ଭୁବନେଶ୍ୱର,୨୮।୩: ନିଖିଳ ଭାରତ ୟୁନିୟନ୍ ବ୍ୟାଙ୍କ ପେନ୍ସନ୍ଭୋଗୀ ଅବସରପ୍ରାପ୍ତ ଫେଡେରେଶନ୍ର ୪ର୍ଥ ସାଧାରଣ ଅଧିବେଶନ ସ୍ଥାନୀୟ ଆର୍ଯ୍ୟ ପ୍ୟାଲେସ ହୋଟେଲଠାରେ ଅନୁଷ୍ଠିତ ହୋଇଯାଇଛି। ଅଲ୍ ଓଡ଼ିଶା ୟୁନିୟନ୍ ବ୍ୟାଙ୍କ ଅବସରପ୍ରାପ୍ତ ସଂଘର ଆତିଥ୍ୟରେ ଅନୁଷ୍ଠିତ ଉକ୍ତ ଅଧିବେଶନରେ ଦେଶର ସମସ୍ତ ରାଜ୍ୟର ସଭ୍ୟମାନେ ଅଂଶଗ୍ରହଣ କରିଥିଲେ। ନିଖିଳ ଭାରତ ୟୁନିୟନ୍ ବ୍ୟାଙ୍କ ପେନସନ ଭୋଗୀ ଓ ଅବସରପ୍ରାପ୍ତ ସଂଘର ସଭାପତି ନୀତୀନ୍ ଦେଶାଇଙ୍କ ପୌରୋହିତ୍ୟରେ ପରିଚାଳିତ ଉକ୍ତ ଅଧିବେଶନରେ ୟୁନିୟନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ, ଓଡ଼ିଶାର କ୍ଷେତ୍ର ମହାପ୍ରବନ୍ଧକ ସର୍ଭେଶ ରଞ୍ଜନ, ନିଖିଳ ଭାରତ ୟୁନିୟନ୍ ବ୍ୟାଙ୍କ ପେନସନ ଭୋଗୀ ଓ ଅବସରପ୍ରାପ୍ତ ମହାସଂଘର ସାଧାରଣ ସମ୍ପାଦକ ସୁପ୍ରିତୋ ସରକାର, ଉପଦେଷ୍ଟା ପ୍ରଦୀପ ସରକାର, ମହାସଂଘର ଓଡ଼ିଶା ଶାଖାର ସଭାପତି ଏ.କେ.ମୋତାୟଦ, ସାଧାରଣ ସମ୍ପାଦକ ନିରଞ୍ଜନ ଯୋଗାନିଆ, ସଂଘର ଚେୟାରମ୍ୟାନ ପି.ବି. ଥୋମାସ, ସାଧାରଣ ସମ୍ପାଦକ ଗୋବିନ୍ଦ ରାଜୁଲୁ, କାର୍ଯ୍ୟକାରୀ ସଭାପତି ସୂପର୍ଣ୍ଣା ବାଗଚି ତଥା ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ଅବସରପ୍ରାପ୍ତ ଅଧିକାରୀ ସଂଘ, ଓଡ଼ିଶା ଶାଖାର ସାଧାରଣ ସମ୍ପାଦକ ଗଣେଶ ମିଶ୍ର ପ୍ରମୁଖ ଯୋଗ ଦେଇ ବ୍ୟାଙ୍କ ଓ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀଙ୍କ ବିଭିନ୍ନ କାର୍ଯ୍ୟକ୍ରମ, ସାମାଜିକ ଅଙ୍ଗୀକାରରବଦ୍ଧତା ଓ ସମସ୍ୟା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଶେଷରେ ସାଧାରଣ ସମ୍ପାଦକ ଗୋବିନ୍ଦ ରାଜୁଲୁ ଧନ୍ୟବାଦ ପ୍ରସ୍ତାବ ଆଗତ କରିଥିଲେ। ଅଧିବେଶନରେ ଯୋଗଦେଇଥିବା ସମସ୍ତ ସଭ୍ୟ ଅଧିବେଶନର ସଫଳତା ଓ ସୁଚାରୁ ସମ୍ପାଦନା ପାଇଁ ମିହିର ପଟ୍ଟନାୟକ, ବ୍ରଜ କିଶୋର ବାଗ ଓ ସରୋଜ ମହାନ୍ତିଙ୍କ ନେତୃତ୍ୱରେ ପରିଚାଳିତ ଓଡିଶା ୟୁନିଟ୍ର ପ୍ରଶଂସା କରିଥିଲେ।
୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…
ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…
ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…
ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ଫସିଗଲେ ଡେଭିଡ୍ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଆମେରିକା ରେଡ୍ ଲାଇନ୍ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ
ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍ଲାଇନ୍ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
Archives

