷା ଅଧିକାରୀଙ୍କ ଦାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଦ୍ୟାଳୟ ଏସ୍‌ଏମ୍‌ସି କମିଟି ଚେୟାରମ୍ୟାନ ଶ୍ୟାମସୁନ୍ଦର ବେହେରା କହିଛନ୍ତି, ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଅଶୋକ କୁମାର ସିଙ୍କୁ ଦାୟିତ୍ୱ ନେବା ପାଇଁ କୁହା ଯାଇଥିଲା କିନ୍ତୁ ସେ ମନା କରିଥିଲେ। ତେଣୁ ଆଜି ବିଦ୍ୟାଳୟରେ ଏପରି ଅବ୍ୟବସ୍ଥା ସୃଷ୍ଟି ହୋଇଛି। ଏ ସଂକ୍ରାନ୍ତରେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ନିତ୍ୟାନନ୍ଦ ବାରିକଙ୍କୁ ପଚାରିବାରୁ ଏହା ଅତ୍ୟନ୍ତ ଦୁଃଖଦ ଘଟଣା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri